-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||     

HOME   ଜିଲ୍ଲା

ପ୍ରତିବାଦ,ସ୍ୱର ସହ ନିଜ ଶକ୍ତିକୁ ନାରୀ ଜାହିର କରିବା ଆବଶ୍ୟକ-ସୁବର୍ଣ୍ଣପୁର ଜିଲ୍ଲାପାଳ (ବିନିକାରେ ମହିଳା ସୁରକ୍ଷା ସଚେତନତା ଅଭିଯାନ)

23-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ପୋଲିସ ତରଫରୁ ଏବଂ ବିନିକା ମହିଳା ଜୁନିଅର କଲେଜ ଓ ସ୍ଵର୍ଣ୍ଣଶିଖା ଚାରିଟେବୁଲ ଟ୍ରଷ୍ଟର ମିଳିତ ସହଯୋଗରେ ବିନିକା ସ୍ଥିତ ହୋଟେଲ ଚନ୍ଦ୍ରମା ସଭାଗୃହ ଠାରେ ଆଜି ମହିଳା ସୁରକ୍ଷା ସଚେତନତା ଅଭିଯାନ ଅର୍ଥାତ ସ୍ଵୟଂସିଦ୍ଧା ନାରୀ ଶକ୍ତି ସୁରକ୍ଷା ଆମର ମୌଳିକ ଅଧିକାର ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା।ଏଥିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନାରୀ କୌଣସି କ୍ଷେତ୍ରରେ ଦୂର୍ବଲା ନୁହେଁ ।କାରଣ ପ୍ରତିବାଦ,ସ୍ୱର ସହ ନିଜର ଶକ୍ତିକୁ ଠିକ ଭାବେ ଜାହିର କରି ପାରିଲେ ନାରୀର ଲକ୍ଷ୍ୟ ସାଧନ ହୋଇପାରିବ ।ଉଦାହରଣ ସ୍ୱରୂପ ରାସ୍ତାରେ ଝିଅ ମାନେ ଯିବା ସମୟରେ ଯଦି କେହି ଜଣେ ଯୁବକ କୌଣସି ଏକ ଝିଅକୁ କମେଣ୍ଟ କରେ ତେବେ ଉପସ୍ଥିତ ଥିବା ସମସ୍ତ ଝିଅ ନିର୍ଭୟରେ ତାର ସାମନା କରି ତାକୁ ଚପଲ ଦ୍ଵାରା ଉଚିତ ଦଣ୍ଡ ଦେଲେ ସେହି ବ୍ୟକ୍ତି ପୁନର୍ବାର ଆଉ ଭୁଲ କାମ କରିବ ନାହିଁ ଯାହା ଫଳରେ ଅନ୍ୟ ମାନେ ମଧ୍ୟ ଏଥିରୁ କିଛି ଶିକ୍ଷା ପାଇ ଭୁଲ କରିବାକୁ ଯିବେନି ।ତେଣୁ ନାରୀ ଭୟଭୀତ ନହୋଇ ସୁରକ୍ଷା ପାଇଁ ନିଜର ମୌଳିକ ଅଧିକାରକୁ ସାବ୍ୟସ୍ତ କରିବାକୁ ପରାମର୍ଶ ଦେଇଥିଲେ।

ତେଣୁ ମିଳିତ ଭାବେ ସମସ୍ତେ ଏକଜୁଟ ହୋଇ କାର୍ଯ୍ୟ କଲେ ଜନସାଧାରଣ ସଚେତନ ହେବା ସହିତ ପରିବର୍ତ୍ତନ ଆସିବ ବୋଲି ଜିଲ୍ଲାପାଳ କହିଥିଲେ ।ଏଥିରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ନାରୀ ସୁରକ୍ଷାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ।ଅନ୍ୟତମ ସମ୍ମାନିତ ଅତିଥି ଭାବେ ବିନିକା ମହିଳା ଜୁନିଅର କଲେଜ ଅଧ୍ୟକ୍ଷ ପଞ୍ଚାନନ ସାହୁ ଉପସ୍ଥିତ ଥିଲେ ।ଏହି ପରିପ୍ରେକ୍ଷୀରେ ଅଧ୍ୟାପକ ଅଶୋକ ବିଶି ଓ ଅଧ୍ୟାପିକା ବୈଜୟନ୍ତୀଙ୍କ ନିର୍ଦ୍ଦେଶନାରେ ଛାତ୍ରୀ ମାନଙ୍କ ଦ୍ଵାରା କ୍ଷୁଦ୍ର ନାଟିକା "ବାଲ୍ୟ ବିବାହ ଏକ ଘୃଣ୍ୟ ପ୍ରଥା" ପ୍ରଦର୍ଶିତ ହୋଇଥିଲା ।ସେହିପରି ଅଧ୍ୟାପିକା ବିନ୍ଦୂଳତା କରଙ୍କ ପ୍ରଚେଷ୍ଟାରେ ଛାତ୍ରୀ ମାନଙ୍କ ଦ୍ଵାରା ଜୟ ଜାଗୃତି ନୃତ୍ୟ ପରିବେଷଣ ସମସ୍ତଙ୍କୁ ମୁଗ୍ଧ କରିଥିଲା । କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ପୋଲିସ ଡିଏସପି ରେଣୁକା ସୁନା,ରଜେଶ୍ୱରି ଭୋଇ,ଆଇନଜୀବୀ ସବିତା ପଣ୍ଡା,ସାମାଜିକ କର୍ମୀ ଶ୍ରଦ୍ଧାଞ୍ଜଳି ମିଶ୍ର,ପ୍ରୀତିପ୍ରଜ୍ଞା ପୁରୋହିତ ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିଲେ।ସାମାଜିକ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷ ଓ ଛାତ୍ରୀ ମାନଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ।ସଚେତନତା ଶିବିରରେ ସ୍ଵର୍ଣ୍ଣଶିଖା ଚାରିଟେବୁଲ ଟ୍ରଷ୍ଟର ସଭାପତି ମଧୁମିତା ପରମଗୁରୁ ସଭାପତିତ୍ୱ କରିଥିବା ବେଳେ ମଞ୍ଚ ପରିଚାଳନାରେ ସସ୍ମିତା ପରମ ଗୁରୁ ଓ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ଦାୟିତ୍ଵ ତୁଲାଇଥିଲେ । ଶେଷରେ ଅଧ୍ୟାପିକା ବୈଜୟନ୍ତୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ଅନୁଷ୍ଟିତ ଏହି ସଚେତନତା ଶିବିରରେ ଅଧ୍ୟୟନରତ ଛାତ୍ରୀ,ଶିକ୍ଷାପ୍ରେମୀ,ସଚେତନ ନାଗରିକ,ଗଣମାଧ୍ୟମ ପ୍ରତିନିଧି ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026

You Might Also Like