-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ରାଜ୍ୟ

ନିଶାଶକ୍ତ ଚାଳକ ନେଉଛନ୍ତି ଦୁର୍ଲଭ ଜୀବନ ରୋକିବା କିଏ ?

25-Aug-2025



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର): ଦିନେ ଅଣ ଓସାରିଆ ମାଟି ମୋରମ ରାସ୍ତା ଆଜି ୪ ଥାକିଆ ଜାତୀୟ ରାଜପଥ । କଳେବର ଯେତେ ବୃଦ୍ଧି ପାଉଛି, ସେତିକି ଦୁର୍ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଦ୍ରୁତଗତି, ଅନଭିଜ୍ଞ ନାବାଳକ, ସଚେତନତାର ଅଭାବ ଓ ନିଶାଗ୍ରସ୍ତ ଚାଳକଙ୍କ ଯୋଗୁଁ ଦୁର୍ଘଟଣା ଘଟୁଛି । ସବୁଠାରୁ ଭୟଙ୍କର ନିଶାସକ୍ତଙ୍କ ଗାଡ଼ି ଚାଳନା। ଏକ ତଥ୍ୟ ଅନୁସାରେ, ବୃଦ୍ଧି ପାଉଥିବା ଦୁର୍ଘଟଣା ପଛରେ ନିଶାସକ୍ତଙ୍କ ଦ୍ରୁତ ଗାଡ଼ିଚାଳନାକୁ ଦାୟୀ କରାଯାଉଛି । ଅନାୟସରେ ବିଭିନ୍ନ ପ୍ରକାର ନିଶା ଲୋକେ ସହଜରେ ପାଉଥିବାରୁ ଏହା ସେବନ କରୁଛନ୍ତି । ଏଥିପାଇଁ ସମୟର ଧାରାବନ୍ଧା କି ନିୟମ ନାହିଁ । ନାବାଳକଠାରୁ ଆରମ୍ଭ କରି ବୟସ୍କ, ଅଧିକାଂଶ ଏହାକୁ ଆପଣେଇ ନେଉଛନ୍ତି । ଏମାନଙ୍କ ଗାଡ଼ି ଚାଳନା ଯୋଗୁଁ ନିଜେ ତ ଦୁର୍ଘଟଣାର ଶୀକାର ହେଉଛନ୍ତି ଅପରପକ୍ଷରେ ନିରୀହ ଲୋକେ ମଧ୍ୟ ପ୍ରାଣ ହରାଉଛନ୍ତି । ଗତ ୧୦ ଦିନ ମଧ୍ୟରେ ଡୁଙ୍ଗୁରିପାଲି ଅଞ୍ଚଳରେ ପୃଥକ ପୃଥକ ୩ଟି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି । ଗତ ୩୧ ତାରିଖରେ ଡୁଙ୍ଗୁରିପାଲିର କଂଗ୍ରେସ କର୍ମୀ ସନ୍ତୋଷ ଭୋଇ (୮୧) ନିଜ ଚାଷ ଜମିରୁ ଘରକୁ ଫେରୁଥିବା ବେଳେ ରାମପୁର ରାସ୍ତାରେ ଏକ ବାଇକ୍ ଚାଳକ ତାଙ୍କୁ ଧକ୍କା ଦେଇଥିଲା । ସେଥିରେ ସନ୍ତୋଷ ଭୋଇଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକ୍ ଚାଳକ ଗୁରୁତର ହୋଇ ଚିକିତ୍ସାଧନ ରହିଛନ୍ତି । ଅନ୍ୟ ଏକ ଘଟଣା ଗତ ୫ ତାରିଖ ୨୬ନମ୍ବର ଜାତୀୟ ରାଜପଥ ଶିଶୁମନ୍ଦିର ଛକରେ ଘଟିଥିଲା । ଜଣେ ବାଇକ୍ ଚାଳକ ଲରିଆବାହାଲର ଜଣେ ସାଇକଲ ଆରୋହୀଙ୍କୁ ଧକ୍କା ଦେଇଥିଲେ। ସେ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସାନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ । ବାଇକ୍ ଆରୋହୀ ମଧ୍ୟ ଗୁରୁତର ହୋଇ ଚିକିତ୍ସାଧୂନ ରହିଛନ୍ତି । ଗତକାଲି ସଂଧ୍ୟାରେ ୨୬ ନମ୍ବର ଜାତୀୟ ରାଜପଥ ଚେରୁପାଲି ସ୍କୁଲ ସମ୍ମୁଖରେ ଦୁଇ ବାଇକ୍ ମଧ୍ୟର ଧକ୍କା ଫଳରେ ସାଲେଭଟା ଗ୍ରାମର ଜଣେ ରେଳ ବିଭାଗର କର୍ମଚାରୀଙ୍କ ପରଲୋକ ହୋଇଥିଲା । ଅନ୍ୟ ବାଇଜ୍‌ରେ ଥିବା କୁଶାମାଲ ଗ୍ରାମର ଦୁଇ ଭାଇ ନିଶାସକ୍ତ ରହିଥ‌ିବା ଲୋକେ ଅଭିଯୋଗ କରିଥିଲେ । ଅଧିକାଂଶ ଦୁର୍ଘଟଣାରେ ଚାଳକମାନେ ନିଶାସକ୍ତ ରହିଥ‌ିବା ଯୋଗୁଁ ଏହି ଦୁର୍ଘଟଣା ଘଟିଛି । ଏଥିପାଇଁ କଠୋର ନିୟମ କରାଯିବା ସହ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଆବଶ୍ୟକ ବୋଲି ବୁଦ୍ଧିଜୀବୀମାନେ ମତପ୍ରକାଶ କରୁଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like