-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବରଗାଁ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଉଦ୍ଘାଟିତ, ବଡ଼ ମଣିଷ ପାଇଁ ଭଲ ମଣିଷ ହେବା ଦରକାର : ବିଧାୟକ

18-Nov-2025



କଣ୍ଟାମାଳ(ଜୟ କୁମାର ମହାରଣା):  ବଡ଼ ମଣିଷ ହେବାକୁ ହେଲେ ପ୍ରଥମେ ଭଲ ମଣିଷ ହେବା ନିତାନ୍ତ ଆବଶ୍ୟକ  l  ଭଲ ମଣିଷ ଟିଏ ହେଲେ ଏକ ସୁସ୍ଥ ଓ ସମୃଦ୍ଧ ସମାଜ ଗଠନ ହୋଇପାରିବ ବୋଲି ମଙ୍ଗଳବାର ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବରଗାଁ ପଞ୍ଚାୟତ ସ୍ଥିତ ବରଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଉଦ୍ଘାଟନୀ ଉତ୍ସବ ରେ ମୁଖ୍ୟଅତିଥି ଭାବେ ଯୋଗଦେଇ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ନିଜ ଉଦବୋଧନ ରେ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ  l  ରାଜ୍ୟ ସରକାର ଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗ ପକ୍ଷରୁ ନୂତନ ଭାବେ ଉଚ୍ଚ ବିଦ୍ୟାଳୟ ରୁ ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟ କୁ ସ୍ୱୀକୃତି ପାଇଥିବା ଏହି ବିଦ୍ୟାଳୟ କୁ ଆଜି ଅନୁଷ୍ଠାନିକ ଭାବେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଶୁଭ ଉଦ୍ଘାଟନ କରିଛନ୍ତି  l  ଉକ୍ତ ଉଦ୍ଘାଟନୀ ସଭାରେ ଭୀମଭୋଇ ମହାବିଦ୍ୟାଳୟ ରେଢ଼ାଖୋଲ ର ଅବସର ପ୍ରାପ୍ତ ଅଧ୍ୟକ୍ଷ ହରପ୍ରସାଦ ମିଶ୍ର ମୁଖ୍ୟବକ୍ତା ଓ ସମ୍ମାନୀତ ଅତିଥିଭାବେ ଜିଲ୍ଲା ଶାରୀରିକ ଶିକ୍ଷାଧିକାରୀ  ଆନନ୍ଦ ଚନ୍ଦ୍ର ବେହେରା, ୧ନଂ ଜୋନ  ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ସୁମିତ୍ରା ସାହୁ,ବରଗାଁ ସରପଞ୍ଚ ଶ୍ରୀମତୀ ରଶ୍ମିତା ରଣା, ସମିତିସଭ୍ୟା ଶ୍ରୀମତୀ ଅଙ୍ଗୁରି ତାଣ୍ଡି, ସମାଜସେବୀ ନୀଳାଞ୍ଚଳ ଭୋଇ ପ୍ରମୁଖ ଯୋଗଦେଇ ଆଭ୍ୟନ୍ତରୀଣ ଗ୍ରାମାଞ୍ଚଳରେ ଯୁକ୍ତ ଦୁଇ ଶିକ୍ଷାର ଉନ୍ନତି ହେବା ସହ ଗମନା ଗମନ ଅସୁବିଧା କାରଣରୁ ଯୁକ୍ତ ଦୁଇ ଶିକ୍ଷା ରୁ ମେଧା ଛାତ୍ରୀଛାତ୍ର ବଞ୍ଚିତ ହୋଇ କିଭଳି ପାଠ ପଢ଼ାରେ ଡୋରି ବନ୍ଧୁଥିଲେ ସେସମ୍ପର୍କରେ ବକ୍ତବ୍ୟ ରଖିଥିଲେ  l   ବିଦ୍ୟାଳୟ ପ୍ରଧାନଶିକ୍ଷକ ତ୍ରିଲୋଚନ ସାହୁ ସଭାକୁ ସଭାପତିତ୍ବ କରିଥିବା ବେଳେ ଶିକ୍ଷକ ନୀତେଶ କୁମାର ବାରିକ ସଭା ପରିଚାଳନା କରିଥିଲେ ଓ  ଅଧ୍ୟାପିକା ରବିତା ମହାକୁଲ
ଧନ୍ୟବାଦ ଦେଇଥିଲେ l  ବିଦ୍ୟାଳୟ ଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଓ ନୃତ୍ୟ ପରିବେଷିତ ହୋଇଥିଲା  l   ବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀ ସାହୁ ବିଦ୍ୟାଳର ବିଭିନ୍ନ ସମସ୍ୟା ସମ୍ପର୍କରେ ବିଧାୟକ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l   ବିଦ୍ୟାଳୟ ର ମୁଖ୍ୟ ଫାଟକ ନିର୍ମାଣ ନିମନ୍ତେ ୫ଲକ୍ଷ ଟଙ୍କା ଅନୁଦାନ ଯୋଗାଇଦେଇଥିବା ଘୋଷଣା କରିଥିବା ବେଳେ ସାଂସ୍କୃତିକ ମଞ୍ଚ ପାଇଁ ଆବଶ୍ୟକ ଅର୍ଥ ଖୁବଶୀଘ୍ର ଯୋଗାଇଦେବା ପାଇଁ ବିଧାୟକ ଶ୍ରୀ ଡାଙ୍ଗ ପ୍ରତିଶୃତି ଦେଇଥିଲେ  l  ଏହିଅବସରରେ ଏକ ଶୋଭାଯାତ୍ରା ଗାଁ ପରିକ୍ରମା କରିଥିଲା  l  କାର୍ଯ୍ୟକ୍ରମ କୁ ସମସ୍ତ ଅଧ୍ୟାପକ,ଅଧ୍ୟାପିକା, ଶିକ୍ଷକ, ଶିକ୍ଷୟିତ୍ରୀପରିଚାଳନା କରିଥିବାବେଳେ ଅଣଶିକ୍ଷକ କର୍ମଚାରୀ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like