-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା କଳାକାର ସଂଘ ତରଫରୁ ବିଶିଷ୍ଟ କଣ୍ଠଶିଳ୍ପୀ ୰ ହ୍ୟୁମେନ ସାଗର ଙ୍କୁ ଶ୍ରଦ୍ଧାଞ୍ଜଳି

29-Nov-2025



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ଜେଏସ୍‌ଏମ୍ କଲେଜ ପରିସରରେ ଜିଲ୍ଲା କଳାକାର ସଂଘ ଆନୁକୁଲ୍ୟରେ ସ୍ୱର୍ଗତ ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମେନ ସାଗର ଙ୍କ ସ୍ମୃତିଚାରଣ ଓ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅମର ଆତ୍ମାର ସତଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ପରେ ପରେ ବଲାଙ୍ଗିର ର ଅଗ୍ରଣି ସଂସ୍କୃତିକ ଅନୁଷ୍ଠାନ ପଂଚମ ର ଅଧ୍ୟକ୍ଷ ମୁରଲିଧାରୀ ପତି, ବଲାଙ୍ଗିର ନାଗରିକ କମିଟିର ସଂପାଦକ ମଧୁସୁଦନ ନାୟକ, ସଂଜ୍ୟୋତ କଳାପରିଷଦର ଅଧ୍ୟକ୍ଷା ସଂଗୀତା ଦାଶ, ପଶ୍ଚିମ ଓଡିଶା ପ୍ରଡ୍ୟୁସର ଏସୋସିଏସନ ର କାର୍ଯ୍ୟକାରୀ କମିଟି ସଦସ୍ୟ ମାଧବ ବାରିକ, ସିନେ କଳାକାର ରାମ ଶଙ୍କର ଶତପଥି, ଜିଲ୍ଲା କଳାକାର ସଂଘର ସଭାପତି ଅବଦୁଲ ଜମାଲ ଖାନ ଓ ବଲାଙ୍ଗିର ରେଲୱେ ୟୁଜର ଏସୋସିଏସନ ର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ର ପ୍ରମୁଖ ସ୍ୱର୍ଗତ ହ୍ୟୁମେନ ସାଗର ଙ୍କ ସ୍ମୃତିଚାରଣ କରିଥିଲେ । ବରିଷ୍ଠ ନାଗରିକ ମଂଚର ସଭାପତି ପ୍ରଭାକର ମିଶ୍ର ଅମର ଆତ୍ମାର ସ୍ମୃତିଚାରଣ କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ । ଏକ ଅଖ୍ୟାତ ପଲ୍ଲିରେ ଜନ୍ମଗ୍ରହଣ କରି ଆକାଶବାଣୀ ସ୍ୱିକୃତିପ୍ରାପ୍ତ କଣ୍ଠଶିଳ୍ପୀ ରବିଚନ୍ଦ୍ର ସାଗରଙ୍କ ସୁପୁତ୍ର ହ୍ୟୁମେନ ସାଗର ନିଜର ସାଧନା ବଳରେ ରାଜ୍ୟ ତଥା ରାଜ୍ୟ ବାହାରେ ସୁନାମ ଅର୍ଜନ କରି ବଲାଙ୍ଗିର ମାଟିକୁ ଗୌରବ ବୋହି ଆଣିଥିଲେ । ନିଜର ସାଧନାପଥରେ ଅନେକ ଘାତ ପ୍ରତିଘାତକୁ ଅତିକ୍ରମ କରି ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ ରୂପରେ ନିଜକୁ ପ୍ରତିଷ୍ଠିତ କରିପାରିଥିଲେ ବୋଲି ବକ୍ତାମାନେ ମତ ରଖିଥିଲେ । ସଫଳତାର କଳେବରରେ ପାଦ ଥାପିଥିବା ସମୟରେ ହିଁ ସେ ଇହଲିଳା ସମ୍ବରଣ କଲେ ବୋଲି ସମସ୍ତ ଦୁଃଖ ପ୍ରକାଶ କରିଥିଲେ ଓ ମତ ରଖିଥିଲେ ଯେ ହ୍ୟୁମେନ ସାଗର ଙ୍କ ଦେହାନ୍ତ ବଲାଙ୍ଗିର ର କଳା ଜଗତ ପାଇଁ ଏକ ଅପୁରଣୀୟ କ୍ଷତି । ନିରଞ୍ଜନ ରଥ, ବଲାଙ୍ଗିର ନାଗରିକ କମିଟିର କାର୍ଯ୍ୟକାରୀ କମିଟି ସଦସ୍ୟ ବିନୟ କୁମାର ମିଶ୍ର, ବରିଷ୍ଠ ନାଗରିକ ମଂଚର ପୂର୍ବତନ ସଭାପତି ନାରାୟଣ ଚନ୍ଦ୍ର ପାଢୀ ସମେତ ବହୁ ବୁଦ୍ଧିଜିବି ଓ କଳାକାର ଏଥିରେ ଅଂଶଗ୍ରହଣ କରିଥିଲେ । ସମାଜସେବୀ ପ୍ରସନ୍ନ କୁମାର ମିଶ୍ର ଓ ସୂକ୍ଷ୍ମକଳା କଳାକାର ସଚିଦାନନ୍ଦ ନାୟକ ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like