-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଅଚାନକ ବିନିକା ପରିଦର୍ଶନ,କର୍ମଚାରୀ ମଧ୍ୟରେ ଛନକା,,,,

06-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ) ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ଲୋକଙ୍କୁ ସେବା ଯୋଗାଇ ଦେଉଥିବା ଡେଙ୍ଗୁରା ଦେଉଛନ୍ତି ।ହେଲେ କେତେକ ଦୁର୍ନିତୀଖୋର କର୍ମଚାରୀଙ୍କ ଯୋଗୁଁ  ଲୋକେ ଠିକ ଭାବେ ଉପକୃତ ହୋଇ ପାରୁନାହାନ୍ତି ।ଦୌଡ଼ି ଦୌଡ଼ି ନୟାନ୍ତ ହେବା ଭିତିରିଆ ଟଙ୍କା ଦେଲେ ଯାଇ କୁଆଡେ ତାଙ୍କ କାମ ହେଉଥିବା ସାଧାରଣ ଲୋକଙ୍କ ଠାରୁ ଶୁଣିବାକୁ ମିଳୁଛି।କିଛି ମାସ ତଳେ ଜିଲ୍ଲାରେ ଜଣେ ଦକ୍ଷ ଜିଲ୍ଲାପାଳ ଯୋଗଦାନ ପରେ ଲୋକେ ବିଭିନ୍ନ କାର୍ଯ୍ୟାଳୟରୁ ଠିକ ଭାବେ ସେବା ପାଉଛନ୍ତି କି ନାହିଁ ସେନେଇ ଜିଲ୍ଲାର ହତାକର୍ତା ଜିଲ୍ଲାପାଳ ନୃପରାଜ ସାହୁ ଅଚାନକ ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରି କର୍ମଚାରୀଙ୍କୁ ତାଗିଦ କରିବା ସହ ଦରକାର ପଡିଲେ କାର୍ଯ୍ୟାନୁଷ୍ଠାନ ମଧ୍ୟ ନେଉଛନ୍ତି ।ଯାହା ଫଳରେ କର୍ମଚାରୀ ମହଲରେ ଏକ ପ୍ରକାର ଛନକା ପଶିଯାଇଥିବା ବେଳେ ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପକୁ ଜିଲ୍ଲାର ଜନସାଧାରଣରେ ପ୍ରଶଂସା କରାଯାଉଛି ।ଯାହାକି ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀ ସାହୁ ଅଚାନକ ବିନିକା ସବରେଜିଷ୍ଟ୍ରି ଓ ତହସିଲ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ l ଫଳରେ ଦାୟିତ୍ୱରେ ଥିବା କର୍ମଚାରୀ ଜିଲ୍ଲାପାଳଙ୍କ ଉପସ୍ଥିତକୁ ଦେଖି ହଡବଢାଇ ଯାଇଥିଲେ। କିଏ କଣ କାମ କରୁଛି କି ନାହିଁ ସେ ସବୁକୁ ଭୁଲି କର୍ମଚାରୀ ମାନେ ଥରି ଥରି ନିଜର ଦାୟିତ୍ୟକୁ ସୁଚାରୁ ରୂପେ କରୁଥିବା ଦେଖିବାକୁ ମିଳିଥିଲା।ତେବେ ଜିଲ୍ଲାପାଳ ଶ୍ରୀ ସାହୁ ପରିଦର୍ଶନ ବେଳେ ତହସିଲ କାର୍ଯ୍ୟାଳୟ ଭିତରେ ଓ ବାହାରେ ଅପରିଷ୍କାରକୁ ନେଇ କ୍ଷୋଭ ବ୍ୟକ୍ତ କରିଥିଲେ।  କାର୍ଯ୍ୟାଳୟ କୋଠରୀରେ ପାନ ଘୁଡୁକା ଛେପ,ମକଳ୍ଳା ଜାଲ,ଏଣେତେଣେ ବିଦ୍ୟୁତ ତାର ଝୁଲୁଥିବା ଦେଖି କେମିତି କାମ କରୁଛ ଘର ତୁମର ନୁହେଁ କି ବୋଲି କର୍ମଚାରୀଙ୍କୁ ପ୍ରଶ୍ନ କରିଥିଲେ ।ଅପରିଷ୍କାର କୁ ନେଇ ଫଟୋ ମଧ୍ୟ ଉଠାଇଥିଲେ ।କାର୍ଯ୍ୟାଳୟକୁ ତୁରନ୍ତ ପରିସ୍କାର ପରିଚ୍ଛନ୍ନ ରଖିବାକୁ କହିଥିଲେ ।ବିଭିନ୍ନ କାମର ସମାଧାନ କେତେଦିନ ଭିତରେ ହେବା କଥା ସେନେଇ କୌଣସି ଠାରେ ସୂଚନା ଫଳକ ନଥିବାରୁ ଜିଲ୍ଲାପାଳ ଶ୍ରୀ ସାହୁ ଅସନ୍ତୋଷ ପ୍ରକାଶ କରିଥିଲେ।ତେଣୁ ବିଭିନ୍ନ କାମ ନେଇ ଆସୁଥିବା ଲୋକଙ୍କୁ ହଇରାଣ ହରକତ ନକରି ତାଙ୍କର କାମ ଶୀଘ୍ର କରିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଯେଉଁ କର୍ମଚାରୀ ଦାୟିତ୍ୱରେ ଅବହେଳା କରୁଛନ୍ତି ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ କହିଥିଲେ ।ସେହିପରି କର୍ତ୍ତଙ୍ଗ ଗ୍ରାମରୁ ଆସିଥିବା ଜଣେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ପରେ ସ୍ଥାନଟି ସରକାରୀ ହୋଇଥିବାରୁ ଆସନ୍ତାକାଲି ଡିମାରକେସନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।ଜିଲ୍ଲାପାଳଙ୍କ ଏପରି ଅଚାନକ ଗସ୍ତକୁ ବିଭିନ୍ନ ମହଲରେ ସ୍ବାଗତ କରାଯିବା ସହ ଦୁର୍ନୀତି ଖୋର କର୍ମଚାରୀ କିଛି ମାତ୍ରାରେ ସଲଖିବେ ଓ ଲୋକେ ସରକାରୀ ସେବା ସୁବିଧା ଠିକ ଭାବେ ପାଇ ପାରିବେ ବୋଲି ସାଧାରଣରେ ଚର୍ଚ୍ଚା ହେଉଥିବା ବେଳେ ଜିଲ୍ଲାପାଳ ମଝିରେ ମଝିରେ ଅନ୍ୟ କାର୍ଯ୍ୟାଳୟକୁ ମଧ୍ୟ ଅଚାନକ ପରିଦର୍ଶନ କରି ଅବହେଳା କରୁଥିବା କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026

You Might Also Like