-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମେଳା, "୨୭୨ଟି ପ୍ରକଳ୍ପ ପ୍ରଦର୍ଶିତ"

25-Nov-2025



ବଲାଙ୍ଗୀର(ପ୍ରେରଣା ଖବର): ଆର. ଆର କଲୋନୀ ହାଇସ୍କୁଲରେ ବଲାଙ୍ଗୀର ବ୍ଲକ ଓ ପୌରାଞ୍ଚଳସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ନୀଳମଣି ପଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପ୍ରଦର୍ଶନୀ ମେଳାକୁ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରି ଥିଲେ ବଲାଙ୍ଗୀର ବ୍ଲକ ଉନ୍ନୟନ ଅଧିକାରୀ ହୃଷିକେଶ ଗଣ୍ଡ, ପୃଥ୍ଵୀରାଜ ହାଇସ୍କୁଲର ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠୀ, ଏବିଇଓ ସନ୍ଧ୍ୟାରାଣୀ ଧରୁଆ,ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିଶୋର ହନୁମାନ,ବିଜ୍ଞାନ ଆବାହକ ସରୋଜ ନାୟକ ଓ ବିଜ୍ଞାନ ସଂଯୋଜକ ରାଜ ପ୍ରସାଦ ପ୍ରଧାନ ସମ୍ମାନୀତ ଅତିଥିଭାବେ ମଞ୍ଚାସୀନ ଥିଲେ।ମୁଖ୍ୟ ଅତିଥି ଶ୍ରୀ ନାଗ ନିଜ ବକ୍ତବ୍ୟରେ ସମାଜ ପାଇଁ ବିଜ୍ଞାନ, ନୂତନ ଉଦ୍ଭାବନ ଓ ଆବିଷ୍କାରର ଆବଶ୍ୟକତା ଉପରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ

ଦେବା ସହ ବିଜ୍ଞାନ ପ୍ରଦର୍ଶନୀ ଛାତ୍ରଛାତ୍ରୀଙ୍କ ଭିତରେ ବୈଜ୍ଞାନିକ ଜିଜ୍ଞାସା ଜନ୍ମ ଦେଇଥାଏ ବୋଲି କହିଥିଲେ।ବଲାଙ୍ଗୀର ବ୍ଲକ ଶିକ୍ଷା ଅଧିକାରୀ ନୀଳମଣି ପଟେଲ ନିଜ ବକ୍ତବ୍ୟରେ ବିଜ୍ଞାନ ମେଳା ଛାତ୍ରଛାତ୍ରୀ ମାନଙ୍କୁ ଶିଖିବା ସହ ପ୍ରୟୋଗ କରିବାର ଶ୍ରେଷ୍ଠ ଅନୁଭବ ଦେଇଥାଏ ବୋଲି କହିଥିଲେ।ଉକ୍ତ ପ୍ରଦର୍ଶନୀ ବିଭିନ୍ନ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟ ଗୁଡ଼ିକରୁ ମନୋନୀତ ହୋଇ ୨୭୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା।ବିଚାରକ ଭାବେ ରାଜକୁମାର ଭୋଇ,ଦୀପାଞ୍ଜଳୀ ଯୋଶୀ,ବିଷ୍ଣୁ ପ୍ରସାଦ ମିଶ୍ର,ତାରାକାନ୍ତ ମିଶ୍ର,ଗୀତାଞ୍ଜଳୀ ପଧାନ,ସୁଜିତ ଶତପଥି ପ୍ରମୁଖ ଯୋଗଦେଇ ପ୍ରକଳ୍ପ ଗୁଡିକର ମୂଲ୍ୟାଙ୍କନ କରିଥିଲେ।ମେଳା ରେ ପ୍ରଦର୍ଶିତ ପ୍ରକଳ୍ପ ମଧ୍ୟରୁ ଟାଉନ ବାଳିକା ହାଇସ୍କୁଲ ର ଚାନ୍ଦିନୀ ଧରେଇ,
ପି.ପି ଏକାଡେମୀର ବିଜୟ ଗୁଡ଼ିଆ,ଆର.ଆର କଲୋନୀ ହାଇସ୍କୁଲ ର ଶ୍ରୀମନ ନାରାୟଣ ତ୍ରିପାଠୀ,ମିର୍ଧାପାଲି ହାଇସ୍କୁଲ ର ବୁଦ୍ଧଦେବ ମହାକୁର,ପି ଆର ହାଇସ୍କୁଲର ଅନ୍ବେଷ ଭୂଷଣ ରଣା,ସଦେଇପାଲି ହାଇସ୍କୁଲର ତୃପ୍ତି ନାଗ,ଓଏଭି ପଥରଚେପା ର  ବିମଳେନ୍ଦୁ ଧରୁଆଙ୍କ ପ୍ରକଳ୍ପ ଗୁଡି଼କୁ ଜିଲ୍ଲା ସ୍ତରୀୟ ମେଳା ପାଇଁ ମନୋନୀତ କରାଯାଇଥିଲା।ଉଦଯାପନୀ ଉତ୍ସବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜ ବକ୍ତବ୍ୟରେ ବିଜ୍ଞାନ ପ୍ରଦର୍ଶନୀ ହେଉଛି

ଏପରି ଏକ ମଞ୍ଚ ଯେଉଁଠାରେ ଛାତ୍ରଛାତ୍ରୀ ମାନେ ନିଜ ଚିନ୍ତାଧାରା କୁ ପ୍ରକାଶ କରନ୍ତି, ସୃଜନଶୀଳତାର ନୂଆ ମାର୍ଗ ଖୋଲନ୍ତି ଓ ଆତ୍ମବିଶ୍ୱାସ ର ସହିତ ବିଜ୍ଞାନ ତଥ୍ୟକୁ ବିଶ୍ୱ ସାମ୍ନା କୁ ନେଇଯାନ୍ତି ବୋଲି କହିଥିଲେ।ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇ ଯୋଗଦେଇ ନିଜ ବକ୍ତବ୍ୟରେ ଏଭଳି ବିଜ୍ଞାନ ପ୍ରଦର୍ଶନୀ ଛାତ୍ରଛାତ୍ରୀ ମାନଙ୍କୁ ଭବିଷ୍ୟତରେ ବୈଜ୍ଞାନିକ,ଇଞ୍ଜିନିୟର, ଅନୁସନ୍ଧାନକାରୀ ହେବାକୁ ପ୍ରେରଣା ଦେଇଥାଏ ବୋଲି କହିଥିଲେ।ଶେଷରେ କୃତୀ ପ୍ରତିଯୋଗୀ  ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ।ଉଭୟ ଅଧିବେଶନ ର କାର୍ଯ୍ୟକ୍ରମକୁ ଜସ୍ମିନ ଜଲି ଓ ରବୀନ୍ଦ୍ର ଠେଟୁଆଲ ସଂଯୋଜନା କରିଥିଲେ। ଶେଷରେ ବିକାଶ ସାହୁ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026

You Might Also Like