-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||     

HOME   ରାଜ୍ୟ

ଫେବ୍ରୁଆରି ଗାଇଡଲାଇନ: ପହିଲାରୁ ଖୋଲିବ ଅଙ୍ଗନୱାଡ଼ି, ବିବାହ ଓ ଶୁଦ୍ଧଘରରେ ୫୦୦ଲୋକଙ୍କୁ ଅନୁମତି

30-Jan-2021



ଭୁବନେଶ୍ବର (ପ୍ରେରଣା ଖବର): କରୋନା ଭାଇରସ୍‌ ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଫେବ୍ରୁଆରି ମାସ ପାଇଁ ଗାଇଡଲାଇନ୍‌ ଜାରି କରିଛନ୍ତି।ଫେବ୍ରୁଆରି ୧ରୁ ୨୮ ଯାଏଁ ଜାରି ରହିବ ଏହି ଗାଇଡଲାଇନ ।  ନୂଆ ଗାଇଡଲାଇନ୍‌ ଅନୁସାରେ କଣ୍ଟେନ୍‌ମେଣ୍ଟ ଜୋନ୍‌ ଅଞ୍ଚଳରେ ଲକ୍‌ଡାଉନ୍‌ ଜାରି କରାଯାଇପାରିବ।  ତେବେ କଣ୍ଟେନମେଣ୍ଟ୍ ଜୋନ ବାହାରେ କିପରି ଗତିବିଧି ରହିବ ସେ ନେଇ ଗାଇଡଲାଇନରେ ସ୍ପଷ୍ଟ ସୂଚନା ଦିଆଯାଇଛି। ଗୋଟିଏ ପକ୍ଷରେ ଫେବ୍ରୁଆରିରେ ସ୍କୁଲ ଓ କଲେଜ ଖୋଲିବା ନିଷ୍ପତ୍ତି ଯଥାକ୍ରମେ ଗଣଶିକ୍ଷା ବିଭାଗ ଓ ଉଚ୍ଚଶିକ୍ଷା ବିଭାଗ ଉପରେ ଛଡ଼ା ଯାଇଥିବା ବେଳେ ଫେବ୍ରୁଆରି ୧ରୁ ଅଙ୍ଗନବାଡ଼ି କେନ୍ଦ୍ର ଖୋଲାଯିବ ବୋଲି କୁହାଯାଇଛି। ଏହା ସହ ଅନ୍ତିମକ୍ରିୟା ଏବଂ ବିବାହ ପାଇଁ ଯୋଗଦାତାଙ୍କ ସଂଖ୍ୟାକୁ ରାଜ୍ୟ ସରକାର ୫୦୦କୁ ବୃଦ୍ଧି କରିଛନ୍ତି। ଗତ ମାସରେ ଏହା ୧୦୦ରେ ସୀମିତ ଥିଲା। ଏବେ ସାମାଜିକ, ଧାର୍ମିକ, ରାଜନୈତିକ, କ୍ରୀଡା ସମାବେଶ ପାଇଁ ମଧ୍ୟ ୫୦୦ ଜଣଙ୍କୁ ଅନୁମତି ମିଳିଛି । ଏନେଇ ସ୍ଥାନୀୟ ପ୍ରଶାସନ ଠାରୁ ଅନୁମତି ନେବାକୁ ପଡିବ । ତେବେ ବନ୍ଦ କୋଠରୀ ମଧ୍ୟରେ ୫୦ପ୍ରତିଶତ ଲୋକଙ୍କୁ ନେଇ କାର୍ଯ୍ୟକ୍ରମ ଚାଲିବା ସହ ସମସ୍ତ କରୋନା କଟକଣା ପାଳନ କରିବାକୁ ସରକାର କହିଛନ୍ତି। ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେବା ନେଇ ବେସାମରିକ ବିମାନ ଚଳାଚଳ / ଗୃହ ମନ୍ତ୍ରାଳୟ ନିଷ୍ପତ୍ତି ନେବେ। ଅବରୋଧ ଅଞ୍ଚଳର ସୀମା ଜିଲ୍ଲାପାଳ ଓ ସ୍ଥାନୀୟ କର୍ତ୍ତୃପକ୍ଷ ସ୍ଥିର କରିବା ସହ ଖୋଲା ସ୍ଥାନରେ ସମସ୍ତଙ୍କୁ ସାମଜିକ ଦୂରତା ମାନିବାକୁ କୁହାଯାଇଛି। ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଗୁରୁତ୍ବପୂର୍ଣ୍ଣ ସୂଚନା ଦିଆଯାଇଛି। ଡିସେମ୍ବର ପହିଲାରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲିଯାଇଛି । ପୂର୍ବରୁ ଡିସେମ୍ବର ଶେଷ ପର୍ଯ୍ୟନ୍ତ ସ୍କୁଲ କଲେଜ ଖୋଲିବ ନାହିଁ ବୋଲି ଘୋଷଣା ହୋଇଥିବା‌ ବେଳେ ଜାନୁଆରିରେ ମଧ୍ୟ ସ୍କୁଲ ଖୋଲିନଥିଲା। ହେଲେ ଫେବ୍ରୁଆରି ମାସ ପାଇଁ ରାଜ୍ୟରେ ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ ବୋଲି କୁହାଯାଇଛି । ନବମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ପାଇଁ ଏହା ଅଧିନରେ ଥିବା ଶିକ୍ଷାନୁଷ୍ଠାନ ସଂପର୍କରେ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ ବୋଲି ଗାଇଡ଼ଲାଇନ‌ରେ ସ୍ପଷ୍ଟ କରାଯାଇଛି। ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରି ଓ ଏସଓପି ଜାରି କରି ସ୍କୁଲ ଖୋଲାଯାଇପାରିବ। ସେହିପରି କଲେଜ ଓ ଉଚ୍ଚଶିକ୍ଷା ଅନୁଷ୍ଠାନ ଖୋଲିବା ନିଷ୍ପତ୍ତି ନେବେ ଉଚ୍ଚଶିକ୍ଷା ବିଭାଗ। କଲେଜଗୁଡ଼ିକ ଜାନୁଆରି ୩୧ ପର୍ଯ୍ୟନ୍ତ ବନ୍ଦ ରହିଥିବା ବେଳେ ଏହାର ଅବଧିକୁ ଆହୁରି ବଢ଼ାଯିବ କି ନାହିଁ, ସେ ନେଇ ବିଭାଗ ନିଷ୍ପତ୍ତି ନେବେ। ବିଭାଗ ଅଧିନରେ ପରିଚାଳିତ କଲେଜ ଓ ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡ଼ିକ ଏଥି ସହ ଜଡ଼ିତ ବିଭିନ୍ନ ପକ୍ଷ ସହିତ ଆଲୋଚନା ମାଧ୍ୟମରେ ଖୋଲାଯାଇପାରିବ। ତେବେ ଏଥିଲାଗି ଗୃହବିଭାଗ ଏସଓପି, ୟୁଜିସି ଓ ଏଆଇସିଟିଇ ଗାଇଡଲାଇନ୍ ଅନୁସରଣ କରିବା ବାଧ୍ୟତାମୂଳକ ହେବ। ପୂର୍ବରୁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ଦ୍ବାରା ଜାରି କରାଯାଇଥିବା ଏସଓପି ଅନୁଯାୟୀ ସିନେମା ହଲ ଓ ଥିଏଟର ଚାଲୁ ରହିବ । କୋଭିଡ କଟକଣାକୁ କଡ଼ାକଡି ଭାବେ ଲାଗୁ କରି ମୁକ୍ତାକାଶ ଥିଏଟରଗୁଡିକୁ ଖୋଲିବା ପାଇଁ ସ୍ଥାନୀୟ କର୍ତ୍ତୃପକ୍ଷ (ଜିଲ୍ଲା ମାଜିଷ୍ଟ୍ରେଟ୍ / ମ୍ୟୁନିସିପାଲିଟି କମିସନର କିମ୍ବା ସେମାନଙ୍କ ଦ୍ବାରା ଅନୁମୋଦିତ ଅଧିକାରୀ) ଅନୁମତି ଦେଇପାରିବେ। ସୁଇମିଂ ପୁଲ ଖୋଲିବା ଏବଂ ଏହାର ବ୍ୟବହାର ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ ଦ୍ବାରା ଜାରି କରାଯାଇଥିବା ଏସଓପି ଅନୁଯାୟୀ ହେବ। ଅନ୍ତଃ-ରାଜ୍ୟ ଏବଂ ଆନ୍ତଃ-ରାଜ୍ୟ ଯାତାୟତ ଉପରୁ କଟକଣା ହଟାଯାଇଛି। ୬୫ ବର୍ଷରୁ ଅଧିକ, ଗର୍ଭବତୀ, ଅନ୍ୟ ଗମ୍ଭୀର ଶରୀରିକ ସମସ୍ୟାରେ ପୀଡ଼ିତ ଥିବା ବ୍ୟକ୍ତି ଓ ୧୦ ବର୍ଷରୁ କମ୍ ଶିଶୁଙ୍କୁ ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026

You Might Also Like