-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ମାଲକାନଗିରିର ୪ଟି ବହୁମୁଖୀ ଭବନର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

31-Aug-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ଆଜି ମାଲକାନାଗିରି ସଦର ମହକୁମାରେ ବହୁମୁଖି ଭବନ ତଥା ମଲ୍ଟି ପୋରପୋଜ୍ ହଲ୍ ର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନରେ ଭ୍ବବନେଶ୍ୱର ସ୍ଥିତ ରେଳ ଅଡିଟୋରିୟମ ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଭାସି ମାଧ୍ୟମରେ ୩ ଗୋଟି ବହୁମୁଖି ହଲ୍ ଓ ଗୋଟିଏ ଟାଉନ୍ ହଲ୍ ଅର୍ଥାତ୍ ଚାରି ଗୋଟି ହଲ୍ ର ଲୋକାର୍ପଣ କରିଛନ୍ତି । ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ମାଲକାନଗିରି ଦ୍ୱାରା ଜିଲ୍ଲା ସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ମାଲକାନଗିରି ପୌର ପରିଷଦ ଅଧ୍ୟକ୍ଷ ମନୋଜ ବାରିକ ଓ  ପୌର ପରିଷଦ ଉପାଧ୍ୟକ୍ଷା କବିତା ମହନ୍ତଙ୍କ ସମେତ ପୌର ପରିଷଦ ର ୧୯ ଜଣ କାଉନସିଲର ଯୋଗଦେଇ ଥିଲେ। 
ମାଲକାନଗିରି ସୁକୁମା ରୋଡ ପାର୍ଶ୍ୱ ଚକ୍ରିଗୁଡ଼ା ଠାରେ ୩୦୦ ସିଟ୍ ବିଶିଷ୍ଟ, ତାରିଣୀ ମନ୍ଦିର ପଛ ପାର୍ଶ୍ଵ ସ୍ଥିତ ୫୦୦ ସିଟ୍ ବିଶିଷ୍ଟ ଓ ସ୍ଵଧାର ଗୃହ ନିକଟବର୍ତ୍ତୀ ୫୦୦ ସିଟ୍ ବିଶିଷ୍ଟ ମଲ୍ଟି ପୋର୍ପୋଜ ହଲ୍ ଏବଂ ୩୦୦ ସିଟ୍ ବିଶିଷ୍ଟ ମାଲକାନଗିରି ଟାଉନ୍ ହଲ୍ ର ଲୋକାର୍ପଣ ଦ୍ୱାରା ମାଲକାନଗିରି ଜିଲ୍ଲାବାସୀ ଉପକୃତ ହେବେ।  ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଉପାଧ୍ୟାୟ ମୁଖ୍ୟମନ୍ତ୍ରୀଙ୍କୁ ଆଭାସି ମାଧ୍ୟମରେ ଧନ୍ୟବାଦ୍ ଜଣାଇଥିଲେ। ସେ କହିଥିଲେ ଯେ ଜିଲ୍ଲାରେ ମାଲକାନଗିରି ଓ ବାଲିମେଳା ଦୁଇ ଗୋଟି ନଗରାଞ୍ଚଳରେ ୬ ଗୋଟି ମଲ୍ଟି ପୋରପୋଜ୍ ହଲ୍ କରାଯାଇଛି । ଏହା ଦ୍ୱାରା  ବିଶେଷ ଭାବେ ସୁଲଭ ଦରରେ ମାଙ୍ଗଳିକ କାର୍ଯ୍ୟ, ସଭା ସମିତି ଇତ୍ୟାଦି ହୋଇପାରିବ। ତତ୍ ସଙ୍ଗେ ସଙ୍ଗେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବନ୍ୟା ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯାଇପାରିବ ବୋଲି ଜିଲ୍ଲାପାଳ କହିଛନ୍ତି। ସେହିପରି ମାଲକାନଗିରି ପୌରାଞ୍ଚଳ ର ଦୁଇ ଜଣ ମହିଳା ସ୍ନେହଲତା ମହାନ୍ତି ଓ ପ୍ରମିଳା କଚିମ୍ ମୁଖ୍ୟମନ୍ତ୍ରୀଙ୍କ ସହ ନିଜର ଅଭିଜ୍ଞତା ବାଣ୍ଟିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ଏବଂ  ଜିଲ୍ଲା ପରିଷଦ ଅର୍ଥ ପରିଚାଳକ ମାନସ ମିଶ୍ର ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ପୌର ପରିଷଦ ନିର୍ବାହୀ ଅଧିକାରୀ  ରାଜୀବ ଲୋଚନ ନାୟକ ପରିଚାଳନା କରିଥିବା ବେଳେ ପୌର ପରିଷଦ କାର୍ଯ୍ୟାଳୟର

ସମସ୍ତ କର୍ମଚାରୀ ଏଥିରେ ସହଯୋଗ କରିଥିଲେ। ସୂଚନା ଯୋଗ୍ୟ ଏବଂ ଜିଲ୍ଲା ପାଇଁ ଖୁସିର ବିଷୟ ଖଇରପୁଟ ବ୍ଲକ ଆଦିମ ବଣ୍ଡା ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ବିଡ୍ ୱର୍କ୍ ଫ୍ରେମ୍ କୁ  ରାଜ୍ୟ ସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ, ବିଭାଗୀୟ ମନ୍ତ୍ରୀ ଓ ଅନ୍ୟାନ୍ୟ ଅତିଥି ମାନଙ୍କୁ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ଆଦିମ ବଣ୍ଡା ଜନଜାତିଙ୍କ ଉତ୍ପାଦ କୁ ଲୋକଲୋଚନକୁ ଆଣିବା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ  ସ୍ୱତନ୍ତ୍ର ଭାବେ ଅର୍ଡର ଦେଇ ଏହି ବିଡ୍ ୱର୍କ କୁ ଆଜିର ଦିନରେ ଉପଯୋଗ କରିପାରିବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like