-+91-9937148622 |
prerana_bgr@rediffmail.com |
Monday 4th May 2026 |
R.N.I. Regd No. ODIODI/2010/46693
Breaking News
16-Oct-2025
(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଳକ ସମ୍ମିଳନୀ କକ୍ଷ ଠାରେ ଜଳବାୟୁ ପରିବର୍ତ୍ତନକୁ ଅନୁକୂଳ କରିବା ପାଇଁ ଗ୍ରାମ ପଞ୍ଚାୟତର ଭୂମିକା ଉପରେ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି | ଏଥିରେ ପ୍ରଶିକ୍ଷକ ଭାବେ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ ପ୍ରମୁଖ ଯୋଗ ଦେଇ ତାଲିମ ଦେଇଥିଲେ | ଏଥିରେ ଜଳବାୟୁ ପରିବର୍ତ୍ତନର କାରଣ, ନିରାକରଣ, ଆମ ଅଞ୍ଚଳରେ ଜଳବାୟୁ କିପରି ଅନୁକୂଳ କରିବା, ଏଥିରେ ଗ୍ରାମ ପଞ୍ଚାୟତ ର ଭୂମିକା, ସଚେତନତା ସୃଷ୍ଟି କରିବା ଓ ଗ୍ରାମ ପଞ୍ଚାୟତ ଉନ୍ନୟନ ଯୋଜନାରେ ସାମିଲ କରିବା ଆଦି ଉପରେ ତାଲିମ ଦିଆଯାଇଥିଲା | ଏଥିରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଅର୍ଜୁନ ଭତ୍ରା, ଦିବ୍ୟଶଙ୍କର ପୂଜାରୀ, କାମିନୀ ହରିଜନ ଓ ରୂପାଲୀ ମଣ୍ଡଳ, ସମିତି ସଭ୍ୟ ୧ ଜଣ, ୱାର୍ଡ ସଭ୍ୟ ୧ ଜଣ ଓ ଅଙ୍ଗନୱାଡି କର୍ମୀ ୬୦ ଜଣ ମୋଟ ୭୦ ଜଣ ତାଲିମ ନେଇଥିଲେ | ଏହି କାର୍ଯ୍ୟକ୍ରମକୁ ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ ପରିଚାଳନା କରିଥିଲେ |