-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ରେ ଯୋଗ ଦେଲେ ରାଜସ୍ୱ ମନ୍ତ୍ରୀ

10-Sep-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ବଲାଙ୍ଗିର ଠାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ  ଦିନିକିଆ ଗସ୍ତରେ ଆସିଛନ୍ତି ।  ଜିଲ୍ଲା ବନଖଣ୍ଡ କାର୍ଯ୍ୟାଳୟର ବୈଠକ ଗୃହ ଠାରେ ଆୟୋଜିତ ହୋଇଥିବା ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଯୋଗଦାନ କରିଥିଲେ । ଏହି ସମୀକ୍ଷା ବୈଠକରେ ମାନ୍ୟବର କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ଟିଟିଲାଗଡ ବିଧାୟକ,  ନବୀନ କୁମାର ଜୈନ, ଜିଲ୍ଲାପରିଷଦ ଅଧ୍ୟକ୍ଷା, ଶ୍ରୀମତୀ ଦେବକୀ ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପବିତ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡାଃ. ବିଜୟାନନ୍ଦ ସେଠି, ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ ତରଣୀ ସୁନା ପ୍ରମୁଖ ଉପସ୍ଥିତ ଥିଲେ । 

ମାନ୍ୟବର ମନ୍ତ୍ରୀ ସମୀକ୍ଷା ବୈଠକରେ ବଲାଙ୍ଗିର ଜିଲ୍ଲାର ସମସ୍ତ ତହସିଲରେ କାର୍ଯ୍ୟକାରିତା ହେଉଥିବା ଯୋଜନାର ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ । ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ବସୁନ୍ଧରା ଯୋଜନା ଅନ୍ତର୍ଗତ ଭୂମିହୀନ ପରିବାରକୁ ଜମିପଟ୍ଟା ପ୍ରଦାନ, ପୂର୍ବରୁ ପ୍ରଦାନ କରାଯାଇଥିବା ଘରବାଡି ଜମିର ଚିହ୍ନଟ, ଶିକ୍ଷାନୁଷ୍ଠାନ ଗୁଡିକର ଆବଶ୍ୟକତା ମୁତାବକ ଜମିର ନିୟମିତକରଣ, ଜଙ୍ଗଲ ଜମି ଅଧିକାର ଆଇନରେ ପ୍ରଦାନ କରାଯାଇଥିବା ପଟ୍ଟା ବଣ୍ଟନ, ସିକିମ୍‌, ବେବନ୍ଦୋବସ୍ତ ଓ ଜଙ୍ଗଲ ଜମି ଅଧିକାର ଅଧିନିୟମ ଅନ୍ତର୍ଗତ ବିଭିନ୍ନ ସମସ୍ୟାର ସମାଧାନ ଦୁଇ ମାସ ମଧ୍ୟରେ ଫଇସଲା କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉପସ୍ଥିତ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦେଇଥିଲେ । 

ସର୍ବେକ୍ଷଣ ମୁତାବକ ଗୋଚର ଜମିରେ ରହୁଥିବା ଲୋକଙ୍କୁ ଥଇଥାନ କରାଇବା ଉପରେ ମାନ୍ୟବର ମନ୍ତ୍ରୀ ଗୁରୁତ୍ୱ ଦେଇ, ବୃଦ୍ଧ, ଅସହାୟ ଓ ବିଭିନ୍ନ ସମସ୍ୟା ନେଇ ଆସୁଥିବା ଲୋକଙ୍କ ପଡ଼ିରହିଥିବା ଜମିଜମା ସମ୍ବନ୍ଧୀୟ, ରାଜସ୍ୱ, ଅଦାଲତ ମାମଲାଗୁଡିକର ତ୍ୱରିତ ଫଇସଲା କରିବା,  ବିଭିନ୍ନ ସରକାରୀ ଅନୁଷ୍ଠାନ, ପ୍ରତିଷ୍ଠାନ, ବିଭାଗ ଇତ୍ୟାଦିର ଅବ୍ୟବହୃତ ଜମିକୁ ସରକାରୀ ଖାତାକୁ ଫେରସ୍ତ ଆଣି, ବିଭିନ୍ନ ଉନ୍ନୟନ ଯୋଜନା ନିମନ୍ତେ ପ୍ରଦାନ କରିବା, ବିଭିନ୍ନ ପଡା ଗ୍ରାମକୁ ରାଜସ୍ୱ ଗ୍ରାମର ମାନ୍ୟତା ଦେବା, ଅଙ୍ଗନୱାଡି କେନ୍ଦ୍ରର ଭିତ୍ତିଭୂମି ଆଦି ବିଷୟରେ ସମୀକ୍ଷା ବୈଠକରେ ବିସ୍ତୃତ ଆଲୋଚନା କରାଯାଇ ସମସ୍ୟା ଗୁଡିକ ଉପରେ ଯଥା ସମୟରେ ସଠିକ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ତହସିଲଦାର ମାନଙ୍କୁ ମାନ୍ୟବର ରାଜସ୍ୱ ମନ୍ତ୍ରୀ ନିର୍ଦ୍ଦେଶ ପ୍ରଦାନ କରିଥିଲେ । ସରକାରୀ ଜମିର ସୁରକ୍ଷା ଓ ଏହାର ଜବରଦଖଲ କୁ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରିବା ନିମନ୍ତେ ମାନ୍ୟବର ମନ୍ତ୍ରୀ ତହସିଲଦାର ଏବଂ ଉପଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ । ସେହିଭଳି ବଲାଙ୍ଗିର ଜିଲ୍ଲାରେ ଠାରେ ପ୍ରସ୍ଥାବିତ ରେଳ ପଥ ଓ  ତୁଷୁରା ର ବିମାନପଥ ଉନ୍ନତିକରଣ ପାଇଁ ଆବଶ୍ୟକ ହେଉଥିବା ଜମି ନିମନ୍ତେ ଜମି ଅଧିଗ୍ରହଣ ଯଥା ଶୀଘ୍ର ସଂପୂର୍ଣ୍ଣ କରିବା ପାଇଁ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ । 

ନୂତନ ଭାବେ ୧୦୦ କୋଟି ମୂଲ୍ୟର ଜିଲ୍ଲାପାଳ କାର୍ଯ୍ୟାଳୟ ନିର୍ମାଣ ନିମନ୍ତେ ଆବଶ୍ୟକ ହେଉଥିବା ପଦକ୍ଷେପ ଗୁଡିକ ଗ୍ରହଣ କରିବା ପାଇଁ ଅଧିକ୍ଷଣ ଯନ୍ତ୍ରୀ, ରାସ୍ତା ଓ କୋଠାବାଡି ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଲୟର ସୁକତେଲ ଯୋଜନାର ବିସ୍ଥାପିତଙ୍କର ସମସ୍ୟା, ଅଭାବ ସାର ବିକ୍ରି ସମ୍ବନ୍ଧରେ ଉପସ୍ଥିତ ଅଧିକାରୀ ମାନଙ୍କୁ ଏହାର ସମାଧାନ କରିବା ପାଇଁ ନିର୍ଦେଶ ଦେଇଥିଲେ । ଏଥିସହ ରାଜସ୍ୱ ସେବା ଗୁଡିକ କିପରି ଭାବେ ସାଧାରଣ ଲୋକଙ୍କ ଦ୍ୱାରଦେଶରେ ପହଞ୍ଚି ପାରିବ ସେଥିନିମନ୍ତେ ତ୍ଵରିତ ପଦକ୍ଷେପ ମାନ ଗ୍ରହଣ କରିବାକୁ ଓ ବ୍ୟବସ୍ଥା କୁ ଅଧିକ ସୁଦୃଢ କରିବା ପାଇଁ ରାଜସ୍ୱ ଓ ଭୂ-ଅର୍ଜନ କ୍ଷେତ୍ରର ସମ୍ପୃକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । 

ଏହି ସମୀକ୍ଷା ବୈଠକରେ ଉପଜିଲ୍ଲାପାଳ ବଲାଙ୍ଗିର ଶ୍ରୀ ଆଲୋକ ପଟେଲ, ଉପଜିଲ୍ଲାପାଳ ପାଟଣାଗଡ ଶ୍ରୀ ସୁନିଲ କୁମାର ମେହେର, ଟିଟିଲାଗଡ ଉପଜିଲ୍ଲାପାଳ ଶ୍ରୀ ପଦ୍ମନାଭ ସାମନ୍ତରାୟ ସହ ସମସ୍ତ ତହସିଲଦାର ତଥା ବିଭିନ୍ନ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ବୃନ୍ଦ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like