-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଦେଓଗାଁ ଦଙ୍ଗା କୁ ନେଇ ନିଜର ପ୍ରତିକ୍ରିୟା ରଖିଲେ ପୂର୍ବତନ ବିଧାୟକ: ନିରୀହଙ୍କୁ ଗିରଫ ନ କରି ପ୍ରକୃତ ଦୋଷୀକୁ ଖୋଜି ବାହାର କରୁ ପୋଲିସ- ନରସିଂହ

05-Nov-2025



ବଲାଙ୍ଗୀର(ପ୍ରେରଣା ଖବର): ଗତ କିଛି ସପ୍ତାହ ହେଲା ଶାନ୍ତିପୂର୍ଣ୍ଣ ଦେଓଗାଁ ଅଶାନ୍ତ ହୋଇ ପଡିଛି । ପ୍ରତ୍ୟେକ ଦିନ କୌଣସି ନା କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି । ସଦ୍ୟ ସଦ୍ୟ ଦେଓଗାଁରେ ଘଟିଯାଇ ଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଅଟେ । ଏହାକୁ ମୁଁ ଦୃଢ ନିନ୍ଦା କରୁଛି । ପୋଲିସ ଏ କ୍ଷେତ୍ରରେ ବହୁତ ଯତ୍ନବାଦ ହେବା ଦରକାର । ଯାହା କିଛି ବି ଘଟିଯାଇଛି ତାର ସଠିକ୍ ତଦନ୍ତ ନିହାତି ହେବା ଦରକାର ଏବଂ ଏହି ଘଟଣାରେ ନିରୀହଙ୍କୁ ଗିରଫ ନ କରି ପ୍ରକୃତ ଦୋଷୀ ଯିଏ ଅଛି ତାହାକୁ ପୋଲିସ ଖୋଜି ଗିରଫ କରୁ ବୋଲି ଏକ ପ୍ରେସ ବିବୃତି ମାଧ୍ୟମରେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଜଣାଇଛନ୍ତି । ସେ ଏହି ପ୍ରେସ ବିବୃତିରେ ଆହୁରି ମଧ୍ୟ କହିଛନ୍ତି ଯେ ସ୍ଥାନୀୟ ପୋଲିସ ଆଇଆଇସି ବିନା ତଦନ୍ତରେ ନିରିହ ଲୋକଙ୍କୁ ଉଠାଇ ଆଣୁଥିବାରୁ ଦେଓଗାଁ ଅଂଚଳରେ ଏକ କୋକୁଆ ଭୟ ସୃଷ୍ଟି ହେଇଯାଇଛି । ଲୋକେ ଘରୁ ବାହାରିବାକୁ ଭୟ କରୁଛନ୍ତି । ଏପରିକି କାର୍ତ୍ତିକ ପୂର୍ଣ୍ଣମୀ ଦିନ ମଧ୍ୟ ଲୋକେ ମନ୍ଦିର ଦର୍ଶନ କରିବାରେ ଭୟ କରୁଛନ୍ତି । ଯାହା ଫଳରେ ପୂର୍ଣ୍ଣମୀ ଦିନ ଦେଓଗାଁର ପ୍ରାୟତଃ ମନ୍ଦିର ଜନଶୂନ୍ୟ ଓ ଖାଁ ଖାଁ ଅଛି । ଶ୍ରୀ ମିଶ୍ର ଏହି ବିବୃତ୍ତିରେ ଏହା ମଧ୍ୟ କହିଛନ୍ତି ଯେ ଖବର ଅନୁଯାୟୀ ଗାଁ ଲୋକେ ସ୍ଥାନୀୟ ପୋଲିସ ଆଇଆଇସିଙ୍କ ଉପରେ ଭରସା କରୁନାହାନ୍ତି । ତେଣୁ ସ୍ଥାନୀୟ ଆଇଆଇସିଙ୍କୁ ସେହି ଜାଗାର ତୁରନ୍ତ ବଦଳି କରି ଜଣେ ଦକ୍ଷ ପୋଲିସ ଅଧିକାରୀଙ୍କୁ ଦେଓଗାଁରେ ନିଯୁକ୍ତି କରନ୍ତୁ । ତା ସହ ଲୋକଙ୍କ ମନରେ ଥିବା କୋକୁଆ ଭୟ କୁ ଦୂର କରିବା ପାଇଁ ପୋଲିସ ଶିଘ୍ର ପଦକ୍ଷେପ ନେଉ । ଏଠାରେ ସୂଚନାଯୋଗ୍ୟ ଯେ ଗତ ମାସ ୧୩ ତାରିଖରେ କିଛି ସଂଖ୍ୟା ଲଘୁ ଯୁବକ ଦେଓଗାଁ ଅଂଚଳରେ ଖଣ୍ଡା ତଥା ଅନ୍ୟାନ୍ୟ ମାରଣାସ୍ତ୍ର ଧରି ଲୋକଙ୍କୁ ଭୟଭୀତ କରିଥିଲେ । ତେଣୁ ହିନ୍ଦୁ-ମୁସଲିମ ସମ୍ପ୍ରଦାୟ ଭିତରେ ତିକ୍ତତା ଆଣିବା ପାଇଁ କିଛି ଲୋକ ବିଭ୍ରାନ୍ତିକର ଅପପ୍ରଚାର କରୁଛନ୍ତି । ଏହା ଯେପରି ଆଗକୁ ଉଗ୍ର ରୂପ ନ ନିଏ ସେ ଦିଗରେ ପୋଲିସ ଯତ୍ନବାନ ତଥା ସମ୍ବେଦନଶୀଳ ହୋଇ ପଦକ୍ଷେପ ଗ୍ରହଣ କରୁ । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ମଧ୍ୟ ଯେତେ ଶିଘ୍ର ହେବ ଏହି ଘଟଣାରେ ହସ୍ତକ୍ଷେପ କରି ଦେଓଗାଁ ଅଂଚଳରେ ଶାନ୍ତି ପ୍ରତିଷ୍ଠା ପାଇଁ ଏକ ଶାନ୍ତି କମିଟି ଗଠନ କରିବା ପାଇଁ ପଦକ୍ଷେପ ନିଅନ୍ତୁ ଏବଂ ପୋଲିସ ଏଫଆଇଆର ରେ ଯେଉଁ ଲୋକଙ୍କର ନାଁ ନାହିଁ ଏହି ଘଟଣା ସମ୍ପୁର୍ଣ୍ଣ ତଦନ୍ତ ନ ସରିବା ପର୍ଯ୍ୟନ୍ତ ଅଧିକ ଲୋକଙ୍କୁ ଭୟଭିତ କରିବା ପାଇଁ ଗିରଫ କରନ୍ତୁ ନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like