-+91-9937148622 |
prerana_bgr@rediffmail.com |
Friday 24th April 2026 |
R.N.I. Regd No. ODIODI/2010/46693
Breaking News
18-Dec-2025
ନବରଙ୍ଗପୁର:-(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ମଧୁବାବୁ ବାର୍ଦ୍ଧକ୍ୟ/ବିଧବା/ଭିନ୍ନକ୍ଷମ ଭତ୍ତା ଯୋଜନାରେ ମୋଟ ୧୧୨ ଜଣ ହିତାଧିକାରୀ ଙ୍କୁ ଭତ୍ତା ପ୍ରଦାନ କରାଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଯୋଗ ଦେଇ ଭତ୍ତା ବଣ୍ଟନ କରିଥିଲେ | ଏଥିରେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋଇ, ରାଜ୍ୟସଭା ସାଂସଦ ଙ୍କ ପ୍ରତିନିଧି ରାମାରାଓ ଚୌଧୁରୀ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ବ୍ଲକ କଂଗ୍ରେସ ସଭାପତି ଜି. ସାଇ ରାଜୁ,ବିଜେଡି ବରିଷ୍ଠ ନେତା ଏମ୍. ଆପ୍ପା ରାଓ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ. ଡି ପ୍ରସାଦ, ଦିବ୍ୟଶଙ୍କର ପୂଜାରୀ, କାମିନୀ ହରିଜନ ଏବଂ ସମସ୍ତ ସରପଞ୍ଚ, ଏସିଡିଓ, ଗ୍ରାମରୋଜଗାର ସେବିକା ସେବକ ଓ ହିତାଧିକାରୀ ମାନେ ଉପସ୍ଥିତ ଥିଲେ |