-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ… ସରକାରୀ ଅନୁଦାନ ନମିଳିଲେ ଆନ୍ଦୋଳନ ନିଷ୍ପତ୍ତି

10-Oct-2025



କଣ୍ଟାମାଳ(ଜୟ କୁମାର ମହାରଣା): ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ବୌଦ୍ଧ ଜିଲ୍ଲା ଶାଖା ସଂଯୋଜକ ଅଧ୍ୟାପକ ସୁବାସ ବାରିକ ଙ୍କ ଆବାହକତ୍ୱରେ ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି  l   ୨୦୦୮ରୁ ୨୦୧୮ପର୍ଯ୍ୟନ୍ତ ରାଜ୍ୟରେ ଥିବା ସମସ୍ତ ଅନୁଦାନ ଓ ଅଣ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଗୁଡିକୁ ଅନୁଦାନ ପରିସର ଭୁକ୍ତ କରିବା ପାଇଁ ସରକାରଙ୍କ ଟାଳଟୁଳ ନୀତି କୁ ନେଇ ସଂଘ କଠୋର ନିଷ୍ପତ୍ତି ନେଇଛି  l  ସରକାର ଯଥା ଶୀଘ୍ର ନିର୍ଦ୍ଧାରିତ ସମୟ ମଧ୍ୟରେ ନୂତନ ଅନୁଦାନ ନୀତି ସମ୍ପର୍କରେ ସଂଘ ସହିତ ଆଲୋଚନା ମାଧ୍ୟମରେ ସମାଧାନ ନିମନ୍ତେ ତୁରନ୍ତ ପକ୍ଷେପ ନ ନେଲେ ସଂଘ ପୁନର୍ବାର ଆନ୍ଦୋଳନକୁ ଓହ୍ଲାଇବ  ବୋଲି ନେଇଥିବା ନିଷ୍ପତ୍ତି ସମ୍ପର୍କରେ ଜିଲ୍ଲା ସଂଯୋଜକ ଶ୍ରୀ ବାରିକ ପ୍ରେସ ବିବୃତ୍ତି ଜରିଆରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି  l ପ୍ରକାଶ ଥାଉକି ଶିକ୍ଷକ ମାନଙ୍କ ଆନ୍ଦୋଳନ ଗତ ଅଗଷ୍ଟ ୧୬ତାରିଖ ଦାବି ଦିବସରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଦୀର୍ଘ ୩୨ଦିନ କରାଯାଇଥିଲା ଓ ଲୋୟର ପିଏମଜୀ ଭୁବନେଶ୍ୱର ଠାରେ ସେପ୍ଟେମ୍ବର ୧୮ତାରିଖ ଦିନ ନୂତନ ଅନୁଦାନ ନୀତି ୨୦୦୮ରୁ

୨୦୧୮କୁ କାର୍ଯ୍ୟକାରୀ କରିବା ତଥା ସମସ୍ତ ଅନୁଦାନ ଓ ଅଣ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଗୁଡିକୁ ଅନୁଦାନ ପରିସର ଭୁକ୍ତ ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିଲା  l  ଦାବିକୁ ଦୋହରାଇ ୧୯ତାରିଖ ଦିନ ସଂଘର ସଭାପତି ବିଶ୍ୱରଂଜନ ଦାଶ ଆମରଣ ଅନଶନ ରେ ବସିଥିଲେ  l  ଏଥିରେ ସରକାର ଙ୍କ ନିର୍ଦେଶ କ୍ରମେ ଏକାମ୍ର ବିଧାୟକ ବାବୁ ସିଂ, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଓ ଉଚ୍ଚ ଶିକ୍ଷା ବିଭାଗର ନିର୍ଦେଶକ ପ୍ରମୁଖ  ସଂଘର ପ୍ରତିନିଧି ମାନଙ୍କ ସହିତ ଏକ ଆଲୋଚନା ହୋଇଥିଲା   l   ଅକ୍ଟୋବର ୧୦ରୁ ୨୦ତାରିଖ ମଧ୍ୟରେ ମାନ୍ୟବର ଉଚ୍ଚଶିକ୍ଷା ମନ୍ତ୍ରୀ ଏନେଇ ସଂଘ ସହିତ ଆଲୋଚନା ନେଇ ଲିଖିତ ଆକାରେ ମଧ୍ୟ ଦିଆଯାଇଥିଲା l ଏହି ବିବୃତିରେ ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପକ ସୁନୀଲ ଗୁରୁ, ସଂଯୋଜକ ମହାବିଦ୍ୟାଳସ୍ତରୀୟ ଅଧ୍ୟାପକ ଟଙ୍କଧର କମ୍ପ, ଅଧ୍ୟାପିକା ମଧୁସ୍ମିତା ଭୋଇ, ଗୀତା ରଣା, ସଙ୍ଗୀତା ଭୋଇ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like