-+91-9937148622 |
prerana_bgr@rediffmail.com |
Thursday 24th September 2026 |
R.N.I. Regd No. ODIODI/2010/46693
Breaking News
14-Sep-2025
ବଲାଙ୍ଗୀର(ପ୍ରେରଣା ଖବର): ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା, ବଲାଙ୍ଗୀର ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ସିଭିଲ କୋର୍ଟ ବଲାଙ୍ଗୀର ଠାରେ ଅନୁଷ୍ଠିତ ହୋଇଥିଲା। ଏହି ସ୍ବାସ୍ଥ୍ୟ ଶିବିରର ମୂଳ ଉଦ୍ଦେଶ୍ୟ ଅଣସଂକ୍ରମକ ରୋଗର ଚିହ୍ନଟ ସହ, ମାଗଣା ରକ୍ତ ପରୀକ୍ଷା,
ମାଗଣା ଔଷଧ, ଜୀବନ ଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ସ୍ବାସ୍ଥ୍ୟ କେନ୍ଦ୍ର ର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ରେ ଡାକ୍ତର ନନ୍ଦ କିଶୋର ପାଢ଼ୀ , ଭୀମଭୋଇ ମେଡିକାଲ କଲେଜର ଡ଼ାକ୍ତର ଅଶ୍ଵିନୀ କୁମାର ମେହେର , ଡାକ୍ତର ନରେସ ଚନ୍ଦ୍ର ଭାଟି, ଡାକ୍ତର ନମ୍ରତା ଦାସ ଓ ଡାକ୍ତର ସଭ୍ରା ନନ୍ଦ ଏବଂ
ରାଜେନ୍ଦ୍ର ଯୁବକ ସଂଘ ର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ଟିକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ DPHO ଦିବ୍ୟ କିଶୋର ପତି, APM ରାମାନୁଜ ପଣ୍ଡା ଓ UDM ଅନିଲ କୁମାର ମହାକୁର ତଦାରଖ କରାଯାଇଛି। ଏହି ସ୍ବାସ୍ଥ୍ୟ ଶିବିର ରେ ୧୧୫ ରୁ ଉର୍ଦ୍ଧ ସଂଖ୍ୟକ ରୋଗୀ ଚିକିତ୍ସା ଲାଭ କରିଥିଲେ । ଉକ୍ତ ସ୍ବାସ୍ଥ୍ୟ ଶିବିର ଟି ସୁଚାରୁ ରୂପେ ପରିଚାଳିତ ହେଇଥିଲା।