-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜନ୍ମ ଜୟନ୍ତୀ ପାଳିତ

02-Oct-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ବଲାଙ୍ଗିର ଜିଲ୍ଲା ସଦର ମହକୁମା ଗାନ୍ଧୀନଗରପଡା  ସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଜିଲ୍ଲାସ୍ତରୀୟ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜନ୍ମ ଜୟନ୍ତୀ ଉତ୍ସବପାଳନ ଆୟୋଜିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଡାଃ. ବିଜୟାନନ୍ଦ ସେଠୀଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇ ଥିବା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ସମ୍ମାନିତ ଅତିଥି ଭାବେ ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ ତରଣୀ ସୁନା,   ପୌରପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ, ସନ୍ତୋଷ ବେହେରା ପ୍ରମୁଖ ଯୋଗଦାନ କରିଥିଲେ । ସମ୍ମାନନୀୟ ଅତିଥି ଗଣ ଉଭୟ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ଵଳନ କରି  ମାଲ୍ୟାର୍ପଣ କରିଥିଲେ । ସର୍ବଧର୍ମ ପ୍ରାର୍ଥନାରେ ସତ୍ୟବନ୍ତ ବେଦବାଗ, ଇମ୍ମାମ ସାହେବ ମହମ୍ମଦ ମୁସାହିତ ରାଜା, ଶ୍ରୀ ପିନୁଏଲ ନାଗ, ଶ୍ରୀ ଯଶବୀର ସିଂ ପ୍ରମୁଖ ନିଜ ନିଜ ଧର୍ମର ସାରତତ୍ତ୍ବ ବକ୍ତବ୍ୟ ମାଧ୍ୟମରେ ପ୍ରତିପାଦନ କରିଥିଲେ । ଉପସ୍ଥିତ ସମ୍ମାନିତ ଅତିଥିଗଣ  ଗାନ୍ଧୀ  ଓ ଶାସ୍ତ୍ରୀ ଜୟନ୍ତୀ କେବଳ ଉତ୍ସବରେ ସୀମିତ ନରଖି, ଦୈନନ୍ଦିନ ଜୀବନରେ ତାଙ୍କର ମୂଲ୍ୟବୋଧକୁ ପ୍ରୟୋଗ କରିବା ସହ ସତ୍ୟ,ଶାନ୍ତି,

ଦୟା, କ୍ଷମ। ତଥା ସଚ୍ଚୋଟତାର ଆଦର୍ଶରେ ଅନୁପ୍ରାଣିତ ହେବା ସହ ନାଗରିକର ଦାୟିତ୍ୱ ସୂଚାରୁ ରୂପେ ନିର୍ବାହ କରିବାକୁ ଆହ୍ଵାନ ଜଣାଇଥିଲେ । ମହାପୁରୁଷ ମାନଙ୍କ ସରଳ କାର୍ଯ୍ୟ କଳାପ ଗୁଡ଼ିକୁ ଆପଣେଇ ନେଇ ସେମାନଙ୍କ ଐତିହ୍ୟକୁ ସମ୍ମାନ ଜଣାଇବା ଆବଶ୍ୟକ ବୋଲି ମୁଖ୍ୟ ଅତିଥି ମତବ୍ୟକ୍ତ କରିଥିଲେ । ସତ୍ୟ, ଅହିଂସା ଏବଂ ନିଃସ୍ୱାର୍ଥପର ସେବା ସ୍ଥାୟୀ ଶକ୍ତିର ସ୍ମରଣ କରାଏ ତଥା ମହାମନିଷୀଙ୍କ ନୀତିବାକ୍ୟକୁ ପାଳନ କରିବା ଦ୍ଵାରା ଏକ ଉତ୍ତମ ସମାଜର କାର୍ଯ୍ୟକଳାପ ଗୁଡିକୁ ପ୍ରତିଫଳନ ତଥା ଉତ୍ସାହିତ କରିଥାଏ । ମହାମନିଷୀ ମାନଙ୍କର ନୀତି ଶିକ୍ଷା ଗୁଡ଼ିକ ବିଶ୍ୱବ୍ୟାପୀ ଜନସମାଜକୁ ପ୍ରେରଣା ଯୋଗାଇ ଦେଇ ଦେବା ସହ ଏକ ସୁସ୍ଥ ତଥା ଶୃଙ୍ଖଳିତ ସମାଜ ର ବିଭିନ୍ନ ଦୃଷ୍ଟିକୋଣ ଗୁଡିକୁ  ପ୍ରତିଫଳିତ କରି ଆସୁଛି ବୋଲି ସଭାପତି ଶ୍ରୀଯୁକ୍ତ ସେଠୀ ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମରେ କିସ୍ ଆବାସିକ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ଵାରା ବାପୁଜୀଙ୍କ ପ୍ରିୟ ଭଜନ  ରଘୁପତି ରାଘବ ଓ ବେଷ୍ଣବ ଜନତେ ପରିବେଷଣ କରାଯାଇଥିଲା ।  ଗାନ୍ଧି ଜୟନ୍ତୀ ଉପଲକ୍ଷେ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟସ୍ତରରେ ଆୟୋଜିତ ହୋଇଥିବା ବକୃତା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସନ୍ଦୀପ କୁମାର କୁଅଁର ସଂଯୋଜନା କରିଥିବା ବେଳେ ସନ୍ତୋଷ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ସହରର ବିଶିଷ୍ଟ ନାଗରିକ, ସମାଜସେବୀ, ଶିକ୍ଷାବିତ୍, ଗଣମାଧ୍ୟମ ପ୍ରତିନିଧି, ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ପୌରପରିଷଦର କର୍ମଚାରୀ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର କର୍ମଚାରୀବୃନ୍ଦ ଉପସ୍ଥିତ ରହିଥିଲେ । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରାଜେନ୍ଦ୍ର ମାଝି କାର୍ଯ୍ୟକ୍ରମଟିକୁ ସୂଚାରୁ ରୂପେ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like