-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ଛାତ୍ରଙ୍କ ଆଖିରେ ଅଠା ପକାଇଦେବା ଘଟଣାରେ ପ୍ରଧାନ ଶିକ୍ଷକ ନିଲମ୍ବିତ

13-Sep-2025



କନ୍ଧମାଳ(ସୁଶୀଳ କୁମାର ପାଣିଗ୍ରାହୀ): ପିଲାଙ୍କ ଆଖିରେ ଅଠା ପକାଇଦେବା ଘଟଣାରେ କନ୍ଧମାଳ ଜିଲ୍ଲାପାଳ ବଡ଼ ପଦକ୍ଷେପ ନେଇଛନ୍ତି । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡ଼ା ସେବାଶ୍ରମ ସ୍କୁଲର ପ୍ରଧାନ ଶିକ୍ଷକ ମନୋରଞ୍ଜନ ସାହୁଙ୍କୁ ନିଲମ୍ବନ କଲେ କନ୍ଧମାଳ ଜିଲ୍ଲାପାଳ । ଘଟଣା ଦିନ ପ୍ରଧାନ ଶିକ୍ଷକ ଅନୁପସ୍ଥିତ ଥିବାରୁ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କିଏ ଓ କାହିଁକି ଅଠା ପକାଇଥିଲା ତଦନ୍ତ ଜାରି ରହିବ କହିଲେ ଜିଲ୍ଲାପାଳ । ହଷ୍ଚେଲରେ ଶୋଇଥିବା ବେଳେ ପିଲାଙ୍କ ଆଖିରେ ଅଠା ପକାଯାଇଥିଲା । ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ୭ ଛାତ୍ର ଚିକିତ୍ସାଧୀନ ଥିବାବେଳେ ଜଣେ ଡିସ୍‌ଚାର୍ଜ ହୋଇଥିବା ଜଣାପଡିଛି। ସୂଚନାଥାଉକି, ଜିଲ୍ଲା ମଙ୍ଗଳ ବିଭାଗ ଅଧୀନ ରେ ପରିଚାଳିତ ଫିରିଙ୍ଗିଆ ବ୍ଲକ ସଲାଗୁଡ଼ା ସେବାଶ୍ରମରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ଚାଲେ। ସେବାଶ୍ରମ ହଷ୍ଟେଲ୍‌ରେ ୪୦ ଜଣ ଛାତ୍ର ଓ ୧୦୦ ଜଣ ଛାତ୍ରୀ ରହୁଛନ୍ତି । ଗୁରୁବାର ରାତିରେ ଛାତ୍ରମାନେ ଖାଇ ସାରି ଶୋଇବା କକ୍ଷକୁ ଯାଇଥିଲେ । ଅଧିକାଂଶ ଛାତ୍ର ଶୋଇଥିଲେ । ଏହି ସମୟରେ ଚତୁର୍ଥ ଓ ପଞ୍ଚମ ଶ୍ରେଣୀର କେତେକ ଛାତ୍ର ୮ ଜଣ ସହପାଠୀ ଙ୍କ ଆଖିପତାରେ ଫେବିକ୍ୱିକ୍‌ ଅଠା ଲଗାଇ ଦେଇଥିଲେ । ଭୋରରୁ ଛାତ୍ରମାନେ ଉଠିବା ବେଳକୁ ଆଖି ଖୋଲି ନଥିଲା । ସେମାନେ କାନ୍ଦ ବୋବାଳି ପକାଇବାରୁ ଘଟଣା ପଦାକୁ ଆସିଥିଲା । ଶିକ୍ଷକ ଏବଂ ମାଟ୍ରନ୍‌ ପୂର୍ବାହ୍ନ ପ୍ରାୟ ୯ଟାରେ ପୀଡ଼ିତ ଛାତ୍ରଙ୍କୁ ଗୋଚ୍ଛାପଡ଼ା ମେଡିକାଲ୍‌ ନେଇଥିଲେ । ସେଠାରେ ଜଣେ ଛାତ୍ରଙ୍କ ଆଖି ଖୋଲି ଯାଇଥିଲା । ଅନ୍ୟ ୭ ଛାତ୍ର ଗୁରୁତର ହୋଇପଡ଼ିଥିଲେ । ସଲାଗୁଡ଼ା ସରପଞ୍ଚ ରୋହିତ କହଁର ସେମାନଙ୍କୁ ନିଜ ଗାଡ଼ିରେ ଫୁଲବାଣୀ ଜିଲ୍ଲା ହସ୍‌ପିଟାଲ୍‌ ନେଇଥିଲେ । ବିଭାଗୀୟ ଅଧିକାରୀଙ୍କ ସହ ଫୁଲବାଣୀ ବିଧାୟକ ଉମାଚରଣ ମଲିକ ହସ୍‌ପିଟାଲ୍‌ରେ ପହଞ୍ଚି ଅସୁସ୍ଥ ଛାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଅନୁଧ୍ୟାନ କରିଥିଲେ । ସମସ୍ତ ଛାତ୍ରଙ୍କ ଆଖି ଖୋଲି ଯାଇଥିବା ବେଳେ ଆଖିରେ

ଯନ୍ତ୍ରଣା ଓ ଫୁଲା ରହିଛି। ସ୍କୁଲ୍‌ରେ ପ୍ରଧାନ ଶିକ୍ଷକ ରାତିରେ ରହୁ ନଥିବାରୁ ଏଭଳି ସାଙ୍ଘାତିକ ଘଟଣା ଘଟିଲା ବୋଲି ଅଭିଯୋଗ ହୋଇଥିଲା । ତାଙ୍କୁ ଏଠାରୁ ତୁରନ୍ତ ବଦଳି ନ କରାଗଲେ ପଞ୍ଚାୟତବାସୀ ସ୍କୁଲ୍‌ରେ ତାଲା ପକାଇବେ ବୋଲି ସରପଞ୍ଚ ରୋହିତ କହିଛନ୍ତି । ଜିଲା ମଙ୍ଗଳ ଅଧିକାରୀ ରବିନାରାୟଣ ମିଶ୍ରଙ୍କୁ ପଚାରିବାରୁ ସେ କହିଛନ୍ତି, ସମସ୍ତଙ୍କୁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟର ଚକ୍ଷୁ ବିଭାଗରେ ରଖି ଚିକିତ୍ସା କରାଯାଉଛି। ଆବଶ୍ୟକ ପଡିଲେ ଡାକ୍ତରଙ୍କ ପରାମର୍ଶ କ୍ରମେ ଅଧିକ ଚିକିତ୍ସା ପାଇଁ ବାହାରକୁ ପଠାଯିବ ।
ସେପଟେ ଶନିବାର ସକାଳୁ ଗ୍ରାମବାସୀ ଏବଂ ଅଭିଭାବକ ବିଦ୍ୟାଳୟକୁ ଘେରାଉ କରିଛନ୍ତି। ସ୍କୁଲ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ପାଇଁ କଡା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଗ୍ରାମବାସୀ। ଜିଲ୍ଲା ମଙ୍ଗଳ ଅଧିକାରୀ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପ୍ରମୁଖ ପହଞ୍ଚି ଲୋକଙ୍କ ସହିତ ଆଲୋଚନା କରୁଛନ୍ତି। ଅନ୍ୟ ପକ୍ଷରେ ଘଟଣା ଘଟିବା ଠାରୁ ପ୍ରଧାନ ଶିକ୍ଷକଙ୍କ ଦେଖା ମିଳୁ ନ ଥିବା କହୁଛନ୍ତି ଗ୍ରାମବାସୀ। ଏହି ଘଟଣା ଏବେ ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like