-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ନୂଆପଡା ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ମତଦାନ l ୧୪ ତାରିଖରେ ଭୋଟଗଣତି l ଜିଲ୍ଲାପାଳ ସୂଚନା,,,,,

12-Nov-2025



ନୂଆପଡା (ରାମନାଥ ପଣ୍ଡା)
ନୂଆପଡା ବିଧାନସଭା  ଉପନିର୍ବାଚନରେ ଭୋଟ ଗ୍ରହଣ କାର୍ଯ୍ୟକ୍ରମ ଜିଲ୍ଲା ପ୍ରଶାସନର ଆନ୍ତରିକ ଉଦ୍ୟମ କ୍ରମେ ସୁଚାରୁ ରୂପେ  ସମ୍ପନ୍ନ ହୋଇଛି l ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଆଭାସୀ ମାଧ୍ୟମରେ ଦିଗ୍ ଦର୍ଶନ ସହିତ ସଂପୂର୍ଣ୍ଣ ସ୍ୱଚ୍ଛ ଓ ପାରଦର୍ଶୀ ଭାବରେ ମତଦାନ ହୋଇଥିଲା l ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ମଧୁସୂଦନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୂର୍ବ ପ୍ରସ୍ତୁତି ସହିତ ପ୍ରତ୍ୟେକଟି କାର୍ଯ୍ୟ ଧାର୍ଯ୍ୟ ସମୟ ମଧ୍ୟରେ ସମ୍ପାଦିତ  ହୋଇଥିଲା l ମତଦାନ ପରେ ସମସ୍ତ ୩୫୮ ଟି ବୁଥ ରୁ ଇ ଭି ଏମ୍ ଓ ଭି ଭି ପାଟ ମେସିନ୍ ପୋଲିଂ ଅଧିକାରୀ ମାନେ ଯତ୍ନର ସହିତ ଆଣିଥିଲେ l ଏଗୁଡ଼ିକୁ କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ହେପାଜତ୍ ରେ କଡା ନିରାପତ୍ତା ମଧ୍ୟରେ ସ୍ଥାନୀୟ ନେସନାଲ କଲେଜ ର ଷ୍ଟ୍ରଙ୍ଗ ରୁମ୍ ରେ ରଖାଯାଇଛି l ଆସନ୍ତା ୧୪ ତାରିଖରେ ସେଠାରେ ଭୋଟ ଗଣତି ପାଇଁ ସମସ୍ତ ଆନୁଷଙ୍ଗିକ ପ୍ରସ୍ତୁତି ଶେଷ ହୋଇଛି l ଆଜି ଏ ସମ୍ବନ୍ଧରେ ଜିଲ୍ଲାପାଳ ସାମ୍ବାଦିକ ମାନଙ୍କୁ ସୂଚନା ଦେଇ କହିଲେ ଯେ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ନିର୍ଦ୍ଧାରିତ ନିୟମ ଅନୁସାରେ  ଭୋଟ ଗ୍ରହଣ ଓ ଗଣନା ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ ସ୍ବଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ ଆୟୋଜନ କରିବା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି l ନିର୍ବାଚନ ରେ ୨,୫୪,୪୯୭ ଜଣ ଭୋଟର୍ ଥିଲାବେଳେ ସେମାନଙ୍କ ମଧ୍ୟରୁ ୧,୦୩,୮୧୭ ଜଣ ପୁରୁଷ,୧,୦୮,୫୬୩ ଜଣ ମହିଳା ଏବଂ ୫ ଜଣ ତୃତୀୟ ଲିଙ୍ଗି ଭୋଟ ଦେଇଛନ୍ତି l ରେକର୍ଡ ସଂଖ୍ୟକ ୮୩.୪୫ ପ୍ରତିଶତ ମତଦାନ ହୋଇଛି l ଭୋଟ ଗଣନାରେ ନିୟୋଜିତ ହେବାକୁ ଥିବା ପୋଲିଂ ସୂପରଭାଇଜର, ସହାୟକ ଏବଂ ମାଇକ୍ରୋ ଅବ୍ଜର୍ଭର ମାନଙ୍କୁ ଆବଶ୍ୟକ ତାଲିମ୍ ପ୍ରଦାନ କରାଯାଇଛିl ୧୪ ତାରିଖରେ ଭୋଟ ଗଣତି କେନ୍ଦ୍ର ନେସନାଲ କଲେଜରେ ୨୪ x ୭ ରେ ଦୃଢ ତ୍ରିସ୍ତରୀୟ ସୁରକ୍ଷାରେ ଷ୍ଟ୍ରଙ୍ଗ ରୁମ ମଧ୍ୟରେ  ଥିବା ସମସ୍ତ EVM ଓ VVPAT ମେସିନ୍‌ ଗୁଡ଼ିକ କାଉଣ୍ଟିଙ୍ଗ ହଲ୍ କୁ ଅଣାଯିବ l ଭୋଟ ଗଣନା ପ୍ରକ୍ରିୟା ରିଟର୍ଣିଂ ଅଫିସର୍ ତଥା ଉପ ଜିଲ୍ଲାପାଳ ସୁର୍ମି ସୋରନ୍ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହେବ l ଏଥି ପାଇଁ ୧୪ ଟି ଗଣତି ଟେବୁଲ୍ ଓ  ଡାକ ମତପତ୍ର ପାଇଁ ଗୋଟିଏ ଟେବୁଲ୍ ରହିବ l ପ୍ରଥମେ ପୋଷ୍ଟାଲ ବେଲଟ ସକାଳ ୮.୦୦ ଘଣ୍ଟା ସମୟରେ ଗଣାଯିବ। ତା’ପରେ ୮.୩୦ ରେ EVM ମେସିନ୍‌ର ଭୋଟ ଗଣନା ଆରମ୍ଭ ହେବ। ଏହା ୨୬ ରାଉଣ୍ଡ ରେ ସମାପ୍ତ ହେବ l ଭୋଟିଂ ମେସିନ୍ ର ତଥ୍ୟ କୁ ଫର୍ମ  ୧୭ ସି  ସହିତ ମେଳ କରାଯିବ l ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ ପାଞ୍ଚଟି ପୋଲିଂ ସେଣ୍ଟରର VVPAT ସ୍ଲିପ୍‌ଗୁଡ଼ିକ ଗଣାଯାଇ EVM ଫଳାଫଳ ସହ ମେଳ କରାଯିବ, ଯାହା ଫଳାଫଳର ପାରଦର୍ଶିତା ଓ ନିଷ୍ପକ୍ଷତାକୁ ସୁନିଶ୍ଚିତ କରିବ। ଗଣତି ସମୟରେ ପ୍ରାର୍ଥୀ କିମ୍ବା ସେମାନଙ୍କ ମନୋନୀତ ବ୍ୟକ୍ତି ରହିବେ l ଗଣ ମାଧ୍ୟମର ପ୍ରତିନିଧି ମାନଙ୍କୁ ପ୍ରତି ରାଉଣ୍ଡ ଗଣତି ଶେଷରେ ସୂଚନା ପ୍ରଦାନ କରାଯିବ l ସମସ୍ତ ଗଣନା ପ୍ରକ୍ରିୟା ସିସିଟିଭି ନଜରରେ କରାଯିବ ଓ ଏସବୁର ଭିଡିଓ ରେକର୍ଡିଂ ହେବ l ଏହାର ତଦାରଖ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ, ଜିଲ୍ଲା ନିର୍ବାଚନ ଅଧିକାରୀ ଓ ପୋଲିସ ପ୍ରଶାସନ ଉପସ୍ଥିତ ରହିବେ l ଅନ୍ତିମ ରାଉଣ୍ଡ ଶେଷ ହେବା ପରେ ନିର୍ବାଚନ ଅଧିକାରୀ (Returning Officer) ଦ୍ୱାରା ବିଜେତା ପ୍ରାର୍ଥୀଙ୍କ ନାମ ଘୋଷଣା ହେବ ଓ ତାଙ୍କୁ ଜୟ ସନଦ(Certificate of Election) ପ୍ରଦାନ କରାଯିବ। ଭୋଟ ଗ୍ରହଣ ଦିନ ଭଳି  ସମ୍ପୂର୍ଣ ଶାନ୍ତି ଶୃଙ୍ଖଳା ସହିତ ଭୋଟ ଗଣତି ହେବ ବୋଲି ଜିଲ୍ଲାପାଳ ଆଶା ପ୍ରକାଶ କରିଛନ୍ତି   l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like