-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜମି ସମସ୍ୟାକୁ ନେଇ ବିଦ୍ୟାଳୟରେ ପଡିଲା ତାଲା, ରାଜରାସ୍ତାରେ ଅନଶନରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ

18-Nov-2025



କଣ୍ଟାମାଳ(ଜୟ କୁମାର ମହାରଣା): ସରକାର ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷା ପାଇଁ କୋଟିକୋଟି ଟଙ୍କା ବ୍ୟୟ କରୁଥିବା ବେଳେ ଶିକ୍ଷା ବିଭାଗ ଏବଂ ପ୍ରଶାସନର ଅବହେଳା ମନୋଭାବ ଯୋଗୁଁ ଆଜି ପର୍ଯ୍ୟନ୍ତ କଣ୍ଟାମାଳ ବ୍ଳକ ଆମ୍ବଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟର ନିଜସ୍ୱ ନାମରେ ଜମି ନାହିଁ l ଫଳରେ ବେସରକାରୀ ଜମିରେ ସ୍ଥାପିତ ହୋଇଥିବା ବିଦ୍ୟାଳୟକୁ ନେଇ ସମସ୍ୟା ଦେଖା ଦେଇଛି  l କଣ୍ଟାମାଳ ତହସିଲ ଅଧୀନରେ ଥିବା ଖାତା ନଂ. ୬୭ ପ୍ଲଟ ନଂ. ୮୨୪ ରେ ଥିବା ୧୩ଡ଼ିସିମିଲ ଘରବାରି ଜାଗାରେ ୧୮୮୫ ମସିହାରେ ଆମ୍ବାଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ ହୋଇଛି l ଯେଉଁ ଜମି ମାଲିକାନା ଆମ୍ବଗାଁ ଗ୍ରାମର ଧନପତି ଗଣ୍ଡା ନାମରେ ରହିଛି l ସୂଚନାଯୋଗ୍ୟ ଯେ ସେ ସମୟରେ ବିଦ୍ୟାଳୟ ନିର୍ମାଣ ପାଇଁ ଜମି ଦାନ ସୂତ୍ରରେ ଦେଇ ଏକ ଚୁକ୍ତିନାମା ଲେଖି ଦେଇଥିଲେ l କିନ୍ତୁ ଦୀର୍ଘ ବର୍ଷ ପରେ ମଧ୍ୟ ଆଜି ପର୍ଯ୍ୟନ୍ତ ଜମିର ମାଲିକାନା ଅପରିବର୍ତ୍ତିତ ରହିଛି l ଫଳରେ ତାଙ୍କ ବଂଶଧର ମାନେ ସରକାରଙ୍କୁ ଖଜଣା ପୈଠ କରୁଛନ୍ତି l ସୋମବାର ସନ୍ଧ୍ୟାରେ କୌଣସି କାରଣକୁ ନେଇ ତାଙ୍କ ପରିବାର ଲୋକେ ସ୍କୁଲ ଗେଟରେ ତାଲା ପକାଇବା ଯୋଗୁଁ ଆଜି ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଭିଭାବକ ଅସନ୍ତୋଷ ପ୍ରକାଶ କରି ୪୧ ନଂବର ରାଜ୍ୟ ରାଜପଥ ଅବରୋଧ କରିବା ସହିତ ଅନଶନରେ ବସିଥିଲେ l ଫଳରେ ଯାତାୟାତ ବାଧାପ୍ରାପ୍ତ ହେବା ସହ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ିମଟର ଅଟକି ରହିଥିଲା l ଅପରାହ୍ନ ୧ଟା ସମୟରେ କଣ୍ଟାମାଳ ବିଇଓ ଅଶୋଭ ରଞ୍ଜନ ମାଳି  ଓ ଘଣ୍ଟାପଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅନଶନକାରୀଙ୍କ ସହିତ ଆଲୋଚନା କରିଥିଲେ l ସ୍ଥାୟୀ ସମାଧାନ ପାଇଁ ବିଦ୍ୟାଳୟ ପରିଚାଳନା କମିଟି ଏବଂ ଗ୍ରାମବାସୀ ଅଡି ବସିଥିଲେ l ତହସିଲଦାର, ଜିଲ୍ଲା ଶିକ୍ଷାଧିକାରୀ ଏବଂ ଜିଲ୍ଲାପାଳଙ୍କୁ ଉକ୍ତ ସମସ୍ୟା ଜଣାଇବା ସହିତ ଏହାର ସ୍ଥାୟୀ ସମାଧାନ ପାଇଁ ବ୍ୟବସ୍ଥା କରିବୁ ବୋଲି ବିଇଓ ଶ୍ରୀ ମାଳି ପ୍ରତିକ୍ରିୟା ଦେଇଛନ୍ତି l ୪ଟା ପରେ ଅନଶନ ଭଙ୍ଗ ହେବାରୁ ଯାତାୟତ ସ୍ୱାଭାବିକ ହୋଇଥିଲା l ଅନ୍ୟ ପକ୍ଷରେ ଧନପତି ଗଣ୍ଡାଙ୍କ ପୁଅ ଜଗଲ ବିଭାର ପୁତ୍ରବୋହୂ କକେୟା ବିଭାର, ନାତି ରହିତ ବିଭାର ଏବଂ ତାଙ୍କ ପରିବାର ଲୋକ କହିଛନ୍ତି ଯେ ଆମେ ଜମିହୀନ ପରିବାର ହୋଇଥିବାରୁ କିଛି ସରକାରୀ ଜମି ଦଖଲ କରିଥିଲୁ କିନ୍ତୁ ସୋସାଇଟି କାର୍ଯ୍ୟାଳୟ ନିର୍ମାଣ ପାଇଁ ଉଛେଦ କରାଗଲା ଆମେ କେମିତି ଚାଲିବୁ l ତେଣୁ ଆମ ଜମିରେ ବିଦ୍ୟାଳୟ ନିର୍ମାଣ ହୋଇଥିବାରୁ ଆମକୁ ଫେରାଇ ଦେବାକୁ ଅନୁରୋଧ କରୁଛୁ ବୋଲି କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like