-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ବିଶେଷ

ଅସହାୟଙ୍କୁ ଆହାର ଦେଉଛି ପଥର! କାମ ମିଳୁନି, ପଥର ଭାଙ୍ଗି ଗୁଜୁରାଣ ମେଣ୍ଟାଉଛନ୍ତି ଚାଳିଶରୁ ଉର୍ଦ୍ଧ୍ୱ ଆଦିବାସୀ ପରିବାର

01-Feb-2021



ଚିତ୍ରକୋଣ୍ଡା(ପ୍ରେରଣା ଖାବର) :ପଥର ଆମ ପାଇଁ ଭଗବାନ୍, ପଥର ଆମ ପାଇଁ ଦରଦୀ ବନ୍ଧୁ। ପାପୀ ପେଟକୁ ଦୁଇ ଓଳି ଦୁଇମୁଠା ଦାନା ଯୋଗାଏ। ଶିକ୍ଷା ଏମାନଙ୍କ ପାଇଁ ସାତ ସପନ।  ପଥର ଭାଙ୍ଗିଲେ ଘରେ ଚୂଲି ଜଳେ, ନହେଲେ ଖାଡ଼ା ଉପାସ। ଦିନ ଆରମ୍ଭ ହୁଏ ପଥରରୁ, ଆଉ ପଥରରେ ହିଁ ଦିନ ସରି ସଞ୍ଜ ନଇଁଯାଏ। ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଦୋରାଗୁଡା ପଂଚୟତର ମାଳିଗୁଡା ଓ ସ୍ପିଲ୍ଵବାଇ ଦୁଇ ଗ୍ରାମର ଚାଳିଶରୁ ଉର୍ଦ୍ଧ୍ୱ ଆଦିବାସୀ ପରିବାର ପଥର ଭାଙ୍ଗି ପରିବାର ଚଳାନ୍ତି। ସରକାରୀ  ଯୋଜନା ଏମାନଙ୍କ ପାଇଁ ଅପହଞ୍ଚ।

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଦୁଇ ଗ୍ରାମର ଲୋକେ ପଥର ଭାଙ୍ଗି ପରିବାର ଚଳାଉଛନ୍ତି। ଖରା,ବର୍ଷା, ଶୀତ ଏମାନଙ୍କ ପାଇଁ ସବୁ ସମାନ। ମୁଣ୍ଡ ଗୁଞ୍ଜିବାକୁ ଭଲ ଘର ଖଣ୍ଡେ ନାହିଁ। ସରକାରୀ ଯୋଜନା ସାତ ସପନ। ମୌଳିକ ଆବଶ୍ୟକତା ପୂରଣ କରିବା ନିମନ୍ତେ ସକାଳୁ ପଥର ଭାଙ୍ଗିବା ପାଇଁ ଚାଲିଯାଆନ୍ତି। ରୋଜଗାର କରିବା ପାଇଁ ଅନ୍ୟ କୌଣସି ପନ୍ଥା ନଥିବାରୁ ପଥର ଭଙ୍ଗା କାମକୁ ଆପଣେଇ ନେଇଛନ୍ତି ଚାଳିଶ ପରିବାର। ପଥର ଭାଙ୍ଗି ସେଥିରୁ ଚିପସ ,ମେଟାଲ ତିଆରି କରନ୍ତି ଏବଂ ବିକ୍ରି କରି ଗୁଜୁରାଣ ମେଣ୍ଟାନ୍ତି। ମୁଣ୍ଡ ବର୍ଷ ତମାମ ଏହି କାର୍ଯ୍ୟ କରି, ଏଥରୁ ଯାହା ମିଳେ ଭାଗ୍ୟକୁ ଆଦରି ଚଳନ୍ତି। ଯେଉଁଦିନ କାମ ବନ୍ଧ ହୁଏ ସେହିଦିନ ପରିସ୍ଥିତି ଅଲଗା ପ୍ରକାର ହୁଏ।

ପରିବାର ସମସ୍ତ ସଦସ୍ୟ କାମ କରିବା ସହ କୁନି କୁନି ପିଲାମାନେ ମଧ୍ୟ ବାପମାଆଙ୍କୁ ଏଥିରେ ସାହାଯ୍ୟ କରନ୍ତି।ସରକାରୀ ସହାୟତା କହିଲେ ଏମାନଙ୍କୁ ମିଳେ ମୁଠେ ଚାଉଳ। ଏହା ଛଡା ନା ଅଛି ଜବ କାର୍ଡ, ନା ପାଉଛନ୍ତି ଭତ୍ତା।ଇନ୍ଦିରା ଆବାସ ଯୋଜନା ଏମାନଙ୍କ ଠାରୁ ବହୁ ଦୂରରେ। ସରକାରଙ୍କ ଅଧିକାଂଶ ଯୋଜନାର ଲାଭ ଉଠାଇ ପାରୁନାହାନ୍ତି। ପ୍ରଶାସନ ନିକଟରେ ବାରମ୍ବାର ଗୁହାରୀ ଜଣାଉଥିଲେ ହେଁ ଫଳାଫଳ ଶୁନ୍ୟ। ସରକାର ଯଥା ଶୀଘ୍ର ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି କରାଯାଇଛି। ଏଭଳି ପରିସ୍ଥିତିରେ ଆଦିବାସୀଙ୍କ ପ୍ରତି କେବେ ସରକାରଙ୍କ ଦୃଷ୍ଟି ପଡୁଛି ତାହା ଦେଖିବା ବାକି ରହିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like