-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଦିନ କାର୍ଯ୍ୟକ୍ରମକୁ ଉପଭୋଗ କଲେ ବଲାଙ୍ଗୀରବାସୀ; ସକାଳେ ସାଂସ୍କୃତିକ ଶୋଭାଯାତ୍ରା,ସନ୍ଧ୍ୟାରେ ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ

02-Nov-2025



 ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଦିନ୍ ଆୟୋଜକ କମିଟି ତରଫରୁ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ନଭେମ୍ବର ୧ ତାରିଖକୁ ବଲାଙ୍ଗୀର ଦିନ୍ ଭାବରେ ଧୁମଧାମର ସହ ପାଳନ କରାଯାଇଛି । ସକାଳେ ଅନୁଷ୍ଠିତ ସାଂସ୍କୃତିକ ଶୋଭାଯାତ୍ରରେ ଜିଲ୍ଲାର ବିଭିନ୍ନ ସାଂସ୍କୃତିକ ଦଳ ଏବଂ ଶତାଧିକ କଳାକାରଙ୍କ ସମେତ ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସଭ୍ୟସଭ୍ୟା ସାମିଲ ହୋଇଥିଲେ । ସଂଧ୍ୟାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଯୋଗ ଦେଇ ଆମ ସମସ୍ତଙ୍କ ସହଯୋଗରେ ବଲାଙ୍ଗୀରର ବିକାଶ ସମ୍ଭବ ହୋଇପାରିବ ବୋଲି କହିଥିଲେ ।  ଦଳମତ ନିର୍ବିଶେଷରେ ଆମେ ସମସ୍ତେ ବିକାଶକୁ ଆଗରେ ଓ ଦଳକୁ ପଛରେ ରଖି କାମ କରିବାକୁ ପଡ଼ିବ ବୋଲି କହିଥିଲେ l ବଲାଙ୍ଗୀର ଦିନ ଆୟୋଜନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରୀ ଅନୁଦାନ ଦେବା ପାଇଁ ନିଶ୍ଚିତ କରିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଥିଲେ l ସମ୍ମାନିତ ଅତିଥି ଭାବରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ, ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଉତ୍ତରାଂଚଳ ଆଇଜି ହିମାଂଶୁ ଲାଲ, ବଲାଙ୍ଗୀର ମୁନିସିପାଲିଟି ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲବାର, ବଲାଙ୍ଗୀର ଏସ୍‌ପି ଅଭିଳାଷ ଜୀ ପ୍ରମୁଖ ମଂଚାସୀନ ରହି ବଲାଙ୍ଗୀରର ବିକାଶ ପାଇଁ ସମସ୍ତ ପ୍ରକାର ସହଯୋଗ ପାଇଁ ନିଜର ସମର୍ଥନ ଜଣାଇଥିଲେ। ବଲାଙ୍ଗୀର ଦିନ୍ ଆୟୋଜକ କମିଟି ର ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ କମିଟିର ସଭ୍ୟ ବିଧୁଭୂଷଣ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ l

ସଭ୍ୟ ଦୀନେଶ ଶର୍ମା, ଗୋପାଳ ପ୍ରଧାନ ପ୍ରମୁଖ ମଂଚାସୀନ ଥିଲେ । ଏହି ଅବସରରେ ବଲାଙ୍ଗୀର ଦିନ୍ ଆୟୋଜକ କମିଟି ତରଫରୁ ଏକ ସ୍ମରଣୀକା ପ୍ରକାଶ ପାଇଥିଲା । ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ମଂଚରେ ପୁରସ୍କୃତ କରାଯାଇଥିଲା । ପରେ ବିଭିନ୍ନ କ୍ଷେତ୍ରରେ ବଲାଙ୍ଗୀର ମାଟି ପାଇଁ ଗୌରବ ଅଣିଥିବା କିଛି ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ବଲାଙ୍ଗୀର ଦିନ୍ ଆୟୋଜକ କମିଟି ର ସଭ୍ୟ ଲୋଟସ ଷଡଙ୍ଗୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ସଭା ପରେ ସମ୍ବଲପୁରୀ ଗାୟକ ରୁନା ସୁନାଙ୍କ ଗୀତରେ ଦର୍ଶକ ମାନେ ଝୁମିଥିଲେ । ପରେ ଗାୟକ ପଙ୍କଜ ଜାଲ, ବ୍ୟାସଦେବ ପୁରୋହିତପ୍ରମୁଖ ସମ୍ବଲପୁରୀ ଗୀତ ପରିବେଷଣ କରି ଦର୍ଶକଙ୍କ ଭରପୁର ମନୋରଂଜନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ବଲାଙ୍ଗୀର ଦିନ୍ ଆୟୋଜକ କମିଟି ର ସମସ୍ତ ସଭ୍ୟ ସଭ୍ୟା ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like