-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ରାଜ୍ୟ

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ସାମ୍ବାଦିକ ସମ୍ମିଳନୀ: ଜଗନ୍ନାଥଙ୍କ ଦର୍ଶନରୁ ମିଳିଛି ନୂତନ ଶକ୍ତି 

30-Aug-2025



ସଂସଦୀୟ କମିଟି ଲୋକତନ୍ତ୍ରର ଅନ୍ୟତମ ସ୍ତମ୍ଭ:  ଓମ ବିର୍ଲା

ସଦସ୍ୟଙ୍କ ଆଚରଣ ସଂସଦୀୟ ଗାରିମା ବଜାୟ ରଖିବ : ଓମ ବିର୍ଲା      

 ଭୁବନେଶ୍ :ବଞ୍ଚିତ ବର୍ଗର ସାମାଜିକ ନ୍ୟାୟ ନିମନ୍ତେ ଉଭୟ ଲୋକସଭା ଓ ରାଜ୍ୟସଭା ର ଯୁଗ୍ମ କମିଟି ଓଡିଶା ଆସିଛି। ସମ୍ପ୍ରତି ସାଂସଦ ଙ୍କ ବିଚାର ଓ ଅବ୍ୟବ୍ୟକ୍ତି ସହ ଆପୋଷ ସହମତି ଲୋକତାନ୍ତ୍ରିକ ଶକ୍ତି ଅଟେ। କାରଣ ସଦସ୍ୟ ଙ୍କ ଆଚରଣ ସଂସଦୀୟ ଗାରିମା ବଜାୟ ରଖେ.

ଭୁବନେଶ୍ୱର(ପ୍ରେରଣା ଖବର): ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ଯୋଗ ଦେବା ପାଇଁ ଲୋକସଭାର ବାଚସ୍ପତି ଶ୍ରୀ ଓମ ବିର୍ଲା ଭୁବନେଶର ଗସ୍ତ ରେ ଆସିଥିବା ବେଳେ ଆଜି ସମ୍ମିଳନୀର ଉଦଯାପନୀ ଉତ୍ସବ ଶେଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମର ପ୍ରତିନିଧି ମାନଙ୍କୁ ସମ୍ବୋଧିତ କରି କହିଲେ ଯେ ଭୁବନେଶ୍ୱରରୁ ଅନୁସୂଚିତ ଜାତି ଅନୁସୂଚିତ ଜନଜାତିଙ୍କ ବିକାଶର ରୋଡ଼ମ୍ୟାପ ଆରମ୍ଭ ହେବ । 
୨୫ ବର୍ଷ ପରେ ଏବଂ ଦିଲ୍ଲୀ ବାହାରେ ପ୍ରଥମ ଥର ପାଇଁ ଓଡିଶାରେ ଏହି ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ ହୋଇଛି । ଅନୁସୂଚିତ ଜାତି,ଅନୁସୂଚିତ ଜନଜାତିଙ୍କ ସକାଶେ ଅନେକ ଯୋଜନା କରାଯାଇଛି ଏବଂ ସେଗୁଡିକର ସଠିକ ପ୍ରଣୟନ ହେଲେ ଏହି ବର୍ଗ ସମାଜରେ ଅନ୍ୟମାନଙ୍କ ଭଳି ଉନ୍ନତି କରିବା ସହ ତାଳମିଳାଇ ଆଗକୁ ଅଗ୍ରସର ହେଇପାରିବେ । ସଂସଦୀୟ କମିଟି ବଜେଟ ସମୀକ୍ଷା କରିବା ସହ ଶତପ୍ରତିଶତ ଖର୍ଚ୍ଚ ପାଇଁ ଚେଷ୍ଟିତ ହେବା ଜରୁରୀ ବୋଲି କହିଥିଲେ । ପ୍ରଯୁକ୍ତିବିଦ୍ୟା ଏବଂ ସୁଶାସନକୁ ଗ୍ରହଣ କଲେ ବଞ୍ଚିତ ବର୍ଗ ଉନ୍ନତିରେ  ଏହା ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ । ଏହି କର୍ମଶାଳାରେ ରାଜ୍ୟ ଏବଂ କେନ୍ଦ୍ରର କମିଟି ଗୁଡିକ ଦ୍ଵାରା  ବଞ୍ଚିତ ବର୍ଗ ପାଇଁ ବିଭିନ୍ନ ସମସ୍ୟା ର ସମାଧାନ ବାବଦରେ ଅଲୋଚନା ହୋଇଛି । ମିଳିଥିବା ମତାମତ ରୁ ସଂସଦୀୟ କମିଟି ଲୋକଙ୍କ ହିତରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରି ସେସବୁକୁ କାର୍ଯ୍ୟକାରୀ କରାଯିବ ବୋଲି  ଗଣମାଧ୍ୟମ କୁ ଜଣାଇଥିଲେ । ଗଣମାଧ୍ୟମର ପ୍ରତିନିଧି ମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତରରେ ଶ୍ରୀ ବିର୍ଲା କହିଲେ ଯେ ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଅନୁସୂଚିତ ଜାତି ଅନୁସୂଚିତ ଜନଜାତିମାନଙ୍କ ସମସ୍ୟା, ସୁବିଧା, ସୁରକ୍ଷା ଓ କଲ୍ୟାଣମୂଳକ କାର୍ଯ୍ୟକ୍ରମର ସଫଳ ପ୍ରଣଯନ ସହ ଏହାକୁ କିପରି ତ୍ୱରାନ୍ୱିତ କରା ଯାଇପାରିବ ସେ ଦିଗରେ ଗୁରୁତ୍ଵ ଦିଆଯିବ । ଏହି ସମ୍ମିଳନୀ ରୁ ମିଳିଥିବା ନିଷ୍କର୍ଷ କାର୍ଯ୍ୟକ୍ରମ ରୂପାୟନ ସହିତ ଅଭିଜ୍ଞତା, ସର୍ବୋତ୍କୃଷ୍ଟ ପ୍ରୟୋଗ ଓ ଭାବ ବିନିମୟ ପାଇଁ ମଞ୍ଚ ଯୋଗାଇଦେବ ।
ଏହି ଅବସରରେ ଅନୁସୂଚିତ ଜାତି ଅନୁସୂଚିତ ଜନଜାତି କଲ୍ୟାଣ  ସଂସଦୀୟ କମିଟି ର ଅଧ୍ୟକ୍ଷ ଡ଼ ଫଗନ ସିଂ କୁଲସ୍ତେ  କହିଥିଲେ ଯେ, ବଞ୍ଚିତ ବର୍ଗ ମାନଙ୍କର ସାମାଜିକ ଓ ଆର୍ଥିକ ଉନ୍ନତି ପାଇଁ  କମିଟି ପ୍ରତିଶୃତିବଦ୍ଧ । ସେ, ସମସ୍ତଙ୍କୁ ଏକଜୁଟ ହୋଇ କାମ କରି ଅନୁସୂଚିତ ଜାତି ଅନୁସୂଚିତ ଜନଜାତିମାନଙ୍କ ପାଖରେ ସରକାରଙ୍କ କଲ୍ୟାଣମୂଳକ ଯୋଜନାର ଲାଭ ପହଞ୍ଚାଇବାରେ ସକ୍ରିୟ ଭୂମିକା ଗ୍ରହଣ କରିବାକୁ ଆହ୍ୱାନ କରିଥିଲେ ।

ସମ୍ମିଳନୀରେ ଶିକ୍ଷା, ସ୍ୱାସ୍ଥ୍ୟ, ଜୀବିକା, ସାମାଜିକ-ଆର୍ଥିକ ସଶକ୍ତିକରଣ ସମ୍ପର୍କରେ ଆଲୋଚନା ହୋଇଥିଲା । 
ସମ୍ମିଳନୀରେ ଗ୍ରହଣ କରାଯାଇଥିବା ପ୍ରସ୍ତାବମାନ ସଂସଦ ଓ ରାଜ୍ୟ ବିଧାନସଭା ପାଇଁ ମାର୍ଗଦର୍ଶକ ଭାବେ କାର୍ଯ୍ୟ କରିବ, ଯାହା ଅନୁସୂଚିତ ଜାତି ଅନୁସୂଚିତ ଜନଜାତିମାନଙ୍କ ପାଇଁ  କଲ୍ୟାଣକାରୀ ପଦକ୍ଷେପକୁ ଆହୁରି ତ୍ୱରାନ୍ୱିତ କରିପାରିବ  ।
ଏହି ସାମ୍ବାଦିକ ସମ୍ମିଳନୀ ପ୍ରାରମ୍ଭରେ ଓଡିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ସ୍ଵାଗତ ସୂଚନା ଦେଇଥିବା ବେଳେ ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like