-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଆଜି କୁଷ୍ମାଣ୍ଡା ବେଶ ରେ ଦର୍ଶନ ଦେଉଛନ୍ତି ମା ସୁରେଶ୍ଵରୀ ଓ ଭଗବତୀ*

25-Sep-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ନବରାତ୍ରର ଚତୁର୍ଥ ଦିନରେ ସୋନପୁରର ଇଷ୍ଟ ଦେବୀ ମା ସୁରେଶ୍ଵରୀଙ୍କ ପୀଠରେ ଭୋର ସମୟରୁ ମନ୍ଦିର ଖୋଲା ଯାଇ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ବେଳେ ଆଜି ବ୍ରହ୍ମଚାରିଣୀ ବେଶରେ ମା ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି l ମନ୍ଦିରରେ ନବଦିନ ବ୍ୟାପୀ ଚଣ୍ଡୀ ମହାଯଜ୍ଞର ଚତୁର୍ଥ ଦିବସରେ ସୂର୍ଯ୍ୟ ପୂଜା, ଗୋ ପୂଜା, ଗୁରୁ, ବ୍ରାହ୍ମଣ ପୁଜନମ ବିଭିନ୍ନ ଦେବଦେବୀଙ୍କ ପୂଜାପାଠ ସୁରେଶ୍ଵରୀଙ୍କ ଷୋଡଶ ଉପଚାର ପୂଜା ଆରତୀ ପୁଷ୍ପାଞ୍ଜଳି ସହ ଚଣ୍ଡୀଯଜ୍ଞ, ହବନ, ଆରତୀ, ପୁଷ୍ପାଞ୍ଜଳି ଓ ପ୍ରସାଦ ବଣ୍ଟନ ହେବା ନେଇ କମିଟି ପକ୍ଷରୁ ସୂଚନା ମିଳିଛି l ସେହିପରି ସହର ର ସର୍ବ ପୁରାତନ ମା ଭଗବତୀ ଙ୍କ ପୀଠରେ ମଧ୍ଯ କୁଷ୍ମାଣ୍ଡା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଗବତୀ l ସହରର ଗଡ଼ଭିତର ସ୍ଥିତ ଦୁର୍ଗା ମନ୍ଦିରରେ ମଧ୍ୟ କୁଷ୍ମାଣ୍ଡା ବେଶ ରେ ଦର୍ଶନ ଦେଉଛନ୍ତି ମା ଦୁର୍ଗା l ଆଜି ମା’ଙ୍କ କୁଷ୍ମାଣ୍ଡା ବେଶ ତେବେ ଆସନ୍ତୁ ଜାଣିବା ମା’ଙ୍କର ଏହି ବେଶ ମହାତ୍ମ୍ୟ ବିଷୟରେ l  କୁଷ୍ମାଣ୍ଡା ମା' ଦୁର୍ଗାଙ୍କର ଚତୁର୍ଥ ରୂପ l ତତ୍ତ୍ବ ଅନୁସାରେ ସେ ଇଷତ୍ ହାସ୍ୟ ସହିତ ଅଣ୍ଡ ବା ବ୍ରହ୍ମାଣ୍ଡର ସୃଷ୍ଟି କରାନ୍ତି l ସେଥିପାଇଁ ତାଙ୍କର ନାମ କୁଷ୍ମାଣ୍ଡା l ଯେତେବେଳେ ଏ ସଂସାରର ଅସ୍ତିତ୍ବ ନ ଥିଲା, ସବୁକିଛି ଅନ୍ଧକାରରେ ନିମଜ୍ଜିତ ରହିଥିଲା, ସେତେବେଳେ ଏହି ଦେବୀ ତାଙ୍କର ମୃଦୁହାସ୍ୟ ଦ୍ବାରା ବ୍ରହ୍ମାଣ୍ଡର ସୃଷ୍ଟି କରିଥିଲେ l ସେଥିପାଇଁ ସେ ଏ ସଂସାରର ଆଦିରୂପା, ଆଦିଶକ୍ତି ସୂର୍ଯ୍ୟମଣ୍ଡଳର ଅନ୍ତର୍ଲୋକରେ ସେ ନିବାସ କରନ୍ତି l ସେଥିପାଇଁ ତାଙ୍କର ଅଙ୍ଗକାନ୍ତି ଉଜ୍ଜ୍ବଳ, ସୂର୍ଯ୍ୟସମ l ତାଙ୍କ ପରି ଭାସ୍ବର ଶରୀର ଅନ୍ୟ କାହାର ନାହିଁ l ଦଶଦିଗ ତାଙ୍କରି ତେଜରେ ପ୍ରକାଶମାନ ହୋଇଛନ୍ତି l ବ୍ରହ୍ମାଣ୍ଡର ସମସ୍ତ ବସ୍ତୁ ଓ ପ୍ରାଣୀମାନଙ୍କର ସମସ୍ତ ତେଜ ତାଙ୍କରି ଛାୟା l ଦେବୀ କୁଷ୍ମାଣ୍ଡା ଅଷ୍ଟଭୁଜା ହୋଇଥିବା ବେଳେ ସେ ତାଙ୍କର ସାତ ହାତରେ- କମଣ୍ଡଳୁ, ଧନୁ, ବାଣ, ପଦ୍ମପୁଷ୍ପ, ଅମୃତ କଳସ, ଚକ୍ର ଓ ଗଦା ଧାରଣ କରନ୍ତି l ତାଙ୍କର ଅଷ୍ଟମ ହସ୍ତରେ ସିଦ୍ଧି ଓ ନିଧି ପ୍ରଦାନକାରୀ ଜପମାଳା ଶୋଭିତ I ତାଙ୍କର ବାହନ ସିଂହ ତାହାଙ୍କୁ କୁଷ୍ମାଣ୍ଡ ବଳି ପ୍ରଦାନ କରାଯାଏ l ନବରାତ୍ରିର ଚତୁର୍ଥ ଦିନ ଏହି ଦେବୀଙ୍କୁ ଉପସନା କରିବା ସମୟରେ ସାଧକଙ୍କର ମନ ଅନାହତ ଚକ୍ରରେ ଅବସ୍ଥାନ କରେ l ତାଙ୍କର ଉପାସନା ଫଳରେ, ଆୟୁ, ଯଶ, ବଳ, ବୁଦ୍ଧି ଓ ଆରୋଗ୍ୟ ଲାଭ ହୁଏ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like