-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫  ପାଳନ ଉପଲକ୍ଷେ ସଚେତନତା ଶୋଭାଯାତ୍ରା ଓ ସଭା ଅନୁଷ୍ଠିତ

02-Nov-2025



ବଲାଙ୍ଗିର(ପ୍ରେରଣା ଖବର): ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫ ଅକ୍ଟୋବର ୨୭ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି  । ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫  ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନ ରେ ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ପକ୍ଷରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଦୁର୍ନୀତି ନିବାରଣ ସଚେତନତା ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଡଃ. ବିଜୟାନନ୍ଦ ସେଠୀ ଓ ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ ପତାକା ଦେଖାଇ ଶୋଭାଯାତ୍ରା ଆରମ୍ଭ କରିଥିଲେ । ସ୍ଥାନୀୟ ଜିଲ୍ଲା ବନଖଣ୍ଡ କାର୍ଯ୍ୟାଳୟର ବୈଠକ ଗୃହ ଠାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା  । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ଡ଼ଃ. ବିଜୟାନନ୍ଦ ସେଠୀ  ମୁଖ୍ୟଅତିଥି ଭାବେ, ମୁଖ୍ୟ ଉନ୍ନୟନ ଓ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ତରଣୀ ସୁନା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଗୁଣନିଧି ମଲ୍ଲିକ, ସହ କମାଣ୍ଡାଣ୍ଟ,  ଶରତ ସୁନା, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ, ନିର୍ବାହୀ ଅଧିକାରୀ, ପୌରପରିଷଦ ସନ୍ତୋଷ ବେହେରା, ଜିଲ୍ଲା ସାମାଜିକ କଲ୍ୟାଣ ଅଧିକାରୀ, ସୁଷୁମା ମହାପାତ୍ର ଅତିଥି ଭାବେ ଯୋଗଦେଇଥିଲେ ।  ଜନସାଧାରଣ ନିଜର ଦାୟିତ୍ଵ, କର୍ତ୍ତ୍ୟବ୍ୟ ଓ ଅଧିକାର ପ୍ରତି ସଚେତନ ହେଲେ ଦୁର୍ନୀତି କୁ ରୋକାଯାଇ ପାରିବ ଏବଂ ପ୍ରତ୍ୟେକ ସ୍ତରରେ ଏ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ଵାରୋପ କରିଥିଲେ । ସେହିପରି  ସମାଜରୁ ଦୁର୍ନୀତି ରୋକିବାକୁ ହେଲେ ବ୍ୟାପକ ଜନସଚେତନତା ସହ ମାନସିକତା ରେ ପରିବର୍ତ୍ତନ ଆଣିବା ଆବଶ୍ୟକତା ବୋଲି ଅତିଥିମାନେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।  ଉପ ଅଧିକ୍ଷକ, ଦୁର୍ନୀତି ନିବାରଣ ଶାଖା, ବଲାଙ୍ଗିର ପୁଲସ୍ତି ଛତ୍ରିଆ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ର ତାତ୍ପର୍ଜ୍ୟ ସମ୍ପର୍କରେ ସୂଚନା ଦେବା ସହ ଦୁର୍ନୀତି ନିବାରଣ ସକାଶେ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫ ପାଳନ ଉପଲକ୍ଷେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଓଡିଆ ଏବଂ ଇଂରାଜୀ ଭାଷା ରେ ବକ୍ତୃତା ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଏହି ପ୍ରତିଯୋଗିତା ପ୍ରଥମେ ବ୍ଲକ,

ପୌରପରିଷଦ ତଥା ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ତରରେ କରାଯାଇ ଶ୍ରେଷ୍ଠ ବିବେଚିତ ପ୍ରତିଯୋଗୀ ମାନେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇଥିଲେ । ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ଓଡିଆ ଏବଂ ଇଂରାଜୀ ଭାଷା ରେ ବକ୍ତୃତା ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ଆଜି ଅନୁଷ୍ଠିତ ସଚେତନତା ସଭା ରେ ଅତିଥିମାନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ । ମୁଖ୍ୟବକ୍ତା ରୂପେ ଡ଼. ପ୍ରେମଚାନ୍ଦ ମହାନ୍ତି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ନିଜ ମନ୍ତବ୍ୟ ରଖିଥିଲେ | ଆରକ୍ଷୀ ନିରୀକ୍ଷକ, ଦୁର୍ନୀତି ନିବାରଣ ଶାଖା,ବଲାଙ୍ଗିର ଟେରେସା ଖେସ ଧନ୍ୟବାଦ ଅର୍ପଣ କରିଥିଲେ ଓ ପ୍ରଧାନ ଶିକ୍ଷକ ବାପୁଜୀ ନୋଡାଲ ଉଚ୍ଚ ବିଦ୍ୟାଳୟ, କନକେଲ ରାମ ଗୋପାଳ ଖମାରି ଶର୍ମା ସଭା ସଂଚାଳନ କରିଥିଲେ । । ସରକାରୀ ଅଧିକାରୀ, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ,ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ । ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ର କର୍ମଚାରୀ ଓ ସୂଚନା ଲୋକ ସମ୍ପର୍କ କାର୍ଯ୍ୟାଳୟର ପୁରୁଷୋତ୍ତମ ମୁନା, ସୁରେଶ ଚନ୍ଦ୍ର  ପଟେଲ, କେଶବ ବାଗ,  ସମୀର ସାହୁ ଓ ତପନ କୁମାର ପଟେଲ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like