-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଲଳିତ ନାୟକ ଥିଲେ ଶତପ୍ରତିଶତ ସମାଜସେବୀ, ଦ୍ୱାଦଶହ କ୍ରିୟାରେ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ସମାଜର ବିଭିନ୍ନ ବର୍ଗର ଲୋକ

28-Jan-2021



ବଲାଙ୍ଗୀର, (ପ୍ରେରଣା ଖବର)-ଗତ ୧୭ ତାରିଖରେ ବିଶିଷ୍ଟ ସମାଜସେବୀ ଲଳିତ କୁମାର ନାୟକଙ୍କ ପରଲୋକ ହେଇଥିବା ବେଳେ ଆଜି ଥିଲା ଦ୍ୱାଦଶହ କ୍ରିୟା । ଗତ କାଲି ମହାରାଣୀ ବନ୍ଧ ଠାରେ ଦଶାହ କାର୍ଯ୍ୟକ୍ରମ ହୋଇଥିବା ବେଳେ ଆଜି ଦ୍ୱାଦଶ ଦିନରେ ସ୍ଥାନୀୟ କୋସଳ କଳାମଣ୍ଡଳ ପଡିଆ ଠାରେ ସର୍ବଧର୍ମ ପ୍ରାର୍ଥନା ଓ ପ୍ରସାଦ ସେବନ କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର ପୁରପଲ୍ଲୀରୁ ଶତାଧିକ ଲଳିତ ପ୍ରେମୀ, ବିଭିନ୍ନ ସଂଗଠନର କର୍ମକର୍ତ୍ତା ତଥା ସାମାଜିକ କର୍ମୀ ମାନଙ୍କ ସମାବେଶ ହୋଇଥିଲା । ପ୍ରଥମେ ଗାୟକ ବୁବୁ ଉଦ୍‌ଗାତା ଲଳିତ ନାୟକଙ୍କ ସ୍ମୃତି ଉଦ୍ଦେଶରେ ‘ନା ଚିଠି ନା ସନ୍ଦେଶ, ଜାନୈ କୌନ ସା ଦେଶ, ଜହାଁ ତୁମ୍ ଚଲୈ ଗୟେ’,  ଗୀତରେ ଦର୍ଶକଙ୍କୁ ଭାବବିହ୍ୱଳ କରି ଦେଇଥିଲେ ।  କୋସଳ କଳାମଣ୍ଡଳ ପଡିଆର ନୁଆ ମଂଚ ଠାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ଜିଲ୍ଲାର ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସମେତ ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ, କଂଟାମାଲ ବିଧାୟକ ମହୀଧର ରଣା, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅଶିତ ତ୍ରିପାଠୀ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଲଳିତ ନାୟକଙ୍କ ସ୍ମତିଚାରଣ କରିଥିଲେ । ସର୍ବହରାର ସାଥୀ ଲଳିତ ନାୟକ ପ୍ରକୃତରେ ଜଣେ ଶତପ୍ରତିଶତ ସମାଜସେବୀ ଥିଲେ । ତାଙ୍କ ଆଦର୍ଶରେ ଯୁବ ସମାଜ ଅନୁପ୍ରେରିତ ହେବା ଉଚିତ । ତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ବଲାଙ୍ଗୀରରେ ଲଳିତ ନାୟକଙ୍କ ଏକ ପୂର୍ଣ୍ଣ ଅବୟବ ପ୍ରତିମୂର୍ତ୍ତି ସ୍ଥାପନ ହେବା ଉଚିତ ବୋଲି ସ୍ମୃତି ଚାରଣ ବେଳେ କିଛି ବକ୍ତା ପ୍ରସ୍ତାବ ଦେଇଥିଲେ । ସମ୍ବାଦର ବାର୍ତ୍ତା ସଂପାଦକ ଅରବିନ୍ଦ ଦାସଙ୍କ ପରିଚାଳନାରେ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ସମାଜସେବୀ ବିକ୍ରମ ବହିଦାର, ଅରୁନ୍ଧତୀ ଜ୍ୱେଲର୍ସର ବ୍ରହ୍ମାନନ୍ଦ ମେହେର, ବିଙ୍ଗ ହ୍ୟୁମେନର ସୋମନାଥ ମିଶ୍ର, ସରସ୍ୱତୀ ନନ୍ଦ, ସୁଧୀର ପଣ୍ଡା, ସାମ୍ବାଦିକ ମନୋରଂଜନ ଯୋଶୀ, ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ହରିନାରାୟଣ ପୂଜାରୀ, ପୂର୍ଣ୍ଣ ଚନ୍ଦ୍ର ପଂଡା, କ୍ରିଡା ସଂଗଠକ ଶତୃଘ୍ନ ସିଂହ, ଶଶିଭୂଷଣ ପୁରୋହିତ, ପ୍ରଭାସ ପାଣିଗାହି, କଂଗ୍ରେସ ନେତା ବିଧୂଭୂଷଣ ତ୍ରିପାଠୀ, ବିକ୍ରମ ବହିଦାର, ଡ. ବେଣୁଧର ପାଣ୍ଡେ,  ଓ ଅନ୍ୟମାନେ ସ୍ମୃତିଚାରଣ କରିଥିଲେ । ଏହି ଶ୍ରଦ୍ଧାଞ୍ଜଳି ସଭାରେ ପ୍ରାୟ ୩ ହଜାରରୁ ଅଧିକ ଲୋକଙ୍କ ସମାଗମ ହୋଇଛି । ସ୍ଵର୍ଗତ ଲଳିତ ନାୟକ ଙ୍କ ପରିବାର ର ସୁରେଶ ନାୟକ, ଜ୍ୟୋତିରଞ୍ଜନ ନାୟକ. ଦୀପକ ରଞ୍ଜନ ନାୟକ ପ୍ରମୁଖ ଶ୍ରଦ୍ଧାଞ୍ଜଳି ସଭାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like