-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଭାରତୀୟ ବୈଦେଶିକ ସେବା ଅଧିକାରୀ; ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ଅଭିବୃଦ୍ଧି ଦିଗରେ ଆଇଏଫ୍‌ଏସ୍‌ ଅଧିକାରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

03-Sep-2025



ଭୁବନେଶ୍ୱର(ପ୍ରେରଣା ଖବର): ଆଜି ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କୁ ଓଡ଼ିଶା ଗସ୍ତରେ ଆସିଥିବା ଭାରତୀୟ ବୈଦେଶିକ ସେବା ଅଧିକାରୀ ମନୋଜ କୁମାର ମହାପାତ୍ର, ଅମିତ ନାରଙ୍ଗ ଓ ଗ୍ଲୋରିଆ ଗାଙ୍ଗଟେ ଲୋକସେବା ଭବନଠାରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବୈଦେଶିକ ସେବା ଅଧିକାରୀମାନଙ୍କୁ ରାଜ୍ୟର ଶିଳ୍ପ କ୍ଷେତ୍ରରେ ଅଭିବୃଦ୍ଧି ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବହୁବିଧ ପଦକ୍ଷେପ ସମ୍ପର୍କରେ ଅବଗତ କରାଇ କହିଲେ ଯେ ଓଡ଼ିଶାରେ ପ୍ରଚୁର ଖଣିଜ ସମ୍ପଦ, ସୁଦୀର୍ଘ ଉପକୂଳ, ଗଭୀର ବନ୍ଦର ସହ ଦୃଢ଼ ଶିଳ୍ପ ଭିତ୍ତିଭୂମି ରହିଛି । ଓଡ଼ିଶାର ଶିଳ୍ପନୀତି ସଂକଳ୍ପ-୨୦୨୨ ମାଧ୍ୟମରେ ନୀତିଗତ ନିଷ୍ପତ୍ତି ଗ୍ରହଣରେ ତ୍ୱରାନ୍ୱିତ ପ୍ରକ୍ରିୟା, ପ୍ରଭାବଶାଳୀ ଏକକ ୱିଣ୍ଡୋ ସିଷ୍ଟମ୍‌ ବ୍ୟବସ୍ଥା ସହ ସ୍ୱଚ୍ଛ ଶାସନ ଓ ବ୍ୟବସାୟ କରିବାର ଅନୁକୂଳତା ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ନିବେଶକାରୀଙ୍କୁ ଆକୃଷ୍ଟ କରିବାରେ ସହାୟକ ହୋଇପାରିଛି । ଆପଣମାନେ ଭାରତର ରାଷ୍ଟ୍ରଦୂତ ଭାବେ ବିଦେଶରେ ଏସବୁ ତଥ୍ୟ ଉପସ୍ଥାପନ କରିପାରିବେ । ଏହା ଦ୍ୱାରା ବିଦେଶୀ ନିବେଶକମାନେ ଓଡ଼ିଶାରେ ନିବେଶ କରିବାକୁ ଆଗ୍ରହ ପ୍ରକାଶ କରିବେ । ଅନ୍ୟପକ୍ଷରେ ରାଜ୍ୟରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଉପରେ ଖୁବ୍‌ ଗୁରୁତ୍ୱାରୋପ କରାଯାଉଛି । ବିଶ୍ୱ ଦକ୍ଷତା କେନ୍ଦ୍ରର

ବ୍ୟାପକ ନେଟ୍‌ୱାର୍କ ମାଧ୍ୟମରେ ଆଇଟିଆଇ ଓ ପଲିଟେକ୍‌ନିକ୍‌ରେ ଦକ୍ଷତା ବିକାଶ କ୍ଷେତ୍ରରେ ବେଶ୍‌ ଅଗ୍ରଗତି କରିଛି । ଆଇଟିଇ ସିଙ୍ଗାପୁର ସହ ସହଭାଗିତା ଦ୍ୱାରା ସର୍ବାଧୁନିକ ଜ୍ଞାନକୌଶଳ ମାଧ୍ୟମରେ ପ୍ରଯୁକ୍ତି ବିଦ୍ୟାରେ ତାଲିମ ପ୍ରଦାନକୁ ବ୍ୟାପକ କରାଯାଇଛି । ଓଡ଼ିଶା ଏବେ ଏପରି କର୍ମଶକ୍ତି ସୃଷ୍ଟି କରୁଛି ଯାହା କେବଳ ନିଯୁକ୍ତିଭିତ୍ତିକ ନହୋଇ ଉଦ୍ୟୋଗ ଏବଂ ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ଆହ୍ୱାନକୁ ମୁକାବିଲା କରିବାରେ ମଧ୍ୟ ସକ୍ଷମ । ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ ବିଶ୍ୱସ୍ତରରେ ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ବ୍ୟାପକ ଅଗ୍ରଗତିକୁ ଉପସ୍ଥାପନ କରିବାରେ ଆପଣମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ । ଭାରତର ଅର୍ଥନୈତିକ ଦୂତ ଭାବେ ଆପଣମାନେ ଏହି କାର୍ଯ୍ୟ ସଠିକ୍‌ ରୂପେ ପରିଚାଳନା କରିପାରିବେ ଓ ସମ୍ଭାବ୍ୟ ନିବେଶକମାନଙ୍କୁ ଏ କ୍ଷେତ୍ରରେ ଥିବା ସୁଯୋଗର ସୁବିଧା ନେବାକୁ ପ୍ରରୋଚିତ କରିପାରିବେ । ଅନ୍ୟ ପକ୍ଷରେ ରାଜ୍ୟରୁ ବାହାରୁଥିବା ଦକ୍ଷ ମାନବସମ୍ବଳ ନିମନ୍ତେ ବିଦେଶରେ ନିଯୁକ୍ତି ସୃଷ୍ଟିରେ ମଧ୍ୟ ସହାୟକ ହୋଇପାରିବେ ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like