-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||     

HOME   ଜିଲ୍ଲା

ମହାନଦୀ ପବ୍ଲିକ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ

22-Dec-2025



ଗଣିଆ(ବିଜୟଲକ୍ଷ୍ମୀ ରାଉତ):ଗଣିଆରେ ଥିବା ଏକ ଘରୋଇ ଇଂରାଜୀ ମିଡିୟମ ମହାନଦୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବରେ ଯୋଗ ଦେଇ ଶିଶୁ ହିଁ ଆଗାମୀ କାଲିର ଭବିଷ୍ୟତ ବୋଲି ବର୍ଣ୍ଣନା କରିଛନ୍ତି ନୟାଗଡ ଜିଲ୍ଲାର ଡେପୁଟି କଲେକ୍ଟର ତାପତୀ ରାଜ । ଗଣିଆସ୍ଥିତ ମଙ୍ଗଳମ୍ ସଭା ଗୃହରେ ଆୟୋଜିତ ବିଦ୍ୟାଳୟର ଦ୍ବିତୀୟ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ୨୦୨୦ ବ୍ୟାଚ ଟପ୍ ଟେନ ତାଲିକାରେ ଥିବା ଓଏଏସ ଅଧିକାରୀ ତାପତୀ ରାଜ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କବି ଅଶୋକ କୁମାର ମଲ୍ଲ, ମୁଖ୍ୟ ବକ୍ତା ଭାବେ ଗାଳ୍ପିକ, ସ୍ତମ୍ଭକାର ତଥା ଆଇନଜୀବୀ ଚନ୍ଦ୍ରବିଜୟୀ ମିଶ୍ର, ବିଦ୍ୟାଳୟର ଚେୟାରମ୍ୟାନ ଡ଼ ମଳୟ କୁମାର ପଣ୍ଡା, ସମ୍ପାଦକ ପଙ୍କଜ କୁମାର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ । ଅତିଥି ମାନଙ୍କୁ ବିଦ୍ୟାଳୟ ତରଫରୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ମୁଖ୍ୟ ବକ୍ତା ଏବଂ ସମ୍ମାନିତ ଅତିଥି ତାଙ୍କ କବିତାର ଯାଦୁରେ କୁନି କୁନି ଛାତ୍ର ଛାତ୍ରୀ ମାନଙ୍କୁ ବାନ୍ଧି ରଖିଥିଲେ । ଗୋଟିଏ ଛୋଟିଆ ଅନୁଷ୍ଠାନ ହୋଇଥିଲେ ମଧ୍ୟ ଏଭଳି ଆୟୋଜନ ଦେଖି ଅତିଥି ମାନେ ଖୁସିବ୍ୟକ୍ତ କରିଥିଲେ । ଆଜିର ଶିଶୁ ଆଗାମୀ କାଲିର ଭବିଷ୍ୟତ ବୋଲି ବର୍ଣ୍ଣନା କରିବା ସହିତ ପରିଶ୍ରମ ହିଁ ସଫଳତାର ଚାବିକାଠି ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଥିଲେ । ଅଭିଭାବକ ମାନେ ପିଲା ମାନଙ୍କ ପ୍ରତି ଯତ୍ନବାନ ହେଲେ ସେମାନେ ଆଗକୁ ବଢିବା ସହିତ ସଫଳତା ପାଇପାରିବେ ବୋଲି ସେ ପରାମର୍ଶ ଦେଇଥିଲେ । ୨୦୨୬-୨୭ ଆର୍ଥିକ ବର୍ଷରେ ବିଦ୍ୟାଳୟ ୫ ବର୍ଷରେ ପଦାର୍ପଣ କରୁଥିବାରୁ  ନୂତନ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ନାମଲେଖା ମାତ୍ର ଏଗାର ଶହ ଟଙ୍କା ରଖାଯାଇଥିବା ଚେୟ୍ୟାରମ୍ୟାନ ଘୋଷଣା କରିଥିଲେ । ବିଗତ ଚାରି ବର୍ଷର ଶ୍ରେଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟର ପ୍ଳେ ଗ୍ରୁପ ଠାରୁ ପ୍ରାଥମିକ ସ୍ତର ପର୍ଯ୍ୟନ୍ତ ପ୍ରତ୍ୟେକ ବିଭାଗର ଜଣେ ଛାତ୍ର ଜଣେ ଛାତ୍ରୀଙ୍କୁ ଶ୍ରେଷ୍ଠ ପୁରସ୍କାର ବଣ୍ଟନ କରାଯାଇଥିଲା । ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜ୍ଞାନୀ ପ୍ରକାଶ ସେନାପତି, ବିଜୟଲକ୍ଷ୍ମୀ ରାଉତ, ସରୋଜ କୁମାର ଦାଶ ଏବଂ ବିଦ୍ୟାଳୟର ଶ୍ରେଷ୍ଠ ସହଯୋଗୀ ଭାବେ ସୁବ୍ରତ ପ୍ରଧାନ, ପରିଚାଳନା କମିଟିର କୋଷାଧ୍ୟକ୍ଷ ଅଟଳ ବିହାରି ବାଜୁ,ଉପ ସଭାପତି ଗୋଲେଖ ବିହାରୀ ସାହୁ, ପୂର୍ବତନ ଅଧ୍ୟକ୍ଷ ମହେନ୍ଦ୍ର ମହାରଣାଙ୍କୁ  ସମ୍ବର୍ଦ୍ଧିତ କରାଯାଇଥିଲା । ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସବୁବେଳେ କିଛି ନୂତନ ଷ୍ଟାଇଲରେ ଉତ୍ସବ ପାଳନ କରିବାକୁ ଚେଷ୍ଟା କରୁଥିବା ବିଦ୍ୟାଳୟର ସମ୍ପାଦକ ଚଳିତବର୍ଷ ସ୍ବତନ୍ତ୍ର ଭାବେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ସ୍ବର୍ଗତ ହ୍ୟୁମାନ ସାଗରଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମରେ କେବଳ ହ୍ୟୁମାନଙ୍କ ଗୀତରେ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା ଯାହାକି ଉପସ୍ଥିତ ଅତିଥି, ଅଭିଭାବକ ତଥା ବୁଦ୍ଧିଜୀବିମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲା ।  ମ୍ୟାନେଜର ଅଶୋକ କୁମାର ସାହୁ ମଞ୍ଚ ପରିଚାଳନା କରିଥିଲେ । ବିଦ୍ୟାଳୟରେ କାର୍ଯ୍ୟରତ  ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସଂପୂର୍ଣ୍ଣ ସହଯୋଗ କରିଥିଲେ ।
ସର୍ବଶେଷରେ ଅୟନ ଫାଉଣ୍ଡେସନ ର ମୁଖ୍ୟ ଟ୍ରଷ୍ଟି ଗଣିଆର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁ ଙ୍କର ସହଯୋଗ ହେତୁ ଧନ୍ୟବାଦ୍ ଦେବା ସହ ତାଙ୍କୁ ଭୂୟଶି ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026

You Might Also Like