-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଗଣପତି ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଗୃହ ଉଦ୍‌ଘାଟନ କଲେ ନରସିଂହ

11-Sep-2025



ବଲାଙ୍ଗିର(ପ୍ରେରଣା ଖବର): ଅଂଚଳର ଲୋକଙ୍କ ଭିତର ଏକତା ଓ ଶୃଙ୍ଖଳା ରହୁ ଯା ଦ୍ୱାରା ଆପଣମାନଙ୍କ ଭିତରେ ଭାଇଚାରା ପ୍ରତିଷ୍ଠା ହୋଇ ପାରିବ, ତା ସହ ଆପଣମାନେ ଶିକ୍ଷା ଉପରେ ବିଶେଷ ଗୁରୁତ୍ୱାରୋପ କରନ୍ତୁ ଯାହାକି ଆପଣ ମାନଙ୍କର ତଥା ଏ ଅଂଚଳର ସାମଗ୍ରିକ ବିକାଶ ସମ୍ଭବ ହେବ ବୋଲି ଆଜି ଶିକାଛିଡା ପଂଚାୟତ ଶିକାଛିଡା ଠାରେ ଗଣପତି ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କୋଠା ଉଦ୍‌ଘାଟନ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜ ବକ୍ତବ୍ୟରେ କହିଛନ୍ତି । ସେ ଏହା ସହ ଆହୁରି ମଧ୍ୟ କହିଛନ୍ତି କ୍ଲବ ଘର ହେଉ କି ଗୋଷ୍ଠୀ କେନ୍ଦ୍ର ଉଦ୍‌ଘାଟନ ହେଉ  ଏହା ଅଂଚଳର ବିକାଶ ଦିଗରେ ଏତେ ବେଶି ପ୍ରଭାବ ପକାଇ ନ ଥାଏ ଯଦି ଆପଣମାନେ ପ୍ରକୃତ ବିକାଶ ଚାହୁଁଛନ୍ତି ତେବେ ଏ ଅଂଚଳରେ ଶିକ୍ଷା ଯେପରି ଠିକ୍ ହିସାବରେ ହୋଇପାରିବ ସେ ପ୍ରତି ଧ୍ୱାନ ଦିଅନ୍ତୁ । ଏ ଅଂଚଳର ଛୋଟ ଛୋଟ ଛୁଆମାନଙ୍କ ବିଦ୍ୟା ଅଧ୍ୟୟନ ପ୍ରତି ଧ୍ୟାନ ଦିଅନ୍ତୁ । ସ୍କୁଲ, କଲେଜର ଅଭାବ ଯେପରି ପୁରଣ ହୋଇପାରିବ ସେ ଦିଗରେ ଏକତ୍ରିତ ହୋଇ କାମ କରନ୍ତୁ କାରଣ ଆପଣମାନେ ବିଭାଜିତ ହେଲେ ଅଂଚଳର ବିକାଶ ରେ ପ୍ରତିବନ୍ଧକ ସୃଷ୍ଟି ହେବ ବୋଲି ଶ୍ରୀ ମିଶ୍ର କହିଥିଲେ । ଲୋକଙ୍କ ସହ ଆଲୋଚନା ବେଳେ ଏ ଅଂଚଳରେ ଧାନକିଣା କେନ୍ଦ୍ର ନ ଥିବାରୁ ଏଠାରୁ ବହୁତ ଦୂରରେ ଥିବା ଖୁଜେନପାଲି ଧାନକିଣା କେନ୍ଦ୍ରରେ ଏ ଅଂଚଳର ଚାଷୀ ଧାନ ବିକ୍ରି କରିବା ପାଇଁ  ଯାଉ ଥିବା ଅନେକ ଅସୁବିଧାର ସମ୍ମୁଖିନ ହେଉଛନ୍ତି ବୋଲି ଲୋକେ ଅଭିଯୋଗ କରିଥିଲେ । ଶ୍ରୀ ମିଶ୍ର ଏହାର ସମାଧାନ ପାଇଁ ଏଠାରେ ଥିବା ମହିଳା ସ୍ୱୟଂ ସହାୟକ ଗୋଷ୍ଠି ଧାନ କିଣିବା ପାଇଁ ସମବାୟ ବିଭାଗକୁ ଅର୍ଜି ଲେଖୁ ସେ ଦିଗରେ ସେ ନିଶ୍ଚିତ ଭାବରେ ସହଯୋଗ କରିବେ ବୋଲି ଶ୍ରୀ ମିଶ୍ର ଉପସ୍ଥିତ ମହିଳାମାନଙ୍କୁ ପ୍ରତିଶୃତି ଦେଇଥିଲେ । ତା ସହ ସେଠାରେ ଥିବା ବିଜୁଳି, ପାଣି ଏ ସବୁ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଆଗାମୀ ୧୫ ତାରିଖ ଦିନ ଗଣପତି ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ତରଫରୁ ହେବାକୁ ଥିବା ନୂଆଁଖାଇ ଭେଟଘାଟ ପାଇଁ ଆଲୋଚନା ହେବା ସହ ଅନୁଷ୍ଠାନର ଏକ ଲୋଗୋ କୁ ମୁଖ୍ୟ ଅତିଥି ଶ୍ରୀ ମିଶ୍ର ଉନ୍ମୋଚନ କରିଥିଲେ । ଆଜିର ଏହି ସଭାରେ ଅନୁଷ୍ଠାନ ର ସଭାପତି ଆଦିକନ୍ଦ ବଗର୍ତ୍ତି, ସଂପାଦକ ରମାକାନ୍ତ ନାଏକ, ଅଟଳ ବିଶି, ପ୍ରଦୀପ ଦେହେରି, ରିଙ୍କୁ ରାଉତ, ସନ୍ତୋଷ ଦେହେରି, ରଂଜିତ କରନ, ମନୋଜ ବିଶ୍ୱାଲ, ସୁବଲ ମେହେର, ଗୁପ୍ତେଶ୍ୱର ପାତ୍ର, ପରମେ ବଗର୍ତ୍ତି, ରାଜ କୁମାର ଭାଟି ତଥା ସାମାଜିକ କର୍ମୀ ସନ୍ଦୀପ ବାଗ ଓ ବିନୋଦ କାଲସାଏ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like