-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କରିବେ ଲୋକସଭା ବାଚସ୍ପତି ସମ୍ମିଳନୀରେ ଭିନ୍ନ ଭିନ୍ନ ରାଜ୍ୟରେ ରହିଥିବା ସଂସଦୀୟ ପରମ୍ପରା, କଲ୍ୟାଣମୂଳକ କାର୍ଯ୍ୟ ସଂପର୍କିତ ଭାବର ଆଦାନପ୍ରଦାନ ହେବ-ବାଚସ୍ପତି

28-Aug-2025



ଭୁବନେଶ୍ୱର, (ପ୍ରେରଣା ଖବର)

ଭୁବନେଶ୍ୱରଠାରେ ୨୦୨୫ ଅଗଷ୍ଟ ୨୯ ଓ ୩୦ ତାରିଖରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ଏବଂ ସଦସ୍ୟମାନଙ୍କର ଦୁଇଦିନିଆ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ । ଓଡ଼ିଶା ଲୋକସେବା ଭବନର କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଅଗଷ୍ଟ ୨୯ ତାରିଖ ଦିନ ଆନୁଷ୍ଠାନିକ ଭାବେ ଏହି ସମ୍ମିଳନୀକୁ ଲୋକସଭା ବାଚସ୍ପତି ଶ୍ରୀ ଓମ୍‌ ବିର୍ଲା ଉଦଘାଟନ କରିବେ ବୋଲି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଆଜି ବିଧାନସଭାଠାରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । 

ଗଣମାଧ୍ୟମକୁ ସୂଚନା ଦେଇ ବାଚସ୍ପତି କହିଛନ୍ତି ଯେ ଦୀର୍ଘ ବର୍ଷର ବ୍ୟବଧାନ ପରେ ଓଡ଼ିଶାରେ ଏହି ଧରଣର ଜାତୀୟ ସମ୍ମିଳନୀ ପ୍ରଥମ ଥର ପାଇଁ ଅନୁଷ୍ଠିତ ହେଉଛି । ଏଥିରୁ ସ୍ପଷ୍ଟ ଜଣାପଡେ ଯେ ପାର୍ଲାମେଣ୍ଟ ଓଡ଼ିଶା ଭଳି ଏକ ଅନୁସୂଚିତ ଜାତି ଓ ଜନଜାତିବହୁଳ ରାଜ୍ୟକୁ ଗୁରୁତ୍ୱ ଦେଇଛନ୍ତି । ଏଥି ପାଇଁ ଲୋକସଭା ବାଚସ୍ପତି, ରାଜ୍ୟସଭା ଉପାଧ୍ୟକ୍ଷ ଏବଂ ତାଙ୍କର ସମସ୍ତ ସହଯୋଗୀଙ୍କୁ ବାଚସ୍ପତି କୃତଜ୍ଞତା ଜଣାଇ କହିଥିଲେ ଯେ ଏହି ସମ୍ମିଳନୀ ଅବସରରେ ଆଲୋଚନା ସହ ଅନ୍ୟ ସମସ୍ତ ରାଜ୍ୟକୁ ଓଡ଼ିଶାର ଅନୁସୂଚିତ ଜାତି ଓ ଜନଜାତି ସଂପ୍ରଦାୟଙ୍କ ଚାଲିଚଳଣି, ପୋଷାକ ପରିଧାନ, କାର୍ଯ୍ୟକୁଶଳତା, କାରିଗରୀ ବିଦ୍ୟା, ହସ୍ତଶିଳ୍ପ ସଂପର୍କରେ ଅବଗତ କରାଇବା ପାଇଁ ଏକ ଦୁଇଦିନିଆ ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯାଉଛି । ଓଡ଼ିଶାର ଐତିହ୍ୟ, ସଂସ୍କୃତି, ନୃତ୍ୟ-ସଂଗୀତ, ଚାରୁକଳା, କାରୁକଳା ସହିତ ଆଗନ୍ତୁକମାନଙ୍କୁ ପରିଚିତ କରାଇବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଅତିଥିମାନଙ୍କୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ, କୋଣାର୍କ, ଜନଜାତି ସଂଗ୍ରହାଳୟ ଆଦି ବୁଲାଇ ଦେଖାଇବାର ମଧ୍ୟ ବ୍ୟବସ୍ଥା କରାଯାଇଛି । ଏହି ସମ୍ମିଳନୀରେ ଭିନ୍ନ ଭିନ୍ନ ରାଜ୍ୟରେ ରହିଥିବା ସଂସଦୀୟ ପରମ୍ପରା, କଲ୍ୟାଣମୂଳକ କାର୍ଯ୍ୟ ସଂପର୍କିତ ଭାବର ଆଦାନପ୍ରଦାନ ହେବ ବୋଲି ବାଚସ୍ପତି ଶ୍ରୀମତୀ ପାଢ଼ୀ ପ୍ରକାଶ କରିଥିଲେ । ଓଡ଼ିଶାର ଅନୁସୂଚିତ ଜାତି ଓ ଜନାଜତି ସଂପ୍ରଦାୟ, ବୁଦ୍ଧିଜୀବୀ, ଯୁବବର୍ଗ, ଛାତ୍ରସମାଜ, ନିର୍ବାଚିତ ପ୍ରତିନିଧି, ସମାଜସେବୀଙ୍କ ମନରେ ଏହି ସମ୍ମିଳନୀ ଜାଗରଣ ସୃଷ୍ଟି କରିବାରେ ନିଶ୍ଚିତ ଭାବେ ସହାୟକ ହେବ ବୋଲି ବାଚସ୍ପତି ଆଶା ପ୍ରକାଶ କରିଥିଲେ । 

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ ନାରାୟଣ ସିଂ ଏବଂ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ ସଂସଦୀୟ କମିଟିର ଅଧ୍ୟକ୍ଷ ଡକଫର ଫଗନ ସିଂହ କୁଲସ୍ତେ ମଧ୍ୟ ଏହି ସମାବେଶକୁ ସମ୍ବୋଧିତ କରିବେ । ସଂସଦ ଏବଂ ରାଜ୍ୟ / କେନ୍ଦ୍ର ଶାସିତ ପ୍ରଦେଶ ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ଏବଂ ସଦସ୍ୟ, ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଏବଂ ଓଡ଼ିଶା ବିଧାନସଭାର ସଦସ୍ୟ ଓ ସାଂସଦମାନେ ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ ।

ଉଦଘାଟନୀ ଅଧିବେଶନରେ ଓଡ଼ିଶା ବିଧାନସଭାର ବାଚସ୍ପତି ସ୍ୱାଗତ ଭାଷଣ ପ୍ରଦାନ କରିବାକୁ ଥିବାବେଳେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ ଧନ୍ୟବାଦ ପ୍ରସ୍ତାବ ଆଗତ କରିବେ ।

ଏହି ସମ୍ମିଳନୀରେ ସଂସଦ ଏବଂ ରାଜ୍ୟ / କେନ୍ଦ୍ର ଶାସିତ ପ୍ରଦେଶ ବିଧାନସଭାର ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ଏବଂ ସଦସ୍ୟମାନେ ଯୋଗଦେବେ । ଚଳିତ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ସଶକ୍ତିକରଣରେ ସଂସଦୀୟ ଏବଂ ବିଧାନସଭା କମିଟିର ଭୂମିକା’ ।

୨୦୨୫ ଅଗଷ୍ଟ ୩୦ ତାରିଖ ଦିନ ଉଦ୍‌ଯାପନୀ ଉତ୍ସବ ଅବସରରେ ଓଡ଼ିଶାର ରାଜ୍ୟପାଳ ଡକଫର ହରି ବାବୁ କମ୍ଭମ୍‌ପାଟିି, ଲୋକସଭା ବାଚସ୍ପତି ଶ୍ରୀ ଓମ୍‌ ବିର୍ଲା, ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ ନାରାୟଣ ସିଂ, ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ ସଂସଦୀୟ କମିଟିର ଅଧ୍ୟକ୍ଷ ଡକଫର ଫଗନ ସିଂହ କୁଲସ୍ତେ, ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ସ୍ୱାସ୍ଥ୍ୟ 

ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍‌ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଉଦ୍‌ବୋଧନ ଦେବେ । ଓଡ଼ିଶା ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ଶ୍ରୀ ଭାସ୍କର ମଢ଼େଇ ଧନ୍ୟବାଦ ପ୍ରସ୍ତାବ ଆଗତ କରିବେ । 

ଏହି ସମ୍ମିଳନୀରେ ସାମ୍ବିଧାନିକ ସୁରକ୍ଷାକୁ ସୁଦୃଢ଼ କରିବା, ସାମାଜିକ-ଆର୍ଥିକ ବିକାଶକୁ ବୃଦ୍ଧି କରିବା ଏବଂ ଅନୁସୂଚିତ ଜାତି ଏବଂ ଜନଜାତିକୁ ସଶକ୍ତ କରିବା ପାଇଁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଗ୍ରହଣ କରିଥିବା କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯିବ । ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ଲକ୍ଷ୍ୟ ସାକାର କରିବାର ଦୃଷ୍ଟିକୋଣ ସହିତ କଲ୍ୟାଣକାରୀ ନୀତିଗୁଡ଼ିକର କାର୍ଯ୍ୟାନ୍ୱୟନରେ ଉତ୍ତରଦାୟିତ୍ୱ ସୁନିଶ୍ଚିତ କରିବାରେ ସଂସଦୀୟ ଏବଂ ରାଜ୍ୟ ବିଧାନସଭା କମିଟିଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକାଗୁଡ଼ିକ ଉପରେ ଗୁରୁତ୍ୱ ଦିଆଯିବ । 

ସୂଚନାଯୋଗ୍ୟ ଯେ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ପ୍ରଥମ ସମ୍ମିଳନୀ ୧୯୭୬ ମସିହାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା । ପରେ, ୧୯୭୯, ୧୯୮୩, ୧୯୮୭ ଏବଂ ୨୦୦୧ ରେ କ୍ରମାଗତ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ପାଇଁ କଲ୍ୟାଣ ଏବଂ ସାମ୍ବିଧାନିକ ସୁରକ୍ଷାର ବିବିଧ ଦିଗ ଉପରେ ଏହି ସମ୍ମିଳନୀମାନଙ୍କରେ ଆଲୋଚନା ହୋଇ ନିଷ୍କର୍ଷ ନିର୍ଦ୍ଧାରଣ କରାଯାଇଥିଲା । ପ୍ରଥମ ଥର ପାଇଁ ଦିଲ୍ଲୀ ବାହାରେ ଏପରି ସମ୍ମିଳନୀ ଆୟୋଜନ କରାଯାଉଛି ।ଏହି ସାମ୍ବାଦିକ ସମ୍ମିଳନୀରେ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଉପସ୍ଥିତ ଥିଲେ । ବିଭୂତି ନାୟକସୂଚନା ଅଧିକାରୀ


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like