-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାର ସମସ୍ତ ଧାନ ମଣ୍ଡି ଖୋଲିବା ଦାବିରେ ଏସୟୁସିଆଇ(ସି)ର ବିକ୍ଷୋଭ

19-Dec-2025



ବଲାଙ୍ଗିର(ପ୍ରେରଣା  ଖବର):  ଜିଲ୍ଲାରେ ଖରିଫ ଧାନକିଣା ଚରମ ଅବ୍ୟବସ୍ଥା ଘେରରେ ରହିଛି। ଚଳିତବର୍ଷ ଜିଲ୍ଲାରେ ସମସ୍ତ ପ୍ୟାକ୍ସରେ ଏପର୍ଯ୍ୟନ୍ତ ଧାନମଣ୍ଡି ଖୋଲାଯାଇପାରିନାହିଁ। ଫଳରେ ଚାଷୀମାନେ ଦୁର୍ଦ୍ଦଶା ମଧ୍ୟରେ ଗତି କରୁଛନ୍ତି। ଧାନକିଣାରେ ବିଳମ୍ବ ଯୋଗୁଁ ଚାଷୀମାନେ ଟୋକାନ ଲାପ୍ସ୍ ହେବାର ଆଶଙ୍କା କରିଛନ୍ତି। ଯେଉଁ ସ୍ଥାନରେ ଧାନମଣ୍ଡି ଖୋଲାଯାଇଛି, ସେଠାରେ କଟନିଛଟନି ଯୋଗୁଁ ଚାଷୀ ଲୁଟର ଶିକାର ହେଉଛନ୍ତି। ତେଣୁ ଧାନକିଣାକୁ ସୁବ୍ୟବସ୍ଥା କରିବା ଏବଂ ମିଲର୍ସ ରାଜକୁ ବନ୍ଦ କରିବା ପାଇଁ ଫୁଡ୍ ଟ୍ରାନ୍ସପୋରିନ୍ସି ପୋର୍ଟାଲ କାର୍ଯ୍ୟକ୍ଷମ କରିବା, ସମସ୍ତ ପ୍ୟାସ୍କ ରେ ଧାନମଣ୍ଡି ଖୋଲିବା, କଟନିଛଟନିକୁ ସମ୍ପୂର୍ଣ୍ଣ ବନ୍ଦ କରିବା,ଦେଓଗାଁ ବ୍ଲକ ରତାଖଣ୍ଡି ଗ୍ରାମର ଖେଳ ପଡ଼ିଆର ଜମି ଚିହ୍ନଟ କରିବା , ବନ୍ଦ ସ୍କୁଲ ତୁରନ୍ତ ଖୋଲିବା ଆଦିଦାବିରେ ଆଜି ଏସୟୁସିଆଇ(ସି) ଏବଂ ଚାଷୀ ସଂଗଠନ  ଏଆଇକେକେଏମଏସ ପକ୍ଷରୁ ଜିଲ୍ଲାପାଳଙ୍କ କର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏସୟୁସିଆଇ(ସି) ବଲାଙ୍ଗିର ଜିଲ୍ଲା କମିଟି ସମ୍ପାଦକ ସୁନୀଲ କୁମାର ଭୋଇଙ୍କ ନେତୃତ୍ୱରେ ଏକ ରାଲି କଳା ମଣ୍ଡଲ ପଡିଆରୁ ବାହାରିଥିଲା। ବିକ୍ଷୋଭକାରୀମାନେ ଭାଗିରଥି ଛକ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ଏକ ପ୍ରତିବାଦ ସଭା କରାଯାଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତିକୁ ଦୃଢ଼ ବିରୋଧ କରିଥିଲେ। ମିଲର୍ସଙ୍କ ସ୍ବାର୍ଥ ରକ୍ଷା ପାଇଁ ଚାଷୀଙ୍କୁ ନିର୍ମମ ଶୋଷଣ କରିବା ରୁ

ସରକାର ଓ ପ୍ରଶାସନ ବିରତ ରୁହନ୍ତୁ ବୋଲି ଶ୍ରୀ ଭୋଇ ତାଙ୍କ ବକ୍ତବ୍ୟରେ  କହିଥିଲେ। ନଚେତ୍ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର କରାଯିବ ବୋଲି  ବିକ୍ଷୋଭକାରୀ ଚେତାବନୀ ଦେଇଥିଲେ।ଶେଷରେ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏଡ଼ିଏମ ପବିତ୍ର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇ ଥିଲା। ଆଜିର ବିକ୍ଷୋଭରେ ସଂଗଠନର ପିତାମ୍ବର ପଧାନ, କୁନୁ ଭୋଇ,ଅମିତ ପଧାନ,ଚେୟାରମ୍ୟାନ ପଧାନ,ମୋତି ରଣା ସହ ଶତାଧିକ ଚାଷୀ ମୂଲିଆ ସାମିଲ ହୋଇଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like