-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ଜାତୀୟ କ୍ରୀଡା ଦିବସ ପାଳିତ, ବିଜୁ ପଟ୍ଟନାୟକ କ୍ରୀଡା ଓ ସାହସିକତା ପୁରସ୍କାର ପ୍ରଦାନ।                           ଭାରତକୁ  ବିଶ୍ଵ ପାଇଁ  କ୍ରୀଡା ଉତ୍କର୍ଷର ଉଜ୍ଜ୍ବଳ  ବତୀଘର କରିବାକୁ ରାଜ୍ୟପାଳଙ୍କ ଆହ୍ବାନ                   

29-Aug-2025



ଭୁବନେଶ୍ଵର: ହକି ଯାଦୁକର ମେଜର ଧ୍ୟାନଚାନ୍ଦଙ୍କର କୀର୍ତ୍ତି ଓ କୃତି  ଦ୍ଵାରା ଅନୁପ୍ରାଣିତ ହୋଇ ଶୃଙ୍ଖଳା, ଦଳଗତ ଉଦ୍ୟମ, ସାହସ ଓ ନମ୍ରତାର ମୂଲ୍ୟବୋଧକୁ ପାଥେୟ କରି ଓଡ଼ିଶା ଏବଂ ଭାରତକୁ ବିଶ୍ୱପାଇଁ କ୍ରୀଡା ଉତ୍କର୍ଷତାର ଉଜ୍ଜ୍ବଳ ବତୀଘର କରିବା ନିମନ୍ତେ ପ୍ରୟାସ କରିବାକୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଆହ୍ବାନ ଜଣାଇଛନ୍ତି। ଚଳିତ ଅଗଷ୍ଟ ୨୯ ତାରିଖ ଦିନ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ଆନୁକୁଲ୍ୟରେ ଜୟଦେବ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ କ୍ରୀଡା ଦିବସ ପାଳନ ସମାରୋହରେ

ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଏହି ଆହ୍ବାନ ଜଣାଇଛନ୍ତି।  ଏହି ସମାରୋହରେ ବିଜୁ ପଟ୍ଟନାୟକ କ୍ରୀଡା ଓ ସାହସିକତା ପୁରସ୍କାର ପ୍ରଦାନ କରି ନିଜ ଉଦବୋଧନରେ ରାଜ୍ୟପାଳ କହିଥିଲେ ଯେ ଯେଉଁ ପିଲାମାନେ କ୍ରୀଡା କ୍ଷେତ୍ର କୁ ଆସୁଛନ୍ତି ସେମାନଙ୍କ ଠାରେ ଥିବା ଅନ୍ତର୍ନିହିତ  ପ୍ରତିଭା ଓ ସମ୍ଭାବନାକୁ ପୋଷଣ କରି ସେମାନଙ୍କୁ ଉତ୍କର୍ଷତା ପ୍ରତିପାଦନ ଦିଗରେ ଉତ୍ସାହିତ କରିବା ଆମର କର୍ତ୍ତବ୍ୟ ହେବା ଉଚିତ। ବିଜୁ ପଟ୍ଟନାୟକ କ୍ରୀଡା ସମ୍ମାନରେ ସମ୍ମାନିତ କୃତୀ କ୍ରୀଡାବିତଙ୍କୁ ଅଭିନନ୍ଦନ ଜଣାଇ ରାଜ୍ୟପାଳ କହିଥିଲେ ଯେ ସେମାନଙ୍କ ସଫଳତା କେବଳ ଏକ ବ୍ୟକ୍ତିଗତ ବିଜୟ ନୁହେଁ ବରଂ ଆମ ରାଜ୍ୟ ଓ ଦେଶ ପାଇଁ ଏକ ସାମୁହିକ ଗର୍ବ। ସେମାନେ ଓଡ଼ିଶାର କ୍ରୀଡା ମନୋଭାବର ମଶାଲ ବାହକ ଏବଂ ଆଗାମୀ ପିଢ଼ି ପାଇଁ ଆଦର୍ଶ । ସେହିପରି ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର ବିଜେତାଙ୍କୁ ଅଭିନନ୍ଦନ ଜଣାଇ  ସେମାନଙ୍କର ସାହସ ଏବଂ ନିଃସ୍ଵାର୍ଥପର କାର୍ଯ୍ୟ ଓଡ଼ିଶାର ପ୍ରକୃତ ଆତ୍ମାକୁ ପ୍ରତିଫଳିତ କରେ ଏବଂ ନିର୍ଭୀକତା ଏବଂ ମାନବତାର ସହିତ ସେବା କରିବା ପାଇଁ ଅଗଣିତ ଯୁବ ହୃଦୟକୁ ପ୍ରେରାଣା ଦେଇ ଚାଲିବ ବୋଲି  ରାଜ୍ୟପାଳ କହିଥିଲେ। ଏହି ଅବସରରେ ହକି ଯାଦୁକର ମେଜର ଧ୍ୟାନଚାନଦଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରି ରାଜ୍ୟପାଳ କହିଥିଲେ ଯେ ତାଙ୍କ ଜୀବନ ଓ ଜୟନ୍ତୀ ଆମକୁ ମନେ ପକେଇ ଦିଏ ଯେ, କ୍ରୀଡା କେବଳ ଶକ୍ତି କିମ୍ବା ଦକ୍ଷତାର ପ୍ରତିଯୋଗିତା ନୁହେଁ, ବରଂ ଶୃଙ୍ଖଳା, ଦୃଢ଼ ନିଷ୍ପତି ଏବଂ ଅଦମ୍ୟ କ୍ରୀଡା ଭାବନାର ଉତ୍ସବ। କ୍ରୀଡାକୁ ଗ୍ରହଣ କରୁଥିବା ସମାଜ କେବଳ ସୁସ୍ଥ ନାଗରିକଙ୍କୁ ପୋଷଣ କରେନାହିଁ ବରଂ ସାମୁହିକ ଭାବନାକୁ ପ୍ରୋତ୍ସାହିତ କରେ ଏବଂ ଶକ୍ତିଶାଳୀ ଗୋଷ୍ଠୀ ନିର୍ମାଣରେ ସହାୟକ ହୁଏ। ଦଶନ୍ଧି ଧରି ଓଡ଼ିଶା କ୍ରୀଡା ଉତ୍କର୍ଷତା ପାଇଁ  ହବ୍ ହୋଇ ରହିଛି । ବିଭିନ୍ନ ପ୍ରକାର ଜାତୀୟ ଏବଂ ଅନ୍ତର୍ଜାତୀୟ ଇଭେଣ୍ଟ ଆୟୋଜନ କରି  ସାରା ବିଶ୍ବରେ ନିଜର ଛାପ ଛାଡ଼ିଛି । ସାରା ବିଶ୍ୱର ଖେଳାଳୀମାନଙ୍କୁ ଏକତ୍ରିତ କରି ଆମର ଯୁବପିଢିଙ୍କୁ ଅଧିକ ସଫଳତା ହାସଲ କରିବାକୁ ପ୍ରେରଣା ଯୋଗାଉଛି। କ୍ରୀଡା କ୍ଷେତ୍ରରେ ଏପରି ପରିବର୍ତ୍ତନ ମାନ୍ୟବର ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦିଜୀ ଙ୍କର ଦୂରଦୃଷ୍ଟିପୂର୍ଣ୍ଣ ନେତୃତ୍ଵ ଏବଂ ଓଡ଼ିଶା ସରକାରଙ୍କ   ସକ୍ରିୟ ପ୍ରୟାସ ଦ୍ବାରା ପରିଚାଳିତ ହୋଇଛି। ତୃଣମୂଳ ସ୍ତରରୁ କ୍ରୀଡା ଓ ତାଲିମଙ୍କୁ ପ୍ରୋତ୍ସାହନ ଭଳି ପଦକ୍ଷେପ କ୍ରୀଡାକୁ ଏକ ବୃତ୍ତି ଏବଂ ଜୀବନ ଶୈଳୀ ଭାବରେ ଏକ ସମୃଦ୍ଧ ଇକୋସିଷ୍ଟମ୍ ସୃଷ୍ଟି କରିବାରେ ଉଦ୍ୟମ ଜାରି ରହିଛି ବୋଲି ରାଜ୍ୟପାଳ କହିଛନ୍ତି। ଏହି ସମାରୋହରେ କ୍ରୀଡା ଓ ଯୁବସେବା, ଉଚ୍ଚ ଶିକ୍ଷା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ଏକାମ୍ର - ଭୁବନେଶ୍ଵର ବିଧାୟକ ଶ୍ରୀ ବାବୁ ସିଂହ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ  ବକ୍ତବ୍ୟ ପ୍ରଦାନକରି ଓଡ଼ିଶାରେ କ୍ରୀଡା ଓ କ୍ରୀଡାବିତଙ୍କ ବିକାଶ ପାଇଁ ସରକାରଙ୍କ ତରଫରୁ

ନିଆ ଯାଉଥିବା ବହୁବିଧ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିବା ସହ କ୍ରୀଡା କ୍ଷେତ୍ରରେ ଓଡ଼ିଶାର ସମ୍ଭାବନାକୁ ସଫଳତାରେ ପରିଣତ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଏତଦ୍ ବ୍ୟତୀତ ଓଡ଼ିଶା କିପରି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର କ୍ରୀଡା  ଇଭେଣ୍ଟ ଆୟୋଜନ କରି ସୁନାମ ଅର୍ଜନ କରିଛି ସେ ସମ୍ପର୍କରେ ଆଲୋକପାତ କରିଥିଲେ। କ୍ରୀଡା ଓ ଯୁବ ସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ  ପ୍ରାରମ୍ଭରେ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ନିର୍ଦ୍ଦେଶକ ଏଦୁଲା ବିଜୟ ଧନ୍ୟବାଦ୍ ଅର୍ପଣ କରିଥିଲେ। ଏହି ଅବସରରେ ୮ ଜଣ କୃତୀ କ୍ରୀଡାବିତଙ୍କୁ ବିଜୁପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ, ଅସାଧାରଣ ସାହସିକତା ପ୍ରଦର୍ଶନ ପାଇଁ ଦୁଇ ଜଣକୁ ବିଜୁପଟ୍ଟନାୟକ ସାହସିକତା ପୁରସ୍କାର ପ୍ରଦାନ କରାଯାଇଥିଲା।     


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like