-+91-9937148622 |
prerana_bgr@rediffmail.com |
Thursday 23rd April 2026 |
R.N.I. Regd No. ODIODI/2010/46693
Breaking News
17-Nov-2025
ନୂଆପଡା( ରାମନାଥ ପଣ୍ଡା)
ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଳା ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଆଜିର ଶୁଣାଣି ଶିବିରରେ ବନଖଣ୍ଡ ଅଧିକାରୀ ଖରିଆର ଅଜିଜ ଖାନ୍, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ବନଖଣ୍ଡ ଅଧିକାରୀ କେନ୍ଦୁପତ୍ର ଏ ମାଧବୀ ଲତା, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍ ,ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୩୦ଗୋଟି ବ୍ୟକ୍ତିଗତ ଓ ୧୧ ଟି ଗୋଷ୍ଠିଗତ ଏଭଳି ମୋଟ ୪୧ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ବିଡ଼ିଓ ସୁଶାନ୍ତ କୁମାର ରଣା , ତହସିଲଦାର ସରିତା ଗୁପ୍ତା ,ଡେପୁଟୀ କଲେକ୍ଟର ଶେଖ୍ ନସିମ , ଚିନ୍ମୟ ସାଗର ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ତଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ବିଦ୍ୟାପତି ପଣ୍ଡାଙ୍କ ସମେତ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଅଭିଯୋଗ ଶିବିର ଉପଲକ୍ଷେ ବ୍ଲକ୍ ପରିସରରେ ଗୋଟିଏ ସ୍ଵାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା । ସେହିପରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଗୋଟିଏ ରକ୍ତଦାନ ଶିବିର ଆୟୋଜନ କରାଯାଇ ଥିବାବେଳେ ଫରଶରା ଗାଁରେ ଗୃହପାଳିତ ପଶୁ ପକ୍ଷୀ ମାନଙ୍କ ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ପ୍ରାଣୀ ପାଇଁ ଦିନଟିଏ ନାମରେ ଗୋଟିଏ ଚିକିତ୍ସା ଶିବିର ଆୟୋଜିତ ହୋଇଥିଲା l