-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ରାଜ୍ଯସ୍ତରୀୟ ସ୍ୱାୟତ୍ତ ଶାସନ ଦିବସରେ ଉଦଘାଟିତ ହେଲା ୨୭ପ୍ରକଳ୍ପ ଓ ୨ପ୍ରକଳ୍ପର ଭିତ୍ତିପ୍ରସ୍ତର

01-Sep-2025



ଭୁବନେଶ୍ୱର(ପ୍ରେରଣା ଖବର):ସ୍ୱାୟତ୍ତ ଶାସନ ଦିବସ ଅବସରରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି) ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଆଜି ପ୍ରତ୍ୟୁଷରୁ ବିଏମ୍ ସି ଅଂଚଳରେ ଥିବା ସମସ୍ତ ମହାମନିଷୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ସକାଳ 8ଟାରେ ବିଏମ୍ ସି ମୁଖ୍ୟାଳୟରେ ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଡେପୁଟି ମେୟର ଶ୍ରୀମତୀ ମଂଜୁଲତା କହଁର, କମିଶନର ଶ୍ରୀ ଚଞ୍ଚଳ ରାଣା, ଷ୍ଟାଣ୍ଡିଂ କମିଟିର ସମସ୍ତ ଅଧ୍ୟକ୍ଷ, ଅଧ୍ୟକ୍ଷା ବହୁ କର୍ପୋରେଟର, ଅତିରିକ୍ତ କମିଶନରଙ୍କ ସହ ବିଏମ୍ ସିର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ । ପରେ ମାନନୀୟା ମେୟର ଓ କମିଶନ ସମସ୍ତ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ, ଅଧ୍ୟକ୍ଷା ଓ କର୍ପୋରେଟରଙ୍କ ଉପସ୍ଥିତିରେ ମୋଟ ୨୪ଟି ପ୍ରକଳ୍ପର ଉଦଘାଟନ କରାଯାଇଥିବା ବେଳେ ୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହି ଅବସରରେ ବିଏମ୍ ସିରୁ ଅବସର ଗ୍ରହଣ କରିଥିବା୪ ଜଣ କର୍ମଚାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା । ଅପରପକ୍ଷେ, ଅଗଷ୍ଟ ୧୫ତାରିଖରୁ ଆରମ୍ଭ ହୋଇଥିବା ଗରିମା ଅଧିନରେ ଆଇନଗତ ସଫେଇ, ସୁରକ୍ଷିତ ସଫେଇ ଅଭିଯାନର ଉଦ୍ ଯାପନ ଦିବସ । ଏହି ଉଦଯାପନ ଦିବସ ଅବସରରେ ମାନନୀୟା ମେୟର, ଡେପୁଟି ମେୟର, କମିଶନର, ସମସ୍ତ କର୍ପୋରେଟର, ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନେ  ଶପଥ ପତ୍ର ଉପରେ ଦସ୍ତଖତ କରିଥିଲେ ।  
ସ୍ୱାୟତ୍ତ ଶାସନ ଦିବସ ଅବସରରେ ମାନନୀୟା ମେୟର, କମିଶନର, ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ, ଅଧ୍ୟକ୍ଷା ଓ କର୍ପୋରେଟର ମାନେ  ବିଏମ୍ ସି ଡାକ୍ତରଖାନା ଓ ଆଶ୍ରୟସ୍ଥଳିରେ ଫଳ ବଣ୍ଟନ କରିଥିଲେ ।

ଅପରପକ୍ଷେ, ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସର ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ପଳାଶୁଣିଠାରେ ଦୈନିକ ୧୫୦ଟନ୍ ବିଶିଷ୍ଟ ବର୍ଜ୍ୟ ପୁନଃଉଦ୍ଧାର କେନ୍ଦ୍ର, ଟିଟିଏସଠାରେ ଦୈନିକ ୧୦ ଟନ୍ ବିଶିଷ୍ଟ ପ୍ଲାଜ୍ ମା ପ୍ରକ୍ରିୟାକରଣ ୟୁନିଟର ଉଦ୍ଘାଟନ କରାଯାଇଛି । ଏହି ପ୍ରକାର ୟୁନିଟ୍ ଦେଶର ହାତ ଗଣତି କେତୋଟି ସହରରେ ରହିଛି ଏବଂ ଏହା ଆମ ରାଜ୍ୟରେ ପ୍ରଥମ । ଏହା ବ୍ୟତୀତ ହ୍ୱାଟ୍ସଆପ ମାଧ୍ୟମରେ ଭୁବନେଶ୍ୱର ମହାନଗର ନିଗମ ଅଂଚଳ ଲୋକଙ୍କ ଅଭିଯୋଗ ଶୁଣିବା, ସେମାନଙ୍କର ସମସ୍ୟା ସମାଧାନ କରିବା, ଲୋକେ ବିଏମ୍ ସି କାର୍ଯ୍ୟାଳୟକୁ ନ ଆସି ନିଜ ମୋବାଇଲରେ ସମସ୍ତ ପ୍ରକାର ଟାକ୍ସ ପ୍ରଦାନ କରିବା ଆଦି କାର୍ଯ୍ୟ ଘରେ ବସି କରିପାରିବେ । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଜରିଆରେ ହୋଇଥିବା ଏହି ମୋବାଇଲ ଆପକୁ ମଧ୍ୟ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ଲୋକାର୍ପଣ କରିଛନ୍ତି ।
ଜୟଦେବ ଭବନଠାରେ ଆୟୋଜିତ ସନ୍ଧ୍ୟା ଅଧିବେଶନର  ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ଓ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡାଃ  କୃଷ୍ଣଚନ୍ଦ୍ର ମହାପାତ୍ର ଯୋଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ମାନ୍ୟବର ଏକାମ୍ର ବିଧାୟକ ବାବୁ ସିଂ, ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ, ମାନନୀୟା ଡେପୁଟି ମେୟର ଶ୍ରୀମତୀ ମଞ୍ଜୁଲତା କହଁର, ସାଂସ୍କୃତିକ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ରାମଚନ୍ଦ୍ର ରଣସିଂହ ପ୍ରମୁଖ ମଞ୍ଚାସୀନ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅନ୍ୟ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ, ଅଧ୍ୟକ୍ଷା, ସମସ୍ତ କର୍ପୋରେଟର, ବିଏମ୍ ସିର ସମସ୍ତ ଅଧିକାରୀ ଓ କର୍ମଚାରୀ ଯୋଗଦେଇଥିଲେ । 
୮ ଶହ ଏକର ଜମି ଉପରେ ନୂତନ ଭୁବନେଶ୍ବର ଗଠନ ହେବ। ୩ଶହ କୋଟି ଟଙ୍କା ବ୍ୟୟରେ ନିକୋପାର୍କର ନବିକରଣ କରାଯିବ ବୋଲି ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଘୋଷଣା କରିଛନ୍ତି। ଏହାସହ ବିଏମସିର କର୍ମଚାରୀ ସଂଖ୍ୟା ବୃଦ୍ଧି କରିବା ଏବଂ ମଧ୍ୟବିତ୍ତ ପରିବାରର ଲୋକଙ୍କୁ ସ୍ଵଳ୍ପ ମୂଲ୍ୟରେ ଘର ଯୋଗାଇ ଦେବାକୁ ସେ କହିଛନ୍ତି ।

ଏହି ଅବସରରେ ଭୁବନେଶ୍ୱର ଅଂଚଳରୁ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ପଦ୍ମଶ୍ରୀ ପ୍ରଫେସର ଡକ୍ଟର ଅଶୋକ କୁମାର ମହାପାତ୍ର, ପଦ୍ମଶ୍ରୀ ଅଦ୍ୱୈତ ପ୍ରସାଦ ଗଡନାୟକ, ପଦ୍ମଶ୍ରୀ ଦୁର୍ଗାଚରଣ ରଣବୀର, ପଦ୍ମଶ୍ରୀ ଡକ୍ଟର ପ୍ରତିଭା ଶତପଥୀଙ୍କୁ ସମ୍ମାନିତ କରାଯାଇଥିଲା । ସେହିପରି ଚଳିତ ବର୍ଷ ଅରୁଣ କୁମାର ମହାନ୍ତି, ନିରାକାର ସାହୁ, ମନୋରଂଜନ ମହାନ୍ତି, ସୁନାରମ ସିଂ, ଗିରିଜା ନନ୍ଦନ ମହାନ୍ତି, ରୋହିତାସ୍ୱ ଦଳାଇଙ୍କୁ ନଗର ବନ୍ଧୁ ସମ୍ମାନ ପ୍ରଦାନ କରାଯାଇଥିଲା । ଏହା ବ୍ୟତୀତ ଫାଲକନ ରେସିଡେନ୍ସି, ବାଲାଜୀ ରେସିଟେଣ୍ଟସ ଓ୍ୱେଲଫେୟାର ସୋସାଇଟ୍, ଶ୍ରୀକ୍ଷେତ୍ର ଗ୍ରୀନଉଡ୍ ଆବାସିକ ସଂଗଠନକୁ ମଧ୍ୟ ସେମାନଙ୍କର ସେବାମୂଳକ କାର୍ଯ୍ୟକଳାପ ପାଇଁ ସମ୍ମାନିତ କରାଯାଇଛି ।  ବିଏମ୍ ସି ଅଂଚଳରେ ଥିବା ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଏହା ବ୍ୟତୀତ ବିଭିନ୍ନ ବର୍ଗରେ କୃତୀତ୍ୱ ହାସଲ କରିଥିବା ବ୍ୟକ୍ତି ବିଶେଷ, ଅନୁଷ୍ଠାନକୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ଅପରପକ୍ଷେ ସହରରେ ଥିବା ସମସ୍ତ ପାର୍କରେ, ବିଭିନ୍ନ ପ୍ରତିଯୋଗିତା, ଯୋଗାଭ୍ୟାସ, ନୃତ୍ୟ, କ୍ରୀଡା ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ସମସ୍ତ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ଅତିରିକ୍ତ କମିଶନର ଶ୍ରୀ ରତ୍ନାକର ସାହୁ ଓ କୈଳାସ ଚନ୍ଦ୍ର ଦାସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like