-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେଜାତୀୟ ପ୍ରେସ୍ ଦିବସପାଳିତ: ଖବର ପ୍ରସାରଣ ପୂର୍ବରୁ ଜଣେ ସାମ୍ବାଦିକ ଖବରର ସତ୍ୟତା ଯାଞ୍ଚ କରିବା ଆବଶ୍ୟକ

16-Nov-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ସଦରମହକୁମା ସ୍ଥିତ ସମ୍ବାଦିକ ଭବନ ଠାରେ  ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମ୍ବାଦିକ ସଂଘର ମିଳିତ ଭାବେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଡାଃ. ବିଜୟାନନ୍ଦ ସେଠୀଙ୍କ ସଭାପତିତ୍ଵରେ  ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ, ସାମ୍ବାଦିକ ସଂଘର ଉପସଭାପତି ବଳରାମ ମିଶ୍ର, ପ୍ରଫେସର ଡାଃ. ପ୍ରେମଚାନ୍ଦ ମହାନ୍ତି, ନାଟ୍ୟ ଭୂଷଣ ଜଗତାନନ୍ଦ ଛୁରିଆ,  ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝି ପ୍ରମୁଖ ମଞ୍ଚାସୀନ ଥିଲେ । ଜାତୀୟ ପ୍ରେସ ଦିବସ-୨୦୨୫ର ଆଲୋଚ୍ୟ ବିଷୟବସ୍ତୁ 

 “ଭ୍ରମାତ୍ମକ ଖବର ପ୍ରସାରଣ ବୃଦ୍ଧି ପରିପ୍ରେକ୍ଷୀରେ ଗଣମାଧ୍ୟମ ବିଶ୍ୱାସନୀୟତାର ସଂରକ୍ଷଣ” ସମ୍ପର୍କରେ ସାମ୍ବାଦିକ ଦୀପକ ପୁରହିତ, ତରୁଣ ସାହୁ, ରଘୁନନ୍ଦନ ସିଂହ,  ମୁକେଶ ବହିଦାର, ସୁଧୀର ମିଶ୍ର, ଅରୁଣ ମିଶ୍ର, ଓ ସାମ୍ବାଦିକ ଆନନ୍ଦ ଚନ୍ଦ୍ର ସାହୁ,ମୋହନଲାଲ ଅଗ୍ରୱାଲ ପ୍ରମୁଖ ବକ୍ତବ୍ୟ ରଖିବା ସହ ରାଷ୍ଟ୍ର ଗଠନରେ ଗଣମାଧ୍ୟମରେ ବିଶ୍ୱାସନୀୟତାର ସଂରକ୍ଷଣ ଭୂମିକା ସମ୍ପର୍କରେ ଲୋକମାନେ କିପରି ଭ୍ରମାତ୍ମକ ଖବର ଚିହ୍ନଟ କରିବେ ଏବଂ ସତ୍ୟ ସୂଚନା ପାଇଁ କେଉଁ ସ୍ତ୍ରୋତ ବିଶ୍ୱାସ କରିବେ, ଏହି ବିଷୟରେ ସଚେତନତା ବୃଦ୍ଧି କରିବା, ସଂସ୍ଥାଗତ ନୀତି ଏବଂ ନିୟମାବଳୀ ଦ୍ୱାରା ଖବର ପ୍ରସାରଣରେ ପ୍ରମାଣିକତା ରକ୍ଷା କରିବା, ଏଆଇ ଓ ମେସିନ୍ ଲର୍ଣ୍ଣିଂ ଭଳି ଟେକ୍ନୋଲୋଜି ଦ୍ୱାରା ଭ୍ରମାତ୍ମକ ଖବର ଚିହ୍ନଟ କରିବା ଏବଂ ତାହାକୁ ପ୍ରତିରୋଧ କରିବା । ଗଣମାଧ୍ୟମର ଖବର ପ୍ରସାରଣ ପ୍ରକ୍ରିୟାରେ ନିୟମିତ ନିରୀକ୍ଷଣ ଏବଂ ମୂଲ୍ୟାଙ୍କନ କରି ଭ୍ରମାତ୍ମକ ସୂଚନା ରୋକାଯାଇପାରିବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ଭ୍ରମାତ୍ମକ ଖବର ପ୍ରସାରଣ ବୃଦ୍ଧି ପରିପ୍ରେକ୍ଷୀରେ ଗଣମାଧ୍ୟମ ବିଶ୍ୱାସନୀୟତାର ସଂରକ୍ଷଣ ତାପର୍ଯ୍ୟରେ ରାଷ୍ଟ୍ର ଗଠନରେ ପୂର୍ବ ଓ ପର ସମୟରେ ସାମ୍ବାଦିକମାନଙ୍କ ବଳିଷ୍ଠ ଭୂମିକା ସମ୍ପର୍କରେ ପ୍ରଫେସର ମହାନ୍ତି ବିସ୍ତୃତ ଭାବେ ବକ୍ତବ୍ୟ ରଖିଥିଲେ । ବିଶେଷ ଭାବେ କୌଣସି ଖବର ପ୍ରସାରଣ ପୂର୍ବରୁ ସତ୍ୟତା ଯାଞ୍ଚ କରିବା ଏବଂ ଭ୍ରମାତ୍ମକ ସୂଚନାକୁ ଚିହ୍ନଟ କରି ପ୍ରତିରୋଧ କରିବା ଆବଶ୍ୟକ ।  ସାମାଜିକ ମାଧ୍ୟମ ପ୍ଲାଟଫର୍ମ ଗୁଡିକୁ ଭ୍ରମାତ୍ମକ ଖବର ପ୍ରସାରଣ ରୋକିବା ପାଇଁ ଦାୟିତ୍ୱବାନ ହେବା ଓ ବିଭାଗୀୟ ଅଧିକାରୀ ମାନଙ୍କ ମତାମତ ନେବା, ଭ୍ରମାତ୍ମକ ଖବର ଅପେକ୍ଷା ସଠିକ୍ ଖବର ପ୍ରସାରଣ, ସାମ୍ବାଦିକ ଓ ବିଭାଗୀୟ ଅଧିକାରୀ ମାନଙ୍କ ମଧ୍ୟରେ ସମନ୍ଵୟ ରହିବା ଉଚିତ୍ ବୋଲି ଅତିରିକ୍ତ ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ । ଏହି ସଭାରେ ଅନ୍ୟତମ ଅତିଥିଭାବେ ବିରେନ୍ଦ୍ର ଝାଙ୍କର ସଭା ସଂଯୋଜନା ଓ ଚିତ୍ତ ରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ସାମ୍ବାଦିକ ଯୋଗଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like