-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||     

HOME   ଜିଲ୍ଲା

ନୂଆପଡା ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ମତଦାନ ସହିତ ଭୋଟ ଗ୍ରହଣ ସମ୍ପନ୍ନ; ୧୪ ତାରିଖରେ ଭୋଟଗଣତି ହେବ

13-Nov-2025



  ଜିଲ୍ଲାପାଳ ସାମ୍ବାଦିକ ମାନଙ୍କୁ ସୂଚନା ଦେଲେ 

ନୂଆପଡା(ପରମେଶ୍ଵର ମେହେର): ନୂଆପଡା ବିଧାନସଭା  ଉପନିର୍ବାଚନରେ ଭୋଟ ଗ୍ରହଣ କାର୍ଯ୍ୟକ୍ରମ ଜିଲ୍ଲା ପ୍ରଶାସନର ଆନ୍ତରିକ ଉଦ୍ୟମ କ୍ରମେ ସୁଚାରୁ ରୂପେ  ସମ୍ପନ୍ନ ହୋଇଛି l ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଆଭାସୀ ମାଧ୍ୟମରେ ଦିଗ୍ ଦର୍ଶନ ସହିତ ସଂପୂର୍ଣ୍ଣ ସ୍ୱଚ୍ଛ ଓ ପାରଦର୍ଶୀ ଭାବରେ ମତଦାନ ହୋଇଥିଲା l ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ମଧୁସୂଦନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୂର୍ବ ପ୍ରସ୍ତୁତି ସହିତ ପ୍ରତ୍ୟେକଟି କାର୍ଯ୍ୟ ଧାର୍ଯ୍ୟ ସମୟ ମଧ୍ୟରେ ସମ୍ପାଦିତ  ହୋଇ ଥିଲା l ମତଦାନ ପରେ ସମସ୍ତ ୩୫୮ ଟି ବୁଥ ରୁ ଇ ଭି ଏମ୍ ଓ ଭି ଭି ପାଟ ମେସିନ୍ ପୋଲିଂ ଅଧିକାରୀ ମାନେ ଯତ୍ନର ସହିତ ଆଣିଥିଲେ l ଏଗୁଡ଼ିକୁ କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ହେପାଜତ୍ ରେ କଡା ନିରାପତ୍ତା ମଧ୍ୟରେ ସ୍ଥାନୀୟ ନେସନାଲ କଲେଜ ର ଷ୍ଟ୍ରଙ୍ଗ ରୁମ୍ ରେ ରଖାଯାଇଛି l ଆସନ୍ତା ୧୪ ତାରିଖରେ ସେଠାରେ ଭୋଟ ଗଣତି ପାଇଁ ସମସ୍ତ ଆନୁଷଙ୍ଗିକ ପ୍ରସ୍ତୁତି ଶେଷ ହୋଇଛି l ଆଜି ଏ ସମ୍ବନ୍ଧରେ ଜିଲ୍ଲାପାଳ ସାମ୍ବାଦିକ ମାନଙ୍କୁ ସୂଚନା ଦେଇ କହିଲେ ଯେ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ନିର୍ଦ୍ଧାରିତ ନିୟମ ଅନୁସାରେ  ଭୋଟ ଗ୍ରହଣ ଓ ଗଣନା ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ ସ୍ବଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ ଆୟୋଜନ କରିବା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି l ନିର୍ବାଚନ ରେ ୨,୫୪,୪୯୭ ଜଣ ଭୋଟର୍ ଥିଲାବେଳେ ସେମାନଙ୍କ ମଧ୍ୟରୁ ୧,୦୩,୮୧୭ ଜଣ ପୁରୁଷ, ୧,୦୮,୫୬୩ ଜଣ ମହିଳା ଏବଂ ୫ ଜଣ ତୃତୀୟ ଲିଙ୍ଗି ଭୋଟ ଦେଇଛନ୍ତି l ରେକର୍ଡ ସଂଖ୍ୟକ ୮୩.୪୫ ପ୍ରତିଶତ ମତଦାନ ହୋଇଛି l ଭୋଟ ଗଣନାରେ ନିୟୋଜିତ ହେବାକୁ ଥିବା ପୋଲିଂ ସୂପରଭାଇଜର, ସହାୟକ ଏବଂ ମାଇକ୍ରୋ ଅବ୍ଜର୍ଭର ମାନଙ୍କୁ ଆବଶ୍ୟକ ତାଲିମ୍ ପ୍ରଦାନ କରାଯାଇଛିl ୧୪ ତାରିଖ ରେ ଭୋଟ ଗଣତି କେନ୍ଦ୍ର ନେସନାଲ କଲେଜରେ ୨୪ x ୭ ରେ ଦୃଢ ତ୍ରିସ୍ତରୀୟ ସୁରକ୍ଷାରେ ଷ୍ଟ୍ରଙ୍ଗ ରୁମ ମଧ୍ୟରେ  ଥିବା ସମସ୍ତ EVM ଓ VVPAT ମେସିନ୍‌ ଗୁଡ଼ିକ କାଉଣ୍ଟିଙ୍ଗ ହଲ୍ କୁ ଅଣାଯିବ l ଭୋଟ ଗଣନା ପ୍ରକ୍ରିୟା ରିଟର୍ଣିଂ ଅଫିସର୍ ତଥା ଉପ ଜିଲ୍ଲାପାଳ ସୁର୍ମି ସୋରନ୍ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହେବ l ଏଥି ପାଇଁ ୧୪ ଟି ଗଣତି ଟେବୁଲ୍ ଓ  ଡାକ ମତପତ୍ର ପାଇଁ ଗୋଟିଏ ଟେବୁଲ୍ ରହିବ l ପ୍ରଥମେ ପୋଷ୍ଟାଲ ବେଲଟ ସକାଳ ୮.୦୦ ଘଣ୍ଟା ସମୟରେ ଗଣାଯିବ। ତା’ପରେ ୮.୩୦ ରେ EVM ମେସିନ୍‌ର ଭୋଟ ଗଣନା ଆରମ୍ଭ ହେବ। ଏହା ୨୬ ରାଉଣ୍ଡ ରେ ସମାପ୍ତ ହେବ l ଭୋଟିଂ ମେସିନ୍ ର ତଥ୍ୟ କୁ ଫର୍ମ  ୧୭ ସି  ସହିତ ମେଳ କରାଯିବ l ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ ପାଞ୍ଚଟି ପୋଲିଂ ସେଣ୍ଟରର VVPAT ସ୍ଲିପ୍‌ଗୁଡ଼ିକ ଗଣାଯାଇ EVM ଫଳାଫଳ ସହ ମେଳ କରାଯିବ, ଯାହା ଫଳାଫଳର ପାରଦର୍ଶିତା ଓ ନିଷ୍ପକ୍ଷତାକୁ ସୁନିଶ୍ଚିତ କରିବ। ଗଣତି ସମୟରେ ପ୍ରାର୍ଥୀ କିମ୍ବା ସେମାନଙ୍କ ମନୋନୀତ ବ୍ୟକ୍ତି ରହିବେ l ଗଣ ମାଧ୍ୟମର ପ୍ରତିନିଧି ମାନଙ୍କୁ ପ୍ରତି ରାଉଣ୍ଡ ଗଣତି ଶେଷରେ ସୂଚନା ପ୍ରଦାନ କରାଯିବ l ସମସ୍ତ ଗଣନା ପ୍ରକ୍ରିୟା ସିସିଟିଭି ନଜରରେ କରାଯିବ ଓ ଏସବୁର ଭିଡିଓ ରେକର୍ଡିଂ ହେବ l ଏହାର ତଦାରଖ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ, ଜିଲ୍ଲା ନିର୍ବାଚନ ଅଧିକାରୀ ଓ ପୋଲିସ ପ୍ରଶାସନ ଉପସ୍ଥିତ ରହିବେ l ଅନ୍ତିମ ରାଉଣ୍ଡ ଶେଷ ହେବା ପରେ ନିର୍ବାଚନ ଅଧିକାରୀ (Returning Officer) ଦ୍ୱାରା ବିଜେତା ପ୍ରାର୍ଥୀଙ୍କ ନାମ ଘୋଷଣା ହେବ ଓ ତାଙ୍କୁ ଜୟ ସନଦ(Certificate of Election) ପ୍ରଦାନ କରାଯିବ। ଭୋଟ ଗ୍ରହଣ ଦିନ ଭଳି  ସମ୍ପୂର୍ଣ ଶାନ୍ତି ଶୃଙ୍ଖଳା ସହିତ ଭୋଟ ଗଣତି ହେବ ବୋଲି ଜିଲ୍ଲାପାଳ ଆଶା ପ୍ରକାଶ କରିଛନ୍ତି   l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026

You Might Also Like