-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଉତ୍କଳ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘର ସ୍ୱତନ୍ତ୍ର ଅଧିବେଶନ

09-Nov-2025



ବଲାଙ୍ଗିର(ପ୍ରେରଣା ଖବର)- ଉତ୍କଳ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘର ସ୍ୱତନ୍ତ୍ର ତଥା ଶେଷ ସମ୍ମିଳନୀ ଉତ୍ସାହ ଓ ଉଦ୍ଦିପନାର ସହିତ ରେନ୍‌ବୋ ପ୍ୟାଲେସ ବଲାଙ୍ଗିର ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ୧୭ଟି ଜିଲ୍ଲାରେ କାମ କରୁଥିବା ଗ୍ରାମୀଣ ବ୍ୟାଙ୍କ ର ଶତାଧିକ କର୍ମଚାରୀ ଯୋଗଦାନ କରିଥିଲେ । ସଭା ପ୍ରାରମ୍ଭରେ ମୁଖ୍ୟ ଅତିଥି, ଆବାହକ କୋଶଲ ରାଜ୍ୟ ସମନ୍ୱୟ ସମିତି ପ୍ରମୋଦ କୁମାର ମିଶ୍ର, ଏଆଇଆରଆରବିଇଏ ର ପତାକା ଉତ୍ତୋଳନ ସହିତ ସହିଦ ସ୍ମୃତି ସ୍ତମ୍ଭରେ ପୁଷ୍ପଗୁଚ୍ଛ ଅର୍ପଣ କରି ସଂଗ୍ରାମୀ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ସଂଘର କାର୍ଯ୍ୟକାରୀ ସଭାପତି ସାଥୀ ଅଭିଜିତ ଗଡତ୍ୟା ସମସ୍ତ ଅତିଥିମାନଙ୍କୁ ମଂଚାସୀନ କରାଇ ସେମାନଙ୍କର ପରିଚୟ ପ୍ରଦାନ ଓ ଉପଢୈାକନ ପ୍ରଦାନ କରିଥିଲେ । ସଂଘର ସଭାପତି ପୁଲିନ ମିଶ୍ର ଅଧ୍ୟକ୍ଷତା କରି ସଭାର ଆଭିମୁଖ୍ୟକୁ ସ୍ପଷ୍ଟ କରିଥିଲେ । ସେ ସାଧାରଣ ସଂପାଦକଙ୍କ ବିବରଣୀ ଉପରେ ବିଶେଷ ଭାବରେ ଆଲୋକପାତ କରିଥିଲେ । ମୁଖ୍ୟ ଅତିଥି ଶ୍ରୀ ମିଶ୍ର ବର୍ତ୍ତମାନ ପରିସ୍ଥିତିରେ ସଂଘର ଭୂମିକା ଓ ସରକାରଙ୍କର ଆର୍ଥିକ ପରିଚାଳନା ନୀତିର ସମାଲୋଚନା କରିଥିଲେ ଓ କର୍ମଚାରୀମାନଙ୍କର ବର୍ତ୍ତମାନ ପରିସ୍ଥିତିରେ ତାଙ୍କର ଉତ୍ତରଦାୟିତ୍ୱ ଉପରେ ନିଜର ବିବରଣୀ ରଖିଥିଲେ । ମୁଖ୍ୟବକ୍ତା ଶିବ୍‌କରଣ ଦ୍ୱିବେଦି ସର୍ବଭାରତୀୟ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘର ପ୍ରଥମ ସାଧାରଣ ସଂପାଦକ, ଭାରତ ଭଳି ଗ୍ରାମ୍ୟ ବହୁଳ ଦେଶରେ ଗ୍ରାମ୍ୟ ବ୍ୟାଙ୍କର ଭୂମିକା ଓ ବର୍ତ୍ତମାନ ର ସରକାରଙ୍କ ଆଭିମୁଖ୍ୟ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।

ଅନ୍ୟାନ୍ୟ ବକ୍ତା ମଧ୍ୟରେ ଛତିଶଗଡ ଗ୍ରାମୀଣ ବ୍ୟାଙ୍କ ଅଫିସର ସଂଘ ର କାର୍ଯ୍ୟକର୍ତ୍ତା ରୋନକ ତ୍ରିପାଠି, ବ୍ୟାଙ୍କ ଏପ୍ଲୟିଜ୍ ଫେଡେରେସନର କର୍ମକର୍ତ୍ତା ପ୍ରଦୀପ ଷଡଙ୍ଗି ଓ ପ୍ରକାଶ ରାୟ, ଓଡିଶା ଗ୍ରାମ୍ୟ ବ୍ୟାଙ୍କ କର୍ମଚାରୀ ସଂଘ ସଭାପତି ପ୍ରତିମ ପୁହାନ, ଓଡିଶା ଗ୍ରାମୀଣ ବ୍ୟାଙ୍କ ଅବସରପ୍ରାପ୍ତ କର୍ମଚାରୀ ସଂଘ ସଭାପତି ଦ୍ୱାରିକାନାଥ ପଟେଲ, ଉତ୍କଳ ଗ୍ରାମୀଣ ବ୍ୟାଙ୍କ ମହିଳା ସବ୍‌କମିଟି ର ଆବାହକ ଲତିକା ସେଠ, ଅସ୍ଥାୟୀ କର୍ମଚାରୀ ସଂଘ ସଂପାଦକ ପ୍ରଦୀପ ରାଉତ, ଟ୍ରେଡ ୟୁନିୟନ ନେତା ବିଭୁଦତ୍ତ ମିଶ୍ର, ଆଇଏନ୍‌ଟିୟୁସି ଜିଲ୍ଲା ସଭାପତି କୃଷ୍ଣଚନ୍ଦ୍ର ସାହୁ ପ୍ରମୁଖ ମଂଚାସିନ ରହି ନିଜର ବକ୍ତବ୍ୟ ରଖିଥିଲେ । ସଭା କାର୍ଯ୍ୟରେ ଉତ୍କଳ ଗ୍ରାମୀଣ ବ୍ୟାଙ୍କର ସାଥୀ ଆଲୋକ ପଧାନ, ସନୁଜିତ ମିଶ୍ର, କରୁଣାକର ପ୍ରଧାନ, ପିଙ୍କୁ ଯୋଷୀ, ବିଭୁଦତ୍ତ ପଣ୍ଡା, କୌଦଣ୍ଡଦର ବାଗ, ରୋହିତ ପଟ୍ଟନାୟକ, ବିଧୁଶେଖର ନନ୍ଦ, ଲିଙ୍ଗରାଜ ନାଏକ, ଶୁଭେନ୍ଦୁ କୁମାର ସାହୁ, ରୋଶନ ମିଶ୍ର ଓ ଅନ୍ୟାନ୍ୟ ନେତୃମଣ୍ଡଳି ସଭା ପରିଚାଳନା ଦାୟିତ୍ୱ ନେଇଥିଲେ । ଶେଷରେ ସାଥୀ ପ୍ରତାପ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like