-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ସମାରୋହରେ ପାଳିତ*

02-Sep-2025



ସୁବର୍ଣ୍ଣପୁର, ମନୋରଞ୍ଜନ ତ୍ରିପାଠୀ)
ସୋନପୁର ପୌର ପରିଷଦ ପକ୍ଷରୁ ଅଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ପ୍ରଥମେ ସୋନପୁର ପୌର ପରିଷଦ ମଧ୍ୟରେ ସ୍ଥାପିତ ସମସ୍ତ ବରପୁତ୍ର ଓ ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତୀରେ ଅଧ୍ୟକ୍ଷା ଓ ପୌର ପରିଷଦର ସଭ୍ୟ/ସଭ୍ୟା ଙ୍କ ଦ୍ବାରା ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ତାପରେ ପୌର ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ପୌର ପରିଷଦର ଅଧ୍ୟକ୍ଷା ତାମସି ତମସ୍ମିତା ନାୟକଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ ସହ ସ୍ୱାୟତ୍ତ ଶାସନ ଦିବସ ପାଳନ କରାଯାଇଥିଲା । ପୂର୍ବତନ ଅଧ୍ୟକ୍ଷ ପ୍ରକାଶ ସାହୁ, କଇରୁ ସ୍ୱାଇଁ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ଗୋବିନ୍ଦ ମହାରଣାଙ୍କ ସମେତ ପୌର ପରିଷଦର ସମସ୍ତ ସଦସ୍ୟ, କର୍ମଚାରୀ ତଥା ସୋନପୁର ସହରର ଜନ ସାଧାରଣଙ୍କ ସମେତ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ପରେ ସୋନପୁର ପୌର ପରିଷଦ ଦ୍ବାରା ସୋନପୁର ଟାଉନ ହଲ ଠାରେ ଆନୁଷ୍ଠାନିକ ଭାବେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳନ ଓ ଆଭାସି ମାଧ୍ୟମରେ ରାଜ୍ୟ ସ୍ତରୀୟ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ସମାରୋହର ସିଧା ପ୍ରସାରଣ ବ୍ୟବସ୍ଥା କରାଯାଇଥିଲା । ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ସୋନପୁର ବିଧାୟକ ନିରଞ୍ଜନ ପୁଝାରୀ, ସମ୍ମାନିତ ଅତିଥି ଭାବରେ  ଜିଲ୍ଲାପାଳ ଡ଼.ନୃପରାଜ ସାହୁ, ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର ତଥା ପ୍ରକଳ୍ପ ନିର୍ଦ୍ଦେଶକ, DUDA (ଡୁଡ଼ା) ରାଜେନ୍ଦ୍ର ମାଝୀ,  ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ବନଖଣ୍ଡ ଅଧିକାରୀ ମଦନ ଲାଲ ଶର୍ମା, ପୌର ପରିଷଦ ଅଧ୍ୟକ୍ଷା ତାମସି ତାମସ୍ମିତା ନାୟକ, ଉପାଧ୍ୟକ୍ଷା ମଲ୍ଲିକା ଦାନୀ ଓ ପୌର ନିର୍ବାହୀ ଅଧିକାରୀ ଋଷି ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ଏହି ସମାରୋହରେ ସହରର ବୁଦ୍ଧିଜୀବୀ, ପୌର ପରିଷଦର କର୍ମଚାରୀ, ସ୍ୱଚ୍ଛ ସାଥୀ ଓ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀ ଙ୍କ ସମେତ ଜନ ସାଧାରଣ ଯୋଗଦାନ କରିଥିଲେ । ପୌର ଅଧିକାରୀ ଶ୍ରୀ ମାଝୀ ଅତିଥି ମାନଙ୍କୁ ସ୍ଵାଗତ କରିଥିଲେ । ଅଧ୍ୟକ୍ଷା ଶ୍ରୀମତି ନାୟକ ସୋନପୁର ସହରର ସର୍ବାଙ୍ଗୀନ ବିକାଶ ପାଇଁ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ । ମୁଖ୍ୟ ଅତିଥି ଶ୍ରୀ ପୁଝାରୀ ସୋନପୁର ସହରରେ ଥିବା ସମସ୍ତ ଭିତ୍ତିଭୂମିର ରକ୍ଷଣା ବେକ୍ଷଣ କରିବା ସହିତ ନୂତନ ଭିତ୍ତିଭୂମି ନିର୍ମାଣ କରି ଜନସାଧାରଣ ଙ୍କୁ ଉପଯୁକ୍ତ ମୌଳିକ ସେବା ଯୋଗାଇ ଦେବା ପାଇଁ ଗୁରୁତ୍ତ୍ଵ ଦେଇଥିଲେ । ପରେ ଅତିଥି ମାନଙ୍କ ଦ୍ଵାରା ପୂର୍ବତନ ଅଧ୍ୟକ୍ଷ/ ଅଧ୍ୟକ୍ଷା ମାନଙ୍କୁ ଉପଢୌକନ ଓ ସ୍ମୃତି ଫଳକ ବା ଚିହ୍ନ ଦେଇ ସମ୍ମାନିତ ଓ ସମ୍ବର୍ଦ୍ଧିତ କରାଯିବ ସଙ୍ଗେ ସଙ୍ଗେ ସୋନପୁର ପୌର ପରିଷଦର ବର୍ତ୍ତମାନ ନିର୍ବାଚିତ ହୋଇ କାମ କରୁଥିବା ସମସ୍ତ ସଭ୍ୟ/ ସଭ୍ୟା, ଉପାଧ୍ୟକ୍ଷା ଓ ଅଧ୍ୟକ୍ଷାଙ୍କୁ ମଧ୍ୟ ସୋନପୁର ପୌର ପରିଷଦ ତରଫରୁ ଉପଢୌକନ ଓ ସ୍ମୃତି ଫଳକ ବା ଚିହ୍ନ ଦେଇ ସମ୍ମାନିତ ଓ ସମ୍ବର୍ଦ୍ଧିତ କରାଯାଇଥିଲା । ସମାରୋହ ଶେଷରେ ଶ୍ରୀ ଋଷି ମାଝୀ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like