-+91-9937148622 |
prerana_bgr@rediffmail.com |
Thursday 5th March 2026 |
R.N.I. Regd No. ODIODI/2010/46693
Breaking News
31-Oct-2025
ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଯୁବ ସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନ ୩.୦ ପାଇଁ ଜିଲ୍ଲା ସ୍ତରୀୟ ସମନ୍ଵୟ କମିଟି ବୈଠକ ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ଼ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଙ୍କ ଜିଲ୍ଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏହି କମିଟି ବୈଠକରେ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁର, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ, ସୁବର୍ଣ୍ଣପୁର, ବରିଷ୍ଠ ଚିକିତ୍ସା ଅଧିକାରୀବୃନ୍ଦ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ, ସମସ୍ତ ପଞ୍ଚାୟତ ସମିତିର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୃନ୍ଦ ସୁବର୍ଣ୍ଣପୁର ଜିଲ୍ଲାର ବୁଦ୍ଧିଜୀବୀ, ଜନସାଧାରଣ ଓ ସ୍ଵାସ୍ଥ୍ୟ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ। ଅତିରିକ୍ତ ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ତ୍ରିବିକ୍ରମ ପାଣ୍ଡିଆ ତମାଖୁ ସେବନ, ତାହାର ଅପକାର ଓ ନିୟନ୍ତ୍ରଣ ଉପରେ ସମସ୍ତଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଉପସ୍ଥିତ ସମସ୍ତଙ୍କୁ ତମାଖୁ ସେବନ ନ କରିବା ପାଇଁ ଶପଥ ପାଠ କରାଇଥିଲେ।