-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଲୋପ ପାଇଛି ଗ୍ରିଟିଙ୍ଗ: ସୋସିଆଲ ମିଡିଆରେ ନବବର୍ଷର ବାର୍ତ୍ତା ବୃଦ୍ଧି ପାଉଛି

30-Dec-2025



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ଇଂଲିଶ ନବବର୍ଷ ପାଳିତ ହେବାକୁ ଥିବା ବେଳେ ସୋସିଆଲ ମିଡିଆ ଶୁଭେଚ୍ଛା ବାର୍ତ୍ତା ପ୍ରେରଣର ମାଧ୍ୟମ ସାଜିଛି। ପୂର୍ବରୁ ପରସ୍ପରକୁ ଶୁଭେଚ୍ଛା ଜଣାଇବାକୁ ଗ୍ରୀଟିଂସ୍ କାର୍ଡର ବ୍ୟବହାର କରାଯାଉଥିଲା। କିନ୍ତୁ ଏହା ବର୍ତ୍ତମାନ ଲୋପ ପାଇଛି| ନବବର୍ଷ ଆସିଲେ ବିଭିନ୍ନ ଅଞ୍ଚଳର ଦୋକାନରେ ଗ୍ରୀଟିଂସ କାର୍ଡ କିଣିବାକୁ ଲୋକଙ୍କର ଭିଡ଼ ଜମୁଥିଲା। କିନ୍ତୁ କିଛି ବର୍ଷ ହେବ କନ୍ଧମାଳ ଜିଲା ବାଲିଗୁଡା ସହର ସମେତ ଆଖପାଖ ବିଭିନ୍ନ ଅଞ୍ଚଳରେ ଏହି ଗ୍ରିଟିଙ୍ଗ କାର୍ଡ ଆଉ ମିଳୁ ନାହିଁ। ମୋବାଇଲ ଫୋନ ର ବହୁଳ ବ୍ୟବହାର ବଢ଼ିଥିବାରୁ ହାଟ୍ସଆପ, ଇନଷ୍ଟାଗ୍ରାମ, ଫେସବୁକ, ମେସେଞ୍ଜର ଓ ଟୁଇଟ ମାଧ୍ଯମରେ ବାର୍ତ୍ତା ଦିଆଯାଉଛି । ବୈଷୟିକ ଜ୍ଞାନ କୌଶଳର ମଧ୍ୟ ଚାହିଦା ବଢ଼ିଛି। ଲୋକେ ଅତି ସହଜରେ ମୋବାଇଲ ଫୋନ୍ ଜରିଆରେ ହଜାର ହଜାର କି.ମି. ଦୂରରେ ରହୁଥ‌ିବା ବନ୍ଧୁ ଓ ସମ୍ପର୍କୀୟ ମାନଙ୍କୁ ଶୁଭେଚ୍ଛା ଜଣାଇ ପାରୁଛନ୍ତି। ଭିଡିଓ କଲିଂ

ଜରିଆରେ ମଧ୍ୟ ପରସ୍ପରଙ୍କ ଉପସ୍ଥିତି ଅନୁଭବ ଜାହିର କରିପାରୁଛନ୍ତି। ଏଭଳି ହାତଲେଖା ଗ୍ରୀଟିଂସ ପଠାଇବା ପରମ୍ପରା ଲୋପ ପାଇଛି। ଗ୍ରିଟିଙ୍ଗ କାର୍ଡ ରେ ନିଜର ଭାବ ଆଦାନ ପ୍ରଦାନର ଏକ ମାଧ୍ୟମ ହୋଇଥିଲା। ନୂଆବର୍ଷ ପାଳନ ହେବାର ପ୍ରାୟ ୧ ମାସ ପୂର୍ବରୁ ଅଞ୍ଚଳର ବିଭିନ୍ନ ଦୋକାନରେ ୫ ଟଙ୍କାରୁ ଆରମ୍ଭକରି ୨ଶହରୁ ଉର୍ଦ୍ଧ ଟଙ୍କା ଯାଏ ଗ୍ରିଟିଙ୍ଗ ବିକ୍ରି ହେଉଥିଲା। କିନ୍ତୁ ଏହାର ଚାହିଦା କମିଥିବାରୁ ଦୋକାନରେ ଏହାର ବିକ୍ରି ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ ହୋଇ ଯାଇଛି, ଯାହା ଫଳରେ ଗ୍ରିଟିଙ୍ଗ ବ୍ୟବସାୟ ଆଉ କରାଯାଉ ନ ଥିବା ବିଷୟ ବ୍ୟବସାୟୀ ମାନେ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like