-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ, ଭ୍ରମାତ୍ମକ ଖବର ପ୍ରେସ୍‌ର ବିଶ୍ୱାସନୀୟତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରେ-ଅତିଥି

16-Nov-2025



ଭୁବନେଶ୍ୱର(ପ୍ରେରଣା ଖବର): ଗଣତନ୍ତ୍ରକୁ ସୁଦୃଢ଼ ଓ ସକ୍ରିୟ କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ । ସଠିକ ଖବର ପରିବେଷଣ ଓ ଗଠନମୂଳକ ସମାଲୋଚନା ଗଣତନ୍ତ୍ରକୁ ଋଦ୍ଧିମନ୍ତ କରିଥାଏ । ମାତ୍ର ସାମ୍ପ୍ରତିକ ଦୁନିଆରେ ଅନେକ ସମୟରେ ଗଣମାଧ୍ୟମ ଦ୍ୱାରା ପ୍ରସାରିତ ଖବର ଭ୍ରମାତ୍ମକ ଭାବେ ପ୍ରସାରିତ ହେଉଥିବାରୁ ପ୍ରେସ୍‌ର ବିଶ୍ୱାସନୀୟତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ସ୍ୱୟଂ ନିୟନ୍ତ୍ରିତ ଗଣମାଧ୍ୟମ ସମାଜ ଗଠନ ସହ ଗଣତନ୍ତ୍ରର ସୁରକ୍ଷା ଦିଗରେ କାର୍ଯ୍ୟ କରୁଥିବାର ନଜିର୍‌ ରହିଛି । ତେଣୁ ଦାୟିତ୍ୱସଂପନ୍ନ ଗଣମାଧ୍ୟମ ପ୍ରତନିଧି ପ୍ରତ୍ୟେକ ଖବରର ସତ୍ୟତା ଯାଞ୍ଚ କରି ଲୋକଲୋଚନକୁ ଆଣିବା ବିଧେୟ ବୋଲି ଅତିଥିମାନେ

ମତପ୍ରକାଶ କରିଛନ୍ତି । ଆଜି ସୂଚନା ଓ ଲୋକସଂପର୍କ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍କଳ ବିଶ୍ୱବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗର ପ୍ରାକ୍ତନ ପ୍ରଫେସର ସୂର୍ଯ୍ୟ ନାରାୟଣ ମିଶ୍ର କହିଲେ ଯେ ଗଣମାଧ୍ୟମ ସର୍ବଦା ଗଣତନ୍ତ୍ରର ସୁରକ୍ଷା ଦିଗରେ ନିଜର ନୀତି ସ୍ପଷ୍ଟ କରିଆସିଛି । ପ୍ରେସ୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ପ୍ରଦତ୍ତ ଚଳିତ ବର୍ଷର ଶୀର୍ଷକ ‘ଭ୍ରମାତ୍ମକ ଖବର ପ୍ରସାରଣ ବୃଦ୍ଧି ପରିପ୍ରେକ୍ଷୀରେ ଗଣମାଧ୍ୟମ ବିଶ୍ୱାସନୀୟତାର ସଂରକ୍ଷଣ’ ଉପରେ ଆଲୋକପାତ କରି ଭ୍ରମାତ୍ମକ ତଥା ଭୁଲ ଖବରରୁ ଦୂରେଇ ରହି ଜନସାଧାରଣଙ୍କୁ ସଠିକ୍‌ ସୂଚନା ପ୍ରଦାନ କରି ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ଗଣମାଧ୍ୟମ ନିଜେ ନିଜର ଭୂମିକା ନିର୍ଣ୍ଣୟ କରୁ ବୋଲି ସେ କହିଥିଲେ । 

ମୁଖ୍ୟବକ୍ତା ଭାବେ ଯୋଗଦେଇ ରେଭେନ୍ସା ବିଶ୍ୱବିଦ୍ୟାଳୟର ସହକାରୀ ପ୍ରଫେସର ଡ. ଦେବୀଲାଲ ମିଶ୍ର କହିଲେ ଯେ ଖବର ପ୍ରସାରଣ ପୂର୍ବରୁ ପ୍ରତ୍ୟେକ ତଥ୍ୟର ଗଭୀର ସମୀକ୍ଷାର ଆବଶ୍ୟକତା ରହିଛି । ଭ୍ରମାତ୍ମକ ଖବର ଗଣତନ୍ତ୍ର ଓ ସମାଜ ପ୍ରତି କ୍ଷତିକାରକ ବୋଲି ସେ ମତବ୍ୟକ୍ତ କରିଥିଲେ । 

ଆଜିର କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ ପୌରୋହିତ୍ୟ କରି କହିଥିଲେ ଯେ ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ସମୟରେ ପ୍ରତିଯୋଗୀମାନେ ସବୁବେଳେ ଗଣମାଧ୍ୟମ ଉପରେ ନିର୍ଭର କରି ଆସିଛନ୍ତି । ଗଣମାଧ୍ୟମ ତଥ୍ୟକୁ ଆଧାର କରି ସେମାନେ ଅନେକ ସ୍ତରରେ ସଫଳ ହେବା ସହ ନିଜର ଜ୍ଞାନବୃଦ୍ଧି କରିପାରିଛନ୍ତି । ତେଣୁ ଦାୟିତ୍ୱପୂର୍ଣ୍ଣ ଗଣମାଧ୍ୟମଗୁଡ଼ିକ ଖବର ପ୍ରସାରଣ ସମୟରେ ଭ୍ରମାତ୍ମକ ଖବରଠୁ ଦୂରେଇ ରହିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁର୍‌ବୀର୍‌ ସିଂ କହିଲେ ଯେ ଭୁଲ ଖବର ବେଳେବେଳେ ଉଦ୍ଦେଶ୍ୟମୂଳକ ନହୋଇଥିଲେ ମଧ୍ୟ ସମାଜ ଓ ଗଣତନ୍ତ୍ର ନିମନ୍ତେ କ୍ଷତିକାରକ ହୋଇଥାଏ । ଏଣୁ ଖବର ପ୍ରସାରଣ ସମୟରେ ଗଣମାଧ୍ୟମର ପ୍ରତିନିଧିମାନେ ସଚେତନ ରହିବା ନିହାତି ଆବଶ୍ୟକ । ବୈଠକରେ ବରିଷ୍ଠ 

ସାମ୍ବାଦିକ ପୀତବାସ ମିଶ୍ର ମଧ୍ୟ ନିଜର ମତ ଉପସ୍ଥାପନ କରିଥିଲେ । ଏହି ଅବସରରେ ଅନୁଷ୍ଠିତ ମହାବିଦ୍ୟାଳୟ ସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ

ପୁରସ୍କୃତ କରାଯାଇଥିଲା । ଓଡ଼ିଆ ବକ୍ତୃତା ପ୍ରତିଯୋଗିତାରେ ବିର୍ଲା ଗ୍ଲୋବାଲ୍‌ ବିଶ୍ୱବିଦ୍ୟାଳୟର ସୁଶ୍ରୀ ସିମରନ୍‌ ପ୍ରଥମ, ଉତ୍କଳ ବିଶ୍ୱବିଦ୍ୟାଳୟର ଶାଶ୍ୱତୀ ପ୍ରିୟଦର୍ଶିନୀ ଦ୍ଵିତୀୟ ଓ ବକ୍ସି ଜଗବନ୍ଧୁ ସ୍ୱୟଂଶାସିତ ମହାବିଦ୍ୟାଳୟର ବର୍ଷା ନାୟକ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କାର ଗ୍ରହଣ କରିଥିଲେ । ସେହପରି ଇଂରାଜୀ ବକ୍ତୃତା ପ୍ରତିଯୋଗିତାରେ କିଟ୍‌ ବିଶ୍ୱବିଦ୍ୟାଳୟର ସାମିନା ଟି. ଗଣ୍ଡୱା ପ୍ରଥମ, ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟର କ୍ରିଷ୍ଣା ପ୍ରିୟଦର୍ଶିନୀ ହୋତା ଦ୍ୱିତୀୟ, ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟର ଅର୍ଚ୍ଚିତା ଭଞ୍ଜ ତୃତୀୟ ସ୍ଥାନ ନିମନ୍ତେ ପୁରସ୍କୃତ ହୋଇଥିଲେ । ଏହି ଅବସରରେ ଆୟୋଜିତ ସମ୍ବାଦପତ୍ର ପ୍ରଦର୍ଶନୀରେ ସହଯୋଗ କରିଥିବାରୁ ଶ୍ରୀ ଶଶାଙ୍କ ଶେଖର ଦାଶ, ‘ପେପରମ୍ୟାନ୍‌ ଇଣ୍ଡିଆ’ଙ୍କୁ ବିଭାଗ ପକ୍ଷରୁ ସମ୍ମାନିତ କରାଯାଇଥିଲା । 

ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ଉପଲକ୍ଷେ ସ୍ଥାନୀୟ ଜୟଦେବ ଭବନଠାରେ ଅନୁଷ୍ଠିତ ସମ୍ବାଦପତ୍ର ପ୍ରଦର୍ଶନୀକୁ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଉଦ୍‌ଘାଟନ କରିଥିଲେ । ଏହି ପ୍ରଦର୍ଶନୀରେ ବହୁ ପୁରାତନ ତଥା ଦେଶ ବିଦେଶର ସମ୍ବାଦପତ୍ର ସ୍ଥାନିତ ହୋଇଛି । ଏଥିରେ ୯୩ଟି ପତ୍ରପତ୍ରିକା, ୧୭ଟି ବିଦେଶୀ ଖବରକାଗଜ, ୨୪୦ଟି ଓଡ଼ିଆ ଦୈନିକ ଓ ପୁରାତନ ଖବରକାଗଜ ସମେତ ୫୦୧ଟି ଖବରକାଗଜ ଓ ପତ୍ରପତ୍ରିକା ସ୍ଥାନିତ ହୋଇଛି । ଉପନିର୍ଦ୍ଦେଶିକା ସୁଚେତା ପ୍ରିୟଦର୍ଶିନୀ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ସୂଚନା ଅଧିକାରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ବିଭାଗୀୟ ଅଧିକାରୀମାନଙ୍କ ସମେତ ବହୁ ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like