-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବରପାଲି ଲିଟିଲ୍ ଏଞ୍ଜେଲସ୍ ପବ୍ଲିକ୍ ସ୍କୁଲରେ ଉଡ଼ାନ-ଉତ୍ସବ

15-Nov-2025



ବରପାଲି (ସୁଦାମ ଦୀପ)
ବରଗଡ ଜିଲ୍ଲା ବରପାଲି ସ୍ଥିତ ଲିଟିଲ୍  ଏଞ୍ଜେଲସ୍ ପବ୍ଲିକ୍ ସ୍କୁଲ ପରିସରରେ ବିଦ୍ୟାଳୟର ୨୫ବର୍ଷ ପୂର୍ତ୍ତି ଅବସରରେ ଉଡାନ୍‌-ମହୋତ୍ସବ ୨୦୨୫ ଓ ଶିଶୁ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତୀ ସୁନିତା ମୁଣ୍ଡ ଓ ସଭାପତି ଡ଼ା.ସୁବ୍ରତ ମୁଣ୍ଡ ବିଦ୍ୟାଳୟ ପ୍ରତିଷ୍ଠାତା ସର୍ଗତଃ ଡା.ଧୀରେନ୍ଦ୍ର ନାଥ ମୁଣ୍ଡଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ମାଧ୍ଯମରେ କାର୍ଯ୍ଯକ୍ରମକୁ ଉଦ୍‌ଘାଟନ କରିଥିଲେ। ପରେ ଆୟୋଜିତ କ୍ଲବ ପ୍ରଦର୍ଶନୀ, ଗେମ୍ ଓ ଫୁଡ୍ ଷ୍ଟଲ ଗୁଡିକର ଶୁଭାରମ୍ଭ କରାଯାଇଥିଲା। ଉଡାନ୍ କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ରୂପେ ବହୁମୁଖୀ ପ୍ରତିଭାର ଅଧିକାରିଣୀ ସୁଶ୍ରୀ ବୈଷ୍ଣବୀ ରଣା ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ଵଳନ କରିଥିଲେ।  ବିଦ୍ୟାଳୟର ପରିଚାଳନା ନିର୍ଦ୍ଦେଶିକାଙ୍କ ସହ ବିଦ୍ୟାଳୟ ପ୍ରମୁଖଗଣ ଯୋଗଦେଇ ମଞ୍ଚ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଛାତ୍ରୀ ଶ୍ରଦ୍ଧା ସୁମନ ଦୀପଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ସ୍ୱାଗତ ସମ୍ଭାଷଣ ଓ ଅତିଥିଙ୍କ ପରିଚୟ ପ୍ରଦାନ କଲା ପରେ ପ୍ରିୟାଂଶୁ ପ୍ରୀତମ ତ୍ରିପାଠୀ ଚାଚା ନେହେରୁଙ୍କ ସଂପର୍କରେ ସଂକ୍ଷିପ୍ତ ବକ୍ତବ୍ୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ପରିଚାଳନା ନିର୍ଦ୍ଦେଶିକା ବିଶିଷ୍ଟ ଅତିଥିଙ୍କୁ ମାନପତ୍ର ଓ ଉପହାର ପ୍ରଦାନ କଲା ପରେ ଅତିଥି ଶ୍ରୀମଦ ଭଗବତ୍ ଗୀତାର ଦ୍ଵାଦଶ ଅଧ୍ୟାୟ ପାଠ କରିବା ସହ ଶିବସ୍ତୁତି ଜଗନ୍ନାଥ ଅଷ୍ଟକମ ଶ୍ଳୋକ ଆବୃତ୍ତି   କରିଥିଲେ । ପରେ ବିଦ୍ୟାଳୟର ପ୍ରି ନର୍ସରୀରୁ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ବିଦ୍ୟାଳୟର କଳା, ବିଜ୍ଞାନ, ସାହିତ୍ୟ ଓ ଇକୋ କ୍ଳବ୍ ଦ୍ୱାରା ପ୍ରଦର୍ଶନୀର ଆୟୋଜନ କରାଯାଇଥିବା ବେଳେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ମିଳିତ ଉଦ୍ୟମରେ ମନୋରଞ୍ଜନ ଭିତ୍ତିକ  କାର୍ଯ୍ୟକ୍ରମ ଫନ୍ ଫେୟାର ଅନୁଷ୍ଠିତ ହୋଇଥିଲା । ଗତ ଦୁଇବର୍ଷ ଧରି ବିଦ୍ୟାଳୟର ପୁରାତନ ଛାତ୍ର କୁଲଦୀପ ଆନନ୍ଦଙ୍କ ଆବିଷ୍କାର ଉଡାନ୍ ପେ ମାଧ୍ୟମରେ ବିଦ୍ୟାଳୟର ଛାତ୍ରଛାତ୍ରୀ କ୍ରେତା ଓ ବିକ୍ରେତା ସାଜି ସୁରୁଖୁରୁରେ ନିଜ କାର୍ଯ୍ୟ କରିପାରୁଛନ୍ତି । ବିଦ୍ୟାଳୟରେ ପାଠପଢ଼ା ବ୍ୟତୀତ ସୁସଂପର୍କ, ଆନନ୍ଦ ଓ ସୃଜନଶୀଳ ଭାବର ସଂସ୍ଥାପକ- ଏହା ଏହି କାର୍ଯ୍ୟକ୍ରମ ମାଧ୍ଯମରେ ବୁଝି ହେଉଥିଲା | ଏହି କାର୍ଯ୍ୟକ୍ରମକୁ ଶ୍ରୀମତୀ ମଧୁସ୍ମିତା ମୁଣ୍ଡ, ସୁଶୀଳ କୁମାର ରଥ, ମିନତି ପ୍ରଧାନ, ମୃତ୍ୟୁଞ୍ଜୟ ସାହୁ, ରୋହିତ୍ ରୟଙ୍କ ନେତୃତ୍ଵରେ ଛାତ୍ରଛାତ୍ରୀମାନେ ଉତ୍ସାହିତ ହୋଇ ସଫଳ କରିଥିଲେ । ସରୋଜ ଥନାପତି, ତୃଷ୍ଣାମୟୀ ଡନସନା, ସସ୍ମିତା ଗହିର, ରାନୀ ଦଲାଇ, ଗୋପାଳ ନାଗ, ଇତିସ୍ମିତା ମହାଣା, ସଞ୍ଜୁ ସାହୁ, ବଶିଷ୍ଠ ବନ୍ଧୁକୀଙ୍କ ନିର୍ଦ୍ଦେଶନାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରସ୍ତୁତ ଓ ପରିବେଷଣ କରାଯାଇଥିଲା । ପରିଶେଷରେ ପରିଚାଳନା ନିର୍ଦ୍ଦେଶିକାଙ୍କ ଦ୍ୱାରା ରାଫେଲ ଉଠାଣ ହୋଇ ବିଜୟୀ ବିଜୟିନୀଙ୍କୁ ପୁରସ୍କୃତ କରାଯାଇଥିଲା । ଅଭିଭାବକ ଅଭିଭାବିକା ଓ ଶିକ୍ଷକ ଶିକ୍ଷୟିତ୍ରୀଗଣଙ୍କ ସହଯୋଗିତାରେ ଏହି କାର୍ଯ୍ୟକ୍ରମଟି ସଫଳ ହୋଇ ପାରିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like