-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୭୮ତମ ଏନସିସି ଦିବସ ପାଳିତ "ପ୍ରାଚୀର ପତ୍ରିକା ଉଡାନ ଉନ୍ମୋଚିତ"

23-Nov-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ୭୮ତମ ଏନସିସି ଦିବସ ପାଳିତ ହୋଇଯାଇଛି।ପ୍ରାତଃ ୮ଘଣ୍ଟା ସମୟରେ ଏନସିସି କ୍ୟାଡେଟ ମାନେ ସୁସଂଗଠିତ ପେରେଡ, ଡ୍ରିଲ ଓ କମାଣ୍ଡ ପ୍ରଦର୍ଶନ କରିଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନୂତନ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ସରକାରୀ ବଲାଙ୍ଗୀର ମହାବିଦ୍ୟାଳୟର ଅଧ୍ୟକ୍ଷ କୌତୁକ ପନ୍ଦର ଯୋଗଦେଇ ଦ୍ବୀପ ପ୍ରଜ୍ବଳନ କରି ନିଜ  ବକ୍ତବ୍ୟରେ ଏନସିସି ରାଷ୍ଟ୍ରପ୍ରେମ,ଶିଷ୍ଟାଚାର,ସମୟ ନିଷ୍ଠା ଓ ନେତୃତ୍ୱ ଗଢି ତୋଳିବାରେ ଏକ ଅତ୍ୟନ୍ତ ଦୃଢ଼ ମଞ୍ଚ ବୋଲି କହିଥିଲେ।ବିଦ୍ୟାଳୟର ଏସୋସିଏଟ ଏନସିସି ଅଫିସର ସୋମ୍ୟାଶ୍ରୀ ସାହୁ ବାର୍ଷିକ ବିବରଣୀ ପଠନ କରିଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନୂତନ ନାୟକ ନିଜ

ବକ୍ତବ୍ୟରେ ଏନସିସି ର ଶିଷ୍ଟାଚାର,ଦେଶଭକ୍ତି,ନେତୃତ୍ୱ ଓ ସମାଜସେବାର ମୂଲ୍ୟବୋଧ ବିଷୟରେ ଉପସ୍ଥିତ କ୍ୟାଡେଟ ମାନଙ୍କୁ ପ୍ରେରଣା ଦାୟକ ଉଦବୋଧନ ଦେଇଥିଲେ। ଏସୋସିଏଟ ଏନସିସି ଅଫିସର  ସୋମ୍ୟାଶ୍ରୀ ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କ୍ୟାଡେଟ ମାନେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ୱଚ୍ଛତା ଅଭିଯାନ,ବୃକ୍ଷ ରୋପଣ,ସଡକ ସୁରକ୍ଷା,ରକ୍ତଦାନ ସଚେତନତା ଭଳି ବିଭିନ୍ନ ସେବା ମୂଳକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସଂକଳ୍ପ ନେଲେ। ଏହି ଅବସରରେ ଆୟୋଜିତ କ୍ୱିଜ଼ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ମାନସୀ ରାଣୀ ଦାଶ, ଦ୍ଵିତୀୟ ହର୍ଷିତା ଜାଡେଜା,ଯୁଗ୍ମ ଭାବେ ତୃତୀୟ ସ୍ଥାନ ତପସ୍ୱିନୀ ନାଏକ ଓ ଅଭିପ୍ସା ପତି ଅଧିକାର କରିଥିଲେ। ସେହିପରି ଚିତ୍ରାଙ୍କନରେ ପ୍ରଥମ ପ୍ରିୟା ପୃଷ୍ଟି,ଦ୍ଵିତୀୟ ଶ୍ରୀୟା ଦର୍ଜୀ ଓ ତୃତୀୟ ଇଶା ବହିଦାର,ପ୍ରବନ୍ଧରେ ପ୍ରଥମ ମାନସୀ ରାଣୀ ଦାଶ,ଦ୍ଵିତୀୟ ତପସ୍ୱିନୀ ନାଏକ ଏବଂ ତୃତୀୟ ପ୍ରିୟା ପୃଷ୍ଟି,ବକ୍ତୃତା ପ୍ରତିଯୋଗିତାରେ ପ୍ରଥମ ଦମୟନ୍ତୀ ଖୁଆସ,ଦ୍ଵିତୀୟ ତପସ୍ୱିନୀ ନାଏକ ଓ ତୃତୀୟ ସ୍ଥାନ ସଂସ୍କୃତି ସାହୁ ଅଧିକାର କରି ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଓ ମୁଖ୍ୟ ଅତିଥିଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ।ଏହି ଅବସରରେ ଏନସିସି କ୍ୟାଡେଟ ମାନଙ୍କ ଅନ୍ତର୍ନିହିତ ଗୁଣାବଳୀ କୁ

ପରିପ୍ରକାଶ କରିବାପାଇଁ ପ୍ରାଚୀର ପତ୍ରିକା "ଉଡାନ" ଉନ୍ମୋଚନ ହୋଇଥିଲା।ସ୍ୱାଗତ ଭାଷଣ ପ୍ରଜ୍ଞା ପରିମିତା ବଘାର ଦେଇଥିବା ବେଳେ ଧନ୍ୟବାଦ ଦେଇଥିଲେ ଶିକ୍ଷୟତ୍ରୀ ସବିତା ମିଶ୍ର।ବିଦ୍ୟାଳୟର ଶିକ୍ଷୟତ୍ରୀ ସ୍ୱରୂପା ମଞ୍ଜରୀ ସାମନ୍ତରା,ପ୍ରିୟମ୍ବଦା ଦେବ,ସଂଗୀତା ସାହୁ,ସ୍ୱରୂପା ହୋତା, ସ୍ୱରଞ୍ଜିକା ରାଉତ,ଶିକ୍ଷକ ହରି ଖେତୀ, ବିଦ୍ୟାଳୟ ପରିଚାଳନା କମିଟୀ ସଭାପତି ଅର୍ଜୁନ ଦାଶ,କର୍ମଚାରୀ କୁନି ନନ୍ଦ ସହଯୋଗ କରିଥିଲେ।ପରେ ପରେ ଏନସିସି ଛାତ୍ରୀ ଆକାଂକ୍ଷା ଷଡ଼ଙ୍ଗୀ,ହିନା ପ୍ରିୟଦର୍ଶିନୀ ବର୍ଗେ, ଶ୍ରୀୟା ଦର୍ଜୀ,ଅନୁ ମଲ୍ଲିକ, ପ୍ରତିଶ୍ରୁତି ସାଗର,ମାନସୀ ରାଣୀ ଦାଶ, ପ୍ରୀତିମୟୀ ଦାଶ,ପ୍ରିୟାଂଶି ପ୍ରିୟଦର୍ଶିନୀ ଦାଶ,ସ୍ୱସ୍ତିକା କୁମାର ଓ ଶିଖା ମିଶ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like