-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ସାଇବର ସୁରକ୍ଷା ନେଇ ସଚେତନ କାର୍ଯ୍ୟକ୍ରମ

31-Oct-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ପୋଲିସ ଆନୁକୁଲ୍ୟରେ ସ୍ଥାନୀୟ ବାଳକ ହାଇସ୍କୁଲ ପଡିଆ ଠାରେ  ସାଇବର ସୁରକ୍ଷା ନେଇ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ପ୍ରଥମେ ତୁଷୁରା ଥାନା ପରିସରରୁ ଏକ ବିଶାଳ ସାଇବର ସୁରକ୍ଷା ସଚେତନା ଶୋଭାଯାତ୍ରା ବାହାରି ସହର ପରିକ୍ରମଣ କରି ସ୍ଥାନୀୟ ହାଇସ୍କୁଲ ପଡିଆରେ ପହଞ୍ଚିଥିଲା। ତାପରେ ତୁଷୁରା ଥାନାଧିକାରୀ ମନୋଜ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ସାଇବର ସୁରକ୍ଷା ସଚେତନା ସଭା ଅନୁଷ୍ଠିତ ହୋଇ ଥିଲା । ମୁଖ୍ୟ ଅତିଥି ଭାବେ ତୁଷୁରା ଏନ୍‌ଏ‌ସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଲ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ତୁଷୁରା ଏନଏସି ଉପାଧ୍ୟକ୍ଷା ମାମି ଦାଶ, ତେନ୍ତୁଳିଖୁଣ୍ଟି ଗ୍ରାମ ପଞ୍ଚାୟତ ସରପଞ୍ଚ ଗୁରୁଦା ମହାନନ୍ଦ, ଡିଗ୍ରୀ କଲେଜ ଅଧ୍ୟକ୍ଷ ସରୋଜ ପ୍ରଧାନ, ବାଳକ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଜଗଦୀଶ ନାଗ, ବିଶିଷ୍ଟ ସମାଜସେବୀ ପିଙ୍କୁ ଅଗ୍ରୱାଲ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ବଲାଙ୍ଗିର ସାଇବର ଥାନ ଆଇଆଇସି ଭାରତୀ ନାୟକ ଯୋଗଦେଇ ସାଇବର ଅପରାଧର କାରଣ ଓ ନିରାକରଣ ସମ୍ପର୍କରେ ବିଶଦ ଆଲୋଚନା କରିଥିଲେ ଏବଂ ସମସ୍ତଙ୍କୁ ସାମୁହିକ ଶପଥ ପାଠ କରାଇଥିଲେ । ବିଭିନ୍ନ ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ହୋଇଥିବା କ୍ବିଚ୍ ଓ ଡିବେଟ୍ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତି ପ୍ରତିଯୋଗୀଙ୍କୁ ଅତିଥିବୃନ୍ଦ ସାର୍ଟିଫିକେଟ ପ୍ରଦାନ କରିଥିଲେ।   କାର୍ଯ୍ୟକ୍ରମକୁ ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶ ସଞ୍ଚାଳନ କରିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ସୁଶୀଳ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବରିଷ୍ଠ ନାଗରିକ, ମାରୱାଡି ମହିଳା ସମିତି, ଜାଗୃତି ଶାଖାର ସଦସ୍ୟା ବୃନ୍ଦ, ଅଙ୍ଗନୱାଡ଼ି କର୍ମୀ, ଜନସାଧାରଣ ଓ ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇଥିଲେ। ତୁଷୁରା ବିଷ୍ଣୁପ୍ରିୟା କଳା ପରିଷଦର କଳାକାର ସାନ, ବଡ ଓ କୁନି ବହୁ ଗ୍ରୁପ ସାଇବର ସୁରକ୍ଷା ଆଧାରିତ ଏକ ନୃତ୍ୟ ନାଟିକା ପରିବେଷଣ କରି ଜନସାଧାରଣଙ୍କ ମନ ମୋହି ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like