-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ

24-Nov-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାରେ ବିପଣନ ଋତୁ ୨୦୨୫-୨୬ ଖରିଫ ପାଇଁ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଆଜି ଅପରାହ୍ନ ରେ ଜିଲ୍ଲାପରିଷଦ ସ୍ଥିତ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜୀ ଈସାଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ରେ ବଲାଙ୍ଗିର ଲୋକସଭା ସାଂସଦ, ଶ୍ରୀମତୀ ସଙ୍ଗୀତା କୁମାରୀ ସିଂ ଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଟିଟିଲାଗଡ ବିଧାୟକ ନବୀନ କୁମାର ଜୈନ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ମୁଖ୍ୟ ଉନ୍ନୟନ ଓ ନିର୍ବାହୀ

ଅଧିକାରୀ, ଜିଲ୍ଲାପରିଷଦ ଶ୍ରୀ ତରଣୀ ସୁନା, ବିଧାୟକ ଲୋଇଶିଙ୍ଗାଙ୍କ ପ୍ରତିନିଧି, ବିଧାୟକ ପାଟଣାଗଡ଼ଙ୍କ ପ୍ରତିନିଧି, ବିଧାୟକ କଣ୍ଟାବାଞ୍ଜିଙ୍କ ପ୍ରତିନିଧି, ଉପଜିଲ୍ଲାପାଳ ବଲାଙ୍ଗିର ଶ୍ରୀ ଆଲୋକ କୁମାର ପଟେଲ, ଉପଜିଲ୍ଲାପାଳ ପାଟଣାଗଡ ଶ୍ରୀ ସୁନିଲ କୁମାର ମେହେର, ଟିଟିଲାଗଡ ଉପଜିଲ୍ଲାପାଳ ଶ୍ରୀ ପଦ୍ମନାଭ ସାମନ୍ତରାୟ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଶ୍ରୀ ରଞ୍ଜନ ପଣ୍ଡା ଉପସ୍ଥିତ ଥିଲେ । ଆସନ୍ତା ଡିସେମ୍ବର ୫ ତାରିଖରୁ ପର୍ଯ୍ୟାୟକ୍ରମେ ୧୦୫୦୩୧ ପଞ୍ଜୀକୃତ ଚାଷୀ ମାନଙ୍କ ଠାରୁ ୧୭୬ ଗୋଟି ମଣ୍ଡି ମାଧ୍ୟମରେ (୧୫୮ ପେକ୍ସ ଏବଂ ୧୮ ଏସଏଚଜି ) ୨,୪୬,୦୦୦ କୁଇଣ୍ଟାଲ ଧାନ ସଂଗ୍ରହ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଜିଲ୍ଲାପାଳ ଚାଷୀମାନଙ୍କ ସୁବିଧା ପାଇଁ ମଣ୍ଡି ରେ ପର୍ଯ୍ୟାପ୍ତ ସୁବିଧା, ଶୀଘ୍ର ଧାନ ଉଠିବା ପାଇଁ ନିଆଯାଉଥିବା ପଦକ୍ଷେପ ଓ ଚୋରା ଚାଲାଣ ହେଉଥିବା ଧାନ ଗାଡ଼ିକୁ ଜବତ କରିବା ସହ ଗତଥର ମଣ୍ଡିରେ ଉପୁଜିଥିବା ବିଭିନ୍ନ ସମସ୍ୟାର ପୁନରାବୃତ୍ତି ନଘଟିବା ,ଚାଷୀମାନେ ଯେପରି କଟଣି ଛଟଣୀର ଶିକାର ନହେବେ ସେଥିପ୍ରତି ବିଶେଷ ଧ୍ୟାନ ଦେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଝୋଟ ବସ୍ତାର ପର୍ଯ୍ୟାପ୍ତ ଯୋଗାଣ,ମଣ୍ଡିରେ ବିଜୁଳି, ଭିତ୍ତିଭୂମି,ଆଶ୍ରୟ ସ୍ଥଳ,ଟୋକନ୍ ସମୟ ସୀମା, ଓଜନ ମେସିନ ର ଉପଲବ୍ଧି ଉପରେ ଆଲୋଚନା କରିବା ସହ ଚାଷୀ ପ୍ରତିନିଧି, ମିଲର ତଥା ପ୍ରଶାସନିକ ସହଯୋଗରେ ଚଳିତ ଖରିଫ ଧାନ ସଂଗ୍ରହକୁ ବିନା କୌଣସି ଅସୁବିଧାରେ ସମ୍ପନ୍ନ କରିବାକୁ କହିଥିଲେ । ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଚଳିତ ବର୍ଷ ଏଫ୍.ଏ.କ୍ୟୁ ସାଧାରଣ ଧାନ ର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ପିଛା ୨୩୬୯/- ଟଙ୍କା ଏବଂ ଗ୍ରେଡ-ଏ ଧାନର ମୂଲ୍ୟ ପ୍ରତି କ୍ଵିଣ୍ଟାଲ ୨୩୮୯/- ଟଙ୍କା ରଖାଯାଇଛି । ଏହା ବାଦ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ସର୍ବନିମ୍ନ ସହାୟକ ମୂଲ୍ୟ ସମେତ ଅତିରିକ୍ତ ଇନପୁଟ ଆସିଷ୍ଟାନ୍ସ ମଧ୍ୟ ଦିଆଯିବ ଯାହା ସର୍ବମୋଟ ୩୧୦୦/- ଟଙ୍କା ହେବ । ପ୍ରତ୍ୟେକ ଧାନ ମଣ୍ଡିରେ ଗୁଣାତ୍ମକ ମାନ ଯାଞ୍ଚ କରିବା ପାଇଁ ବ୍ୟବସ୍ଥା କରାଯିବ । ଏଥିନିମନ୍ତେ ରେଜିଷ୍ଟର ରଖାଯାଇ ମାନଯାଞ୍ଚ ତଥ୍ୟ ଓ କୃଷକ ମାନଙ୍କ ନାମ ଉଲ୍ଲେଖ ରହିବ । ଏଥିନିମନ୍ତେ ପ୍ରାଥମିକ କୃଷି ସମବାୟ ସମିତି ଓ ନିୟନ୍ତ୍ରଣ ବଜାର କମିଟି ସମ୍ପାଦକ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବେ । ସଂଗୃହୀତ ଧାନର ମାନ ନିରୀକ୍ଷଣ କରିବା ପାଇଁ ଯନ୍ତ୍ରର ବ୍ୟବହାର କରାଯିବ (ଗ୍ରେନ ଆନାଲାଇଜର) ଏବଂ ଡିଜିଟାଲ ଆଦ୍ରତା ମାପ ଯନ୍ତ୍ର ଲଗାଯିବ ବୋଲି ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୂଚନା ଦେଇଥିଲେ । ଧାନର ଏଫଏକ୍ୟୁ ମାନ ବିଷୟରେ ଚାଷୀଙ୍କୁ ପୂର୍ବରୁ ସଚେତନ କରିବା, ମଣ୍ଡିକୁ ଧାନ ଆସିବାର ଯଥା ସମୟ ପୂର୍ବରୁ ଚାଷୀ ମାନଙ୍କୁ ଟୋକେନ୍ ଦେବା ବ୍ୟବସ୍ଥା କରିବା, କଳାବଜାରୀ ଭଳି ବେଆଇନ କାର୍ଯ୍ୟଗୁଡିକୁ ରୋକିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଥିଲା I ବାହାର ଜିଲାରୁ କିମ୍ବା ଆନ୍ତରାଜ୍ୟ ଧାନ ବିକ୍ରି ରୋକ ପାଇଁ ଆରକ୍ଷୀ ଅଧିକ୍ଷକ ବିଭିନ୍ନ ସ୍ଥାନରେ ନାକା ବନ୍ଦୀ କରିବା ତଥା ସିସିଟିଭି ଦ୍ୱାରା ପୋଲିସ ବିଭିନ୍ନ ସ୍ଥାନରେ ଜଗିବ ବୋଲି ସୂଚନା ଦେଇଥିଲେ । ଏହି ବୈଠକରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜିଲ୍ଲା ପ୍ରକଳ୍ପ ଅଧିକାରୀ ମିଶନ ଶକ୍ତି, କୃଷକ ପ୍ରତିନିଧି , ସୋସାଇଟିର ସଭାପତି, ମିଲର ମାନେ ଓ ଅନ୍ୟାନ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026

You Might Also Like