-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||     

HOME   ଜିଲ୍ଲା

ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ

05-Nov-2025



ନୂଆଦିଲ୍ଲୀ(ପ୍ରେରଣା ଖବର): ନୂଆଦିଲ୍ଲୀର  ହାଉଜଖାସ ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ପର୍ବ ଓ  ବୋଇତ ବନ୍ଦାଣ ଉତ୍ସବ ମହା ସମାରୋହରେ ପାଳନ କରା ଯାଇଛି । ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଙ୍ଘ ଦ୍ୱାରା ଆୟୋଜିତ ଏହି ମହୋତ୍ସବରେ ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ କ୍ଷେତ୍ରର ଶତାଧିକ ଓଡ଼ିଆ ଓ ଅଣଓଡ଼ିଆ ଜନସାଧାରଣ, ସେମାନଙ୍କର ପରିବାର ବର୍ଗ ଓ ବନ୍ଧୁପରିଜନଙ୍କ ସହିତ ସକାଳୁ ଆସି ସାମିଲ ହୋଇଥିବାର ଦେଖା ଯାଇଥିଲା।ପୁର୍ଣ୍ଣିମା ଉପଲକ୍ଷେ ବୋଇତ ବନ୍ଦାଣର ସ୍ଥଳ ମନ୍ଦିର ପାର୍ଶ୍ୱବର୍ତ୍ତୀ ଫୁଆରାର ଚାରିପଟ ଏବଂ ସମ୍ପୂର୍ଣ୍ଣ ମନ୍ଦିର ବେଢାକୁ ଖୁବ ସୁନ୍ଦର ଭାବେ ସଜାଯାଇଥିଲା।  ସମଗ୍ର ପରିବେଶ ଅତ୍ୟନ୍ତ ଭକ୍ତିପୁତ ଓ ବେଶ ଉତ୍ସବ ମୁଖର ହୋଇପଡିଥିବାର ଲକ୍ଷ୍ୟ କରାଯାଇ

ଥିଲା। ଦର୍ଶକମାନଙ୍କ ମଧ୍ୟରେ ବୋଇତ ଭସାକୁ କେନ୍ଦ୍ର କରି ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଏବଂ ଉଦ୍ଦୀପନା ପ୍ରକାଶ ପାଇଥିଲା।ବଢ଼ି ଭୋରରୁ ପୂଜାରୀମାନେ ମୁଖ୍ୟ ମନ୍ଦିର ମଧ୍ୟରେ ଚାରିଦିଅଁଙ୍କର ସାମନାରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରିଥିଲେ। ଏହାପରେ ଫୁଆରାର ପୋଖରୀ କୂଳରେ ଭାସମାନ ଥିବା ସୁନ୍ଦର ଓ ସୁସଜ୍ଜିତ ବୋଇତଟିକୁ ପୂଜା କରାଯାଇଥିଲା। ଉପସ୍ଥିତ ମହିଳାମାନେ ବୋଇତର ବନ୍ଦାପନା କାର୍ଯ୍ୟ ସମ୍ପନ୍ନ କରିଥିଲେ। ସମାରୋହରେ ଦିଲ୍ଲୀ ସରକାରର ମନ୍ତ୍ରୀ ଆଶିଷ ସୁଦ ଓ ତାଙ୍କର ଧର୍ମପତ୍ନୀ ଅନୁ ସୁଦ ଅତିଥି ଭାବରେ ଯୋଗ ଦେଇଥିଲେ। ମୁଖ୍ୟ ଆୟୋଜକ ତଥା ମନ୍ଦିର ପରିଚାଳନା କମିଟିର ସମ୍ପାଦକ ରବିନ୍ଦ୍ର ନାଥ ପ୍ରଧାନଙ୍କର ତତ୍ତ୍ୱାବଧାନରେ ଆଗନ୍ତୁକ ଅତିଥି ଅଭ୍ୟାଗତମାନଙ୍କ ଦ୍ୱାରା ପାରମ୍ପରିକ ଢଙ୍ଗରେ 'ଆ-କା-ମା-ବୈ' ଧ୍ୱନୀ ଉଚ୍ଚାରଣ କରାଯିବା ସହିତ ସୁଶୋଭିତ ବୋଇତଟିର ଯାତ୍ରା ଶୁଭାରମ୍ଭ ହୋଇଥିଲା I ସମଗ୍ର ଗଗନ ପବନ ହରିବୋଲ, ହୁଳହୁଳି ଏବଂ ଶଙ୍ଖଧ୍ଵନୀ, ଭଜନ-କୀର୍ତ୍ତନର ସୁଲଳିତ ସ୍ୱର ଝଙ୍କାର ତଥା ଘଣ୍ଟ, ଝାଞ୍ଜ ଓ ମୃଦଙ୍ଗ ଆଦି ବାଦ୍ୟର ଘୋରଘର୍ଘର ନାଦରେ ପ୍ରକମ୍ପିତ ହୋଇ

ଉଠିଥିଲା। ଓଡ଼ିଆ ଜାତିର ମାନ, ସମ୍ମାନ ଓ ସ୍ୱାଭିମାନର ପ୍ରତୀକ ବୋଇତଟି ଫୁଆରାର  ଚତୁଃପାର୍ଶ୍ୱରେ ପରିଭ୍ରମଣ କରିବାର ଦୃଶ୍ୟ ବେଶ ଅନନ୍ୟ ଓ ଅବିସ୍ମରଣୀୟ ଥିଲା। ଅତୀତରେ ଓଡ଼ିଶାର ସାଧବ ପୁଅମାନେ ସୁଦୂର ଜାଭା, ସୁମାତ୍ରା ,ବାଲି ଓ ବୋର୍ଣ୍ଣିଓ ଆଦି ଦ୍ବୀପକୁ ବେପାର ବଣିଜ ପାଇଁ ଯାତ୍ରା କରୁଥିବାର ସାଙ୍କେତିକ ଝଲକ ଏଠାରେ ମିଳିଥିଲା।  ଓଡ଼ିଶାର  ନୌବାଣିଜ୍ୟର ସ୍ୱର୍ଣ୍ଣାଭ ଇତିହାସ, ଗୌରବମୟ ପରମ୍ପରା ଏବଂ ମହାନ ସାଂସ୍କୃତିକ ଐତିହ୍ୟର ଅପୂର୍ବ ରୂପାୟନ ଉପସ୍ଥିତ ଦେଖଣାହାରୀମାନଙ୍କୁ ଅଭିଭୂତ କରି ଦେଇଥିଲା।       ଉତ୍ସବର  ମୁଖ୍ୟ ଆକର୍ଷଣ ଓଡ଼ିଶାରୁ ଆସିଥିବା ବିଶିଷ୍ଟ ଗାୟିକା ଅନିନ୍ଦିତା ଦାସ, ଉଦୀୟମାନ କଣ୍ଠଶିଳ୍ପୀ ଆରାଧନା ପାଣିଗ୍ରାହୀ ଓ ଗୋପୀନାଥ ପାଣିଗ୍ରାହୀ ଙ୍କର ସୁମଧୁର ଭଜନ ପରିବେଷଣ ଥିଲା। ସୁନାମଧନ୍ୟ ଓଡ଼ିଶୀ ଗୁରୁ ନିତ୍ୟାନନ୍ଦ ଦାସଙ୍କର ଶିଷ୍ୟ ଓ ଶିଷ୍ୟାମାନଙ୍କ ଦ୍ୱାରା ମଞ୍ଚସ୍ଥ ନୃତ୍ୟ ଅଭିନୟ ମଧ୍ଯ ବେଶ ଭାବୋଦ୍ଦୀପକ ଥିଲା ଏବଂ ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଦେଇ ଥିଲା ।ଏଠାରେ ବିଶିଷ୍ଟ ହାସ୍ୟ କଳାକାର ଗୋଲୁ ଙ୍କର ଅଭିନୟ ଦମଦାର ଥିଲା ।କାର୍ଯ୍ୟକ୍ରମକୁ ସ୍ୱର୍ଣ୍ଣପ୍ରଭା ପତି ସୁଚାରୁ ରୂପେ ସଞ୍ଚାଳନା କରିଥିଲେ। ଏହି ଅବସରରେ ଉପସ୍ଥିତ ଶ୍ରଦ୍ଧାଳୁମାନଙ୍କୁ ମନ୍ଦିର ତରଫରୁ ସ୍ୱାଦିଷ୍ଟ ହବିଷ ପ୍ରସାଦ ପରଷା ଯାଇଥିଲା। ଉପସ୍ଥିତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ମଧ୍ୟରେ ଅବନୀ ସାହୁ, ଗୁରୁ ପ୍ରସାଦ ମିଶ୍ର, ସବିତା ପ୍ରଧାନ, ରୀତା ପାତ୍ର, ସଞ୍ଜୟ ମିଶ୍ର, ବିଷ୍ଣୁ ପ୍ରଧାନ,ଡ଼ଃ ଶକ୍ତି ସୁଧା ସାମନ୍ତରାୟ ଓ ରୁପାଲୀ ଅପରାଜିତା ମହାନ୍ତି  ପ୍ରମୁଖ ଅନର୍ଭୂକ୍ତ ଥିଲେ ।                                               


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026

You Might Also Like