-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଲାରେ ଜାତୀୟ ପ୍ରେସ ଦିବସ ପାଳିତ, ୭ ଜଣ ସାମ୍ବାଦିକଙ୍କୁ ସମ୍ବର୍ଦ୍ଧନା ପ୍ରଦାନ 

17-Nov-2025



ବୌଦ୍ଧ(ପ୍ରେରଣା ଖବର): ସୁସ୍ଥ ସମାଜ ସୃଷ୍ଟି ପାଇଁ ସତ୍ୟ ଏବଂ ନିରପେକ୍ଷ ଖବର ପରିବେଷଣ କରିବା ହେଉଛି ସାମ୍ବାଦିକ ମାନଙ୍କର କର୍ତ୍ତବ୍ୟ ବୋଲି ଜାତୀୟ ପ୍ରେସ ଦିବସରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ଓଡ଼ିଶା ସରକାରଙ୍କ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଯୋଗଦେଇ ଏହା କହିଛନ୍ତି । ବୌଦ୍ଧ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ-୨୦୨୫ ମହାସମାରୋହ ରେ ପାଳିତ ହୋଇଯାଇଛି । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ସ୍ଵାଗତ ଭାଷଣ, ଅତିଥି ପରିଚୟ ପ୍ରଦାନ ଓ ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । କାର୍ଯ୍ୟକ୍ରମରେ ବୌଦ୍ଧ ବିଧାୟକ ତଥା ଓଡ଼ିଶା ସରକାରଙ୍କ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ମୁଖ୍ୟଅତିଥି, ବରିଷ୍ଠ ସାମ୍ବାଦିକ ପ୍ରଦୋଷ କୁମାର ମିଶ୍ର ମୁଖ୍ୟବକ୍ତା, ସ୍ଵତନ୍ତ୍ର ସମ୍ମାନିତ ଅତିଥି ଭାବେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ଦେବାଶିଷ ପୁରୋହିତ, ବୌଦ୍ଧ ଜିଲ୍ଲା ନାଗରିକ କମିଟି ସଭାପତି ବିଶେଶ୍ଵର ପୃଷ୍ଟି, ବରିଷ୍ଠ ସାମ୍ବାଦିକ ରଜନୀକାନ୍ତ ଦାଶ, ସୌମିତ୍ରି ନାଏକ ପ୍ରମୁଖ ଯୋଗଦେଇ “ଭ୍ରମାତ୍ମକ ଖବର ପ୍ରସାରଣ ବୃଦ୍ଧି ପରିପ୍ରେକ୍ଷୀରେ ଗଣମାଧ୍ୟମ ବିଶ୍ଵାସନୀୟତାର ସଂରକ୍ଷଣ” ଶୀର୍ଷକ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ । ସେହିପରି ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଛାତ୍ରୀ ସୁନେଲୀ ବାଘ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ରିଦ୍ଧି ମହାକୁଲ୍, ସାହିତ୍ୟିକ ନୀଳଲୋହିତ ମହାପାତ୍ର, ଅବସରପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ଶ୍ୟାମ ସୁନ୍ଦର ମହାପାତ୍ର, ବରିଷ୍ଠ ସାମ୍ବାଦିକ ମୁକେଶ ପାଢୀ ଆଲୋଚ୍ୟ ବିଷୟବସ୍ତୁ ଉପରେ ନିଜର ଅଭିଭାଷଣ ରଖିଥିଲେ । ମୁଖ୍ୟ ଉନ୍ନୟନ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା ସଭାପତିତ୍ବ କରିଥିଲେ । ସଭା ପ୍ରାରମ୍ଭରେ ଦିବଙ୍ଗତ ସାମ୍ବାଦିକଙ୍କ ସ୍ମୃତି ଉଦ୍ଦେଶ୍ୟରେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି ଅବସରରେ ସମ୍ବାଦ ଜିଲ୍ଲା ପ୍ରତିନିଧି ଜ୍ଞାନେନ୍ଦ୍ର ନାରାୟଣ ରଥ, ବରିଷ୍ଠ ସାମ୍ବାଦିକ ସଜ୍ଜନ କୁମାର ଅଗ୍ରୱାଲ, ଇଟିଭି ଭାରତ ରିପୋର୍ଟର ସତ୍ୟନାରାୟଣ ପାଣି, କଳିଙ୍ଗ ଟିଭି ରିପୋର୍ଟର ହିମାଂଶୁ ଶେଖର ସାହୁ, ଘଣ୍ଟାପଡା ସମାଜ ପ୍ରତିନିଧି ତଥା ମିଡ଼ିଆଏଜ ଜିଲ୍ଲା ପ୍ରତିନିଧି ବଂଶୀଧର ମାଝୀ, ଓଡ଼ିଶା ଟାଇମସ ଜିଲ୍ଲା ପ୍ରତିନିଧି ରଞ୍ଜନ କୁମାର ଦାଶ, ପ୍ରଗତିବାଦୀ ଜିଲ୍ଲା ପ୍ରତିନିଧି ଦେବାନନ୍ଦ ସାହୁଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଉପଲକ୍ଷେ ଅନୁଷ୍ଠିତ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ର ରଘୁନାଥ ପଟ୍ଟାୟକ ୧ମ, ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଛାତ୍ର ଶକ୍ତି ପାଣ୍ଡେ ୨ୟ ଓ ବ୍ରାଇଟ ମାଇଣ୍ଡ ଡାଇମେନସନ ସ୍କୁଲ୍ ଛାତ୍ରୀ ଡେନିସରାଣୀ ପ୍ରଧାନ ୩ୟ । ଇଂରାଜୀ ବକ୍ତୃତା ପ୍ରତିଯୋଗୀତାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ସ୍ମୃତିକଣା ଦେହୁରୀ ୧ମ, କେ.ବି. ହିଷ୍ଟ କଲେଜ ଛାତ୍ର ସମରେଶ ସାମଲ ୨ୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ଆଲିଶା ମହାକୁଳ ୩ୟ । ଓଡିଆ ବକ୍ତୃତା (ଷଷ୍ଠ/ଦଶମ) ପ୍ରତିଯୋଗୀତାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ରିଦ୍ଧି ମହାକୁଲ୍ ୧ମ, ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ରୀ ଅଧ୍ୟତ୍ରୀ ପୁରୋହିତ ୨ୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ଦକ୍ଷୟନି ପ୍ରଧାନ ୩ୟ । ମହାବିଦ୍ୟାଳୟ ସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗୀତାରେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ଛାତ୍ରୀ ସୁନେଲୀ ବାଘ ୧ମ, ମଡେଲ ଡ଼ିଗ୍ରୀ କଲେଜ ଛାତ୍ରୀ ଡେଜଲିନ୍ ସାହୁ ୨ୟ, ଡି.ଆଇ.ଇ.ଟି ଛାତ୍ର ଅଂଶୁମାନ ରଥ ଓ ଛାତ୍ରୀ ପ୍ରାଚୀ ସୁବର୍ଣ୍ଣା ପୁରୋହିତ ୩ୟ ଭାବେ ବୌଦ୍ଧ ଜିଲ୍ଲା ପ୍ରଶାସନ ତରଫରୁ ପୁରସ୍କୃତ ହୋଇଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲାର ଗଣମାଧ୍ୟମ ପ୍ରତିନିଧି, କଳାକାର, ସାହିତ୍ୟିକ, ବୁଦ୍ଧିଜୀବୀ, ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ଗ୍ରନ୍ଥାଗାରିକ ଅକ୍ଷୟ କୁମାର ମହାକୁଡ, ଜିତେନ୍ଦ୍ର କୁମାର ମହାନ୍ତି, ବୀରକିଶୋର କର୍ମୀ, ବ୍ଲକ କଳା ସଂସ୍କୃତି ସଂଘର ଉପସଭାପତି ସ୍ଵାଧୀନ କୁମାର ପରିଡା ଓ କଳାକାର କରୁଣାକର ବଗର୍ତ୍ତି ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like