-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଧାନ ବିକ୍ରି ସମସ୍ୟାକୁ ନେଇ ଗର୍ଜିଲେ ଚାଷୀ,ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

19-Dec-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଚଳିତ ଖରିଫ ଋତୁରେ ଅମଳ ଧାନ ବିକ୍ରି ନେଇ ନାହିଁ ନଥିବା ସମସ୍ୟା ସୃଷ୍ଟି ହେଲାଣି ।ଯାହା ଫଳରେ ଦୁନିଆଜୁ ଆହାର ଯୋଗାଉଥିବା ଚାଷୀକୁଳ ଅସୁବିଧାର ସମ୍ମୁଖୀନ ହେବାକୁ ଯାଉଛନ୍ତି ।ଏହାର ସମାଧାନ ନେଇ ଆଜି ସମ୍ପ୍ରତି ବିନିକା ଅଞ୍ଚଳର ଶତାଧିକ ଚାଷୀ ଏକ ବିରାଟ ଶୋଭାଯାତ୍ରାରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟକୁ ଯାଇ ଅତିରିକ୍ତ ତହସିଲଦାରଙ୍କ ଜରିଆରେ ଜିଲ୍ଲାର ମୁଖିଆ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି।ସେମାନେ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ଆସି ନଥିବା ଚାଷୀ ମାନଙ୍କ ଟୋକନ ଆସନ୍ତା ୭ଦିନ ମଧ୍ୟରେ ପ୍ରଦାନ କରାଯାଉ,ଜାନୁଆରୀ ମାସ ମଧ୍ୟରେ ସମସ୍ତ ଚାଷୀ ମାନଙ୍କ ଧାନ କ୍ରୟ କରାଇବାର ବ୍ୟବସ୍ଥା କରାଯାଉ ବୋଲି ଦାବୀ କରିଛନ୍ତି ।ଯଦି ଦାବୀ ଗୁଡ଼ିକ ଉପରେ ପଦକ୍ଷେପ ସ୍ୱରୂପ ତୁରନ୍ତ ସମାଧାନ କରା ନଯାଏ ତେବେ ଆଗାମୀ ଦିନରେ ଯାହାବି ପରିସ୍ଥିତି ସୃଷ୍ଟି ହେବ ସେଥିପାଇଁ ସରକାର ଦାୟୀ ରହିବେ ବୋଲି ସେମାନେ ଚେତାବନୀ ଦେଇଛନ୍ତି।ସୂଚନା ଯୋଗ୍ୟ ଯେ ଅଞ୍ଚଳରେ କା ଭା ମଣ୍ଡି ଖୋଲିଛି ।ଯେଉଁ କେତେକ ମଣ୍ଡି ଖୋଲିଛି ସେଠାରୁ ଠିକ ଭାବରେ ଧାନ ଉଠୁନାହିଁ ।ଫଳରେ ଟୋକନ ପାଇ ମଣ୍ଡିକୁ ନେଇଥିବା ଧାନକୁ ଚାଷୀ ପ୍ରଚଣ୍ଡ ଶୀତ କାକରରେ ଅନିଦ୍ରା ରହି ଦୁଃଖ କଷ୍ଟରେ ଜଗି ରହିଛି।ସେହିପରି ଅଧିକାଂଶ ଚାଷୀଙ୍କର ଟୋକନ୍ ବର୍ତ୍ତମାନ ସୁଦ୍ଧା ଆସି ନଥିବାରୁ ଚାଷୀ ତାର କଷ୍ଟ ପାର୍ଯିତ ଅମଳ ଧାନକୁ ବିଭିନ୍ନ ଚାଷ ଜମି ପଡ଼ିଆ,ଖଳାରେ ସାଇଟି ରଖି ଦିନ/ରାତି ଜଗି ରହିଥିବା ଦେଖିବାକୁ ମିଳିଛି।ବିଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଟୋକନ ଆସିବାରେ ବିଳମ୍ବ ହେବା ଏବଂ ଧାନ କ୍ରୟ କରି ନପାରିବାରୁ ବିନିକା ଅଞ୍ଚଳର ବିଭିନ୍ନ ଗ୍ରାମର ଶତାଧିକ ଚାଷୀ ସ୍ଥାନୀୟ ଆରଏମସି ଠାରେ ଏକଜୁଟ ହୋଇଥିଲେ । ସେଠାରେ ଧାନ ବିକ୍ରି ସମସ୍ୟା ନେଇ ଅନୁଷ୍ଟିତ ବୈଠକରେ ଚାଷୀମାନେ ନିଜର ମତ ଉପସ୍ଥାପନ କରି ବର୍ତ୍ତମାନ ସୁଦ୍ଧା ୯୫ପ୍ରତିଶତ ଚାଷୀଙ୍କ ଅମଳ ଧାନ କ୍ରୟ ହୋଇ ନପାରିବା ନେଇ ଚାଷୀ ଅସନ୍ତୋଷ ତୀବ୍ର ହୋଇଥିଲା ।ଚାଷୀ ଏକତା ଜିନ୍ଦାବାଦ,ଚାଷୀଙ୍କୁ ଶୀଘ୍ର ଟୋକନ ଦିଆଯାଉ,ଧାନ ଶୀଘ୍ର ମଣ୍ଡିରୁ ଉଠାଯାଉ,ଜଟଣୀ ଛଟଣି ବନ୍ଦ କରାଯାଉ ଆଦି ନାରାରେ ସହର ପ୍ରକମ୍ପିତ ହୋଇଥିଲା ।ଚାଷୀକୁଳ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରି ତହସିଲ କାର୍ଯ୍ୟାଳୟକୁ ଯାଇ ଦାବିପତ୍ର ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like