-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ବଲାଙ୍ଗୀର ସାଂସଦଙ୍କୁ ସମ୍ବର୍ଦ୍ଧନା ବଲାଙ୍ଗୀରରେ ହାଇକୋର୍ଟ ବେଂଚ ପୁନଃସ୍ଥାପନ ଦାବିର ଯଥାର୍ଥତା ରହିଛି- ସାଂସଦ

26-Dec-2025



ବଲାଙ୍ଗିର, ଗତ କିଛିଦିନ ତଳେ ବାଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ସର୍ବଭାରତୀୟସ୍ତରରେ ଶ୍ରେଷ୍ଠ ସାଂସଦ ଭାବରେ ଦିଲ୍ଲୀରେ ସମ୍ମାନିତ ହୋଇଥିଲେ। ଏହି ଅବସରରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ଆଜି ସ୍ଥାନୀୟ ସିଭିଲ କୋର୍ଟ ବାର୍ ହଲ୍ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ସାଂସଦ ଶ୍ରୀମତୀ ସିଂଦେଓଙ୍କୁ ମାନପତ୍ର ଓ ଉପାୟନ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ସାଂସଦ ଶ୍ରୀମତୀ ସିଂଦେଓ ଯୋଗ ଦେଇ ବଲାଙ୍ଗୀରବାସୀଙ୍କ ଭଲପାଇବା ଓ ସମର୍ଥନ ଯୋଗୁଁ ମୁଁ ଏହି ପଦବୀ ପାଇଛି, ତେଣୁ ଏହାର ପ୍ରତିବଦଳରେ ଏ ଅଂଚଳର ପାଇଁ ସବୁବେଳେ ସେବାକାର୍ଯ୍ୟ ଜାରି ରଖିବି ବୋଲି କହିଥିଲେ । ଜଣେ ସଂସଦ ଭାବରେ ନିଜ ନିର୍ବାଚନମଣ୍ଡଳୀର ବିକାଶ ଚିନ୍ତା କରିବା ସ୍ୱଭାବିକ କଥା କିନ୍ତୁ ଅର୍ଥନୀତିକୁ ସୁଦୃଢ଼ କରିବା ଓ ଆଞ୍ଚଳିକ ବୈଷମ୍ୟବାଦକୁ ଦୂର କରିବା ପାଇଁ ପଶ୍ଚିମ ଓଡ଼ିଶାର ଏକ ସମତୁଳ ବିକାଶ ଜରୁରୀ। ସରକାରଙ୍କ ଉନ୍ନୟନମୂଳକ ପ୍ରକଳ୍ପ ସବୁ କେବଳ ଗୋଟିଏ ଜିଲ୍ଲାରେ ସୀମତି ନହୋଇ କିଛି ବଡ ପ୍ରକଳ୍ପ ବଲାଙ୍ଗୀର କିମ୍ବା ପଡୋଶୀ ଜିଲ୍ଲା ମାନଙ୍କରେ ମଧ୍ୟ ହେବା ଆବଶ୍ୟକ। ଏଥିପାଇଁ ରାଗ ଅଭିମାନକୁ ଭୁଲି ପଶ୍ଚିମ ଓଡ଼ିଶାର ଜିଲ୍ଲା ମାନଙ୍କୁ ନିଜ ନିଜ ହୃଦୟକୁ ବଡ କରିବାକୁ ହେବ ବୋଲି ସାଂସଦ ଶ୍ରୀମତୀ ସିଂଦେଓ କହିଥିଲେ। ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଦୀର୍ଘ ଦିନର ଦାବି ହାଇକୋର୍ଟ ବେଂଚର ପୁନଃସ୍ଥାପନ ଦାବିକୁ ସମର୍ଥନ ଜଣାଇ ଶ୍ରୀମତୀ ସିଂଦେଓ ନିଜ ବକ୍ତବ୍ୟରେ ପାଟଣା ଷ୍ଟେଟ୍ ଅମଳରେ ଏଠାରେ ହାଇକୋର୍ଟ ବେଂଚ କାର୍ଯ୍ୟ କରୁଥିଲା ତେଣୁ ବଲାଙ୍ଗୀର ଓକିଲ ମାନଙ୍କର ଏହି ଦାବିର ଯଥାର୍ଥତା ରହିଛି ବୋଲି ଦୃଢ଼ୋକ୍ତି ପ୍ରକାଶ କରିଥିଲେ । ଏହି ଦାବିକୁ ନେଇ ଅତୀତରେ କେନ୍ଦ୍ରୀୟସ୍ତରର ନେତା ମାନଙ୍କ ସହ ଆଲୋଚନା କରାଯାଇଥିବା ବେଳେ ଭବିଷ୍ୟତରେ ଏହି ନ୍ୟାର୍ଯ୍ୟ ଦାବି ହାସଲ ପାଇଁ ମୁଁ ସ୍ୱରଉତ୍ତୋଳନ କରିବି ବୋଲି ଶ୍ରୀମତୀ ସିଂଦେଓ କହିଛନ୍ତି । ବରିଷ୍ଠ ଆଇନଜୀବୀ ଜୟକୃଷ୍ଣ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଆଜିର ଏହି ସମ୍ବର୍ଦ୍ଧନା ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ଆଇନଜୀବୀ ଶଶୀଭୂଷଣ ପୁରୋହିତ, ଅମରେନ୍ଦ୍ର ମିଶ୍ର, ଭବାନୀ ଶଙ୍କର ଶତପଥୀ ଓ ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ ପ୍ରମୁଖ ନିଜ ବକ୍ତବ୍ୟରେ ନୂତନ ସିଭିଲ କୋର୍ଟ ବିଲ୍ଡିଂ ନିର୍ମାଣ କାମକୁ ତ୍ୱରାନ୍ୱିତ କରିବା, ନୂତନ ବାର୍ ହଲ୍ ନିର୍ମାଣ ଓ ଲାଇବ୍ରେରୀ ହଲ୍ ର ଉନ୍ନତିକରଣ ଦିଗରେ ବଲାଙ୍ଗୀର ସାଂସଦଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଶେଷରେ ଜିଲ୍ଲା ଓକିଲ ସଂଘର ସଂପାଦକ ସଂଜୟ ବଗର୍ତ୍ତୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ସଂଘର ସଭ୍ଯ ଉମାଶଙ୍କର ସାହୁ, ଉପସଭାପତି ସୁଧଂଶୁ ଦେଓ, କୋଷାଧ୍ୟକ୍ଷ ସମୀର ମିଶ୍ର, କାର୍ଯ୍ୟକାରୀ କମିଟିର ଦିପ୍ତୀ ଶର୍ମା, ଭବାନୀ ଶଙ୍କର ଭୋଇ, ପ୍ରମୋଦ ତ୍ରିପାଠୀ, ଶିବ ଦ୍ଵିବେଦୀ ସବିତା ମିଶ୍ର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like