-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜ୍ୟ

ଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକ

12-Sep-2025



- ସେପ୍ଟେମ୍ବର ୨୮ରେ ହେବ କର୍ମଶାଳା
- ଯୋଗଦେବେ ଭାରତର ମୁଖ୍ୟ ବିଚାରପତିଙ୍କ ସମତେ ବହୁ ବିଶିଷ୍ଟ ଅତିଥି 
- ଶ୍ରେଷ୍ଠ ଆତିଥେୟତା ଲାଗି ରୋଡ଼ମ୍ୟାପ ପ୍ରସ୍ତୁତ 

ଭୁବନେଶ୍ୱର((ପ୍ରେରଣା ଖବର): ମଧ୍ଯସ୍ଥତା ମାଧ୍ୟମରେ ମକଦମା ଗୁଡିକର ସମାଧାନ ନେଇ ଚଳିତ ସେପ୍ଟେମ୍ବର ୨୮ ତାରିଖରେ ଭୁବନେଶ୍ବରରେ ହେବାକୁ ଯାଉଛି ଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା । ଲୋକସେବା ଭବନ ସ୍ଥିତ କନଭେନସନ ହଲରେ ହେବାକୁ ଥିବା ଏହି କର୍ମଶାଳାକୁ ସବୁ ଦିଗରୁ ସଫଳ କରିବା ଲାଗି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । 

ଲୋକସେବା ଭବନ ଦ୍ବିତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ "ନ୍ୟାସନାଲ ମେଡିଏସନ କର୍ମଶାଳା"ରେ ଯୋଗ ଦେବାକୁ ଥିବା ଅତିଥି, ସେମାନଙ୍କ ରହଣି, ଆତିଥେୟତା ଓ କର୍ମଶାଳା ଆୟୋଜନ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା । 

ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ବିଭିନ୍ନ ସମୟରେ ଛୋଟୋମୋଟ କାରଣ ନେଇ ଲୋକମାନେ କୋଟ କଚେରୀର ଦ୍ଵାରସ୍ଥ ହେଉଛନ୍ତି । ଏଥିଯୋଗୁଁ ନ୍ୟାୟାଳୟ ଉପରେ ଅଯଥା ଚାପ ବଢିବା ସହିତ ପ୍ରକୃତ ନ୍ୟାୟ ମିଳିବାରେ ବହୁ ବିଳମ୍ବ ହେଉଛି । କେବଳ ଏହି କାରଣରୁ ଅନେକ ଗୁରୁତ୍ବପୂର୍ଣ୍ଣ ମାମଲା ଫଇସଲା ମଧ୍ୟ ବିଳମ୍ବିତ ହେଉଛି । ତେଣୁ ଭାରତ ସରକାରଙ୍କ ପକ୍ଷରୁ ଆସିଥିବା ମଧ୍ୟସ୍ଥତା ମାଧ୍ୟମରେ ମକଦମା ଗୁଡିକର ଆପୋସ ସମଧାନ ଏକ ଉତ୍ତମ ମାର୍ଗ । ଆସନ୍ତା ୨୮ ତାରିଖରେ ଏଠାରେ ହେବାକୁ ଥିବା ଜାତୀୟ କର୍ମଶାଳ ଏହା ଉପରେ ଅଧିକ ସଚେତନତା ସୃଷ୍ଟି କରିବାରେ ସହାୟକ ହୋଇପାରିବ । ପ୍ରଥମ ଥର ଲାଗି ଏଠାରେ ଆୟୋଜିତ ଏହି କର୍ମଶାଳାକୁ ସଫଳ କରିବା ସହ ଯୋଗ ଦେଉଥିବା ପ୍ରତିନିଧିମାନେ ଯେପରି ଓଡ଼ିଶାର କଳା, ସଂସ୍କୃତି, ପର୍ଯ୍ୟଟନ ଓ ଆତିଥେୟତାର ଭଲ ସ୍ମୃତି ନେଇ ପ୍ରତ୍ୟାବର୍ତ୍ତନ କରିବେ ସେଥିଲାଗି ଯତ୍ନବାନ ହେବା ଲାଗି ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପରାମର୍ଶ ଦେଇଥିଲେ । 

ଆଲୋଚନା ଅନୁଯାୟୀ ଏହି ଜାତୀୟ କର୍ମଶାଳାରେ ଭାରତର ମୁଖ୍ୟ ବିଚାରପତି ବି. ଆର. ଗାଭାଇଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟ ବିଚାରପତି, ବିଚାରପତି, ଆଡଭୋକେଟ ଜେନେରାଲ, ଆଇନ ସଚିବ, ମଧ୍ୟସ୍ଥତା ସହିତ ସମ୍ପୃକ୍ତ ବିଭିନ୍ନ ଅନୁଷ୍ଠାନର ପ୍ରତିନିଧି ମାନେ ଅଂଶ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । 

ଆଜିର ବୈଠକରେ ଆଡ଼ଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ, ଡିଜିପି ଯୋଗେଶ ବାହାଦୁର ଖୁରାନିଆ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ମାନସ ରଞ୍ଜନ ବାରିକ, ସୂଚନା ପ୍ରଯୁକ୍ତି ଓ ଶକ୍ତି ବିଭଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ, କଟକ – ଭୁବନେଶ୍ବର ପୋଲିସ କମିଶନର ଦେବ ଦତ୍ତ ସିଂହ, ପର୍ଯ୍ୟଟନ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ବଲବନ୍ତ ସିଂ, ଇପିକଲ ପରିଚାଳନା ନିର୍ଦେଶକ ଶ୍ରୀ ଭୁପେନ୍ଦର ସିଂହ ପୁନିଆ,  ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଆର. କେ. ଶର୍ମା, ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁରୁବୀର ସିଂ ଏବଂ ଆଇନ ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ଶିବ ପ୍ରସାଦ ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like