-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଓମ୍ଫେଡକୁ ମିଳିଲା “ସବୁଠାରୁ ବିଶ୍ୱସ୍ତ ଦୁଗ୍ଧ ଓ ଦୁଗ୍ଧଜାତ ବ୍ରାଣ୍ଡ” ପୁରଷ୍କାର

09-Oct-2025



ଭୁବନେଶ୍ୱର(ପ୍ରେରଣା ଖବର): ରାଜ୍ୟର ଦୁଗ୍ଧ ବ୍ୟବସାୟ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ସମବାୟ ସଂସ୍ଥା ଓମ୍ଫେଡ୍ କୁ ଓଟିଭି ବିଜିନେସ୍ ଆଓ୍ୱାର୍ଡ-୨୦୩୫ପକ୍ଷରୁ (ଏକ ଘରୋଇ ଟିଭି ଚ୍ୟାନେଲ ପକ୍ଷରୁ) ପୁରଷ୍କୃତ କରାଯାଇଛି । ଓଡିଶାର ସବୁଠାରୁ ବିଶ୍ୱସ୍ତ ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଉତ୍ପାଦନ କ୍ଷେତ୍ରରେ ଓମ୍ଫେଡ୍ ପ୍ରଥମ ସ୍ଥାନରେ ରହିଥିବା ବେଳେ ଏହାର ଗୁଣାତ୍ମକମାନ ଯୋଗୁଁ, ଓଡିଶାର ଘରେ ଘରେ ପରିଚିତ ହୋଇପାରିଛି । ପ୍ରତିଦିନ ସକାଳୁ ଉଠିଲେ ଲକ୍ଷ ଲକ୍ଷ ଗ୍ରାହକ ଓମ୍ଫେଡକୁ ହିଁ ଖୋଜିଥାନ୍ତି । କେବଳ ସେତିକି ନୁହେଁ ଲକ୍ଷ ଲକ୍ଷ ଦୁଗ୍ଧ ଚାଷୀଙ୍କ ଆର୍ଥିକ ମାନଦଣ୍ଡକୁ ସୁଦୃଢ କରିବା ସହ ହଜାର ହଜାର ବିତରକ ଓ ଖୁଚୁରା ବ୍ୟବସାୟୀଙ୍କୁ ରୋଜଗାରର ବାଟ ଦେଖାଇଛି । ଅର୍ଥାତ୍ ରାଜ୍ୟର ଆର୍ଥିକ ବିକାଶରେ ଓମ୍ଫେଡ୍ ପ୍ରମୁଖ ଭୂମିକା ଗ୍ରହଣ କରିବା ସହ ହଜାର ହଜାର ଶିକ୍ଷିତ ବେକାର ଯୁବକ, ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିପାରିଛି । ସେଥିପାଇଁ ଓମ୍ଫେଡକୁ ଚୟନ କରାଯାଇଥିଲା । 
 ପ୍ରଥମ ପର୍ଯ୍ୟାୟରେ ଜୁରୀଥିବା ବରିଷ୍ଠ ଚାର୍ଟାଜ ଆକାଉଣ୍ଟାଣ୍ଟ ଅରୁଣ କୁମାର ସାବତ, ପଦ୍ମଶ୍ରୀ ଡକ୍ଟର ପ୍ରଫେସର ଅଶୋକ ପଟ୍ଟନାୟକ ଓ ନାଲକୋର ପୂର୍ବତନ ମୁଖ୍ୟ ପରିଚାଳନା ନିର୍ଦେଶକ ତପନ ଚାନ୍ଦ ଓମ୍ଫେଡକୁ ବ୍ୟବସାୟୀକ ପ୍ରତିଷ୍ଠାନ ଭାବେ ଚୟନ କରିଥିଲେ । ଓମ୍ଫେଡର ବିପଣନ ପରିବ୍ୟାପ୍ତି, ପ୍ରତ୍ୟେକ୍ଷ ଓ ପରୋକ୍ଷ ନିଯୁକ୍ତି, ଉତ୍ପାଦ, ଗୁଣବତ୍ତା, କାରବାର ଇତ୍ୟାଦିକୁ ନେଇ ବିଚାର କରିଥିଲେ । ପରେ ଅନଲାଇନ୍ ଭୋଟିଂ ମଧ୍ୟ କରାଯାଇଥିଲା । ତେବେ ଭୋଟିଂରେ ମଧ୍ୟ ଓମ୍ଫେଡ୍ ସମସ୍ତଙ୍କୁ ପଛରେ ପକାଇ ଦେଇଥିଲା । 
  ଆଜି ସଂଧ୍ୟାରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଓମ୍ଫେଡର ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ ଓ ସାଧାରଣ ପରିଚାଳକ (ଅର୍ଥ) ଶ୍ରୀ ସୁରେଶ କୁମାର ଅଲଟିଆ, ମାନ୍ୟବର ଆଇନ, ଅବକାରୀ ଓ ଓ୍ୱାର୍କ୍ସ ମନ୍ତ୍ରୀ ପୃଥିବୀରାଜ ହରିଚନ୍ଦନ, ପରିଚାଳନା ନିର୍ଦେଶକ ନିତିଶା ମଙ୍ଗତ ପଣ୍ଡାଙ୍କ ଉପସ୍ଥିତିରେ ମାନ୍ୟବର  ଶିଳ୍ପ, ଦକ୍ଷତା ବିକାଶ, ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ କୁମାର ସ୍ୱାଇଁଙ୍କଠାରୁ ଟ୍ରଫି ଓ ମାନପତ୍ର ଗ୍ରହଣ କରିଛନ୍ତି । 
 ଏହି ସମ୍ମାନ ଓଡିଶାର ସମସ୍ତ ଓମ୍ଫେଡ୍ ଦୁଗ୍ଧଚାଷୀ, ଗ୍ରାହକ ଓ କର୍ମଚାରୀଙ୍କର । ସେହିମାନଙ୍କର ଶ୍ରମ ଓ କର୍ମ ଯୋଗୁଁ ଓମ୍ଫେଡ ଦୀର୍ଘ 45 ବର୍ଷ ହେଲା ତାର କାର୍ଯ୍ୟଧାରା ଜାରି ରିଖିଛି । ଆଗାମୀ ଦିନରେ ଏହି ପୁରଷ୍କାର ଆମକୁ ଆଗକୁ ବଢିବା ପାଇଁ ପ୍ରେରଣା ଯୋଗାଇବ ବୋଲି ପୁରଷ୍କାର ଗ୍ରହଣ କରିବା ଅବସରରେ କହିଛନ୍ତି ଓମ୍ଫେଡର ସଭାପତି ଶ୍ରୀ ପ୍ରଧାନୀ । 

 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like