-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିଂଶତମ ବୌଦ୍ଧ ପୁସ୍ତକମେଳାର ଦ୍ୱିତୀୟ ସନ୍ଧ୍ୟା; ବୌଦ୍ଧ ଜିଲ୍ଲାର ଐତିହ୍ୟ ଓ ସଂସ୍କୃତି ଉପରେ ଆଲୋଚନାଚକ୍ର

03-Dec-2025



ବୌଦ୍ଧ(ପ୍ରେରଣାଖବର): ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ୍‌ ତରଫରୁ ଆୟୋଜିତ ବିଂଶତମ ବୌଦ୍ଧ ପୁସ୍ତକମେଳାର ଆଜି ଦ୍ୱିତୀୟ ସନ୍ଧ୍ୟାରେ ଇନଟାକ୍‌, ବୌଦ୍ଧ ଚାପ୍ଟର ତରଫରୁ ‘ବୌଦ୍ଧଜିଲ୍ଲାର ଐତିହ୍ୟ ଓ ସଂସ୍କୃତି’ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଇନଟାକ୍‌ ବୌଦ୍ଧ ଚାପ୍ଟର ଆବାହକ ବିଶ୍ୱେଶ୍ୱର ପୃଷ୍ଟିଙ୍କ ଆବାହକତ୍ୱରେ ଏହି ଆଲୋଚନାରେ ଭୈରବୀ ମହାବିଦ୍ୟାଳୟ ପୁରୁଣାକଟକର ଇତିହାସ ବିଭାଗର ବରିଷ୍ଠ ଅଧ୍ୟାପକ ଲଳିତ କୁମାର ମେହେର ବୌଦ୍ଧ ଅଞ୍ଚଳରେ ବୌଦ୍ଧ ଧର୍ମର ଉନ୍ମେଷ, କୀର୍ତ୍ତିରାଜି ଉପରେ ବକ୍ତବ୍ୟ ରଖିଥିବାବେଳେ ଗନ୍ଧରାଡି ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ଇତିହାସ ଅଧ୍ୟାପକ ପ୍ରଭାତ କୁମାର ଶତପଥୀ ଗନ୍ଧରାଡୀର ହରିହର ଉପାସନା ଜିଲ୍ଲାର ଶୈବ-ବୈଷ୍ଣବ ସମନ୍ୱୟ ଉପରେ ଆଲୋକପାତ କରିଥିଲେ । ଅନ୍ୟତମ ବକ୍ତା ଡଃ ଦିବ୍ୟରଞ୍ଜନ ତ୍ରିପାଠୀ ବୌଦ୍ଧ ଅଞ୍ଚଳରେ ତନ୍ତ୍ର ସାଧନା ଶାକ୍ତ ଉପାସନା ତତ୍‌ ସଙ୍ଗେସଙ୍ଗେ ଶକ୍ତି ସଂପର୍କୀତ ପାଳନ କରାଯାଉଥିବା  ପୂଜା ଯାନିଯାତ୍ରା ଉପରେ ତାଙ୍କର ଗବେଷଣାତ୍ମକ ସନ୍ଦର୍ଭ ଉପସ୍ଥାପନା କରି ଥିଲେ । ଶେଷରେ ମହିମାଧର୍ମର ଖାଦ୍ୟପୀଠ ଓ ପାତାଳୀ ଶ୍ରୀକ୍ଷେତ୍ର ନାଏକପଡା ଗୁଂଫା ସମ୍ବନ୍ଧରେ ବିଶ୍ୱେଶ୍ୱର ପୃଷ୍ଟି ତାଙ୍କର ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ଡଃ ଦିବ୍ୟରଞ୍ଜନ ତ୍ରିପାଠୀଙ୍କୁ ତାଙ୍କର ଗବେଷଣା ଲବ୍ଧ ଡକ୍ଟରେଟ ସମ୍ମାନ ପାଇଥିବାରୁ ଇନଟାକ ତରଫରୁ ତାଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ଫୋରମ୍‌ର ବରିଷ୍ଠ ସଦସ୍ୟ ସତ୍ୟନାରାୟଣ ପାଣି ଅତିଥି ପରିଚୟ ପ୍ରଦାନ କରି ଥିବାବେଳେ ଇନଟାକ୍‌ ବୌଦ୍ଧ ଚାପ୍ଟରର ଯୁଗ୍ମ ଆବାହକ  ଦିବ୍ୟ

ରଞ୍ଜନ ପଟ୍ଟନାୟକ ମଂଚ ପରିଚାଳନା କରିବାସହିତ ଧନ୍ୟବାଦ ଅର୍ପଣ କରିଥିଲେ । ଏହାପରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବାଉଁଶୁଣୀ ସାଂସ୍କୃତିକ ପରିଷଦ, ସୃଷ୍ଟି ଡ୍ୟାନ୍ସ ଏକାଡେମୀ, ସମ୍ବଲପୁରୀ ଲୋକନୃତ୍ୟ ଦିବାକର ବଘାର ଏବଂ ସାଥୀ କଣ୍ଟାମାଳ ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।  ଆଜି ଦ୍ୱିତୀୟ ସନ୍ଧ୍ୟାରେ ପୁସ୍ତକମେଳା ପଡିଆରେ ବହୁ ସଂଖ୍ୟାରେ ଦର୍ଶକ, ପୁସ୍ତକପ୍ରେମୀ ଉପସ୍ଥିତ ରହି ପୁସ୍ତକ କିଣିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like